Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୩-୨୪ ବ୍ୟାଚରେ ନାମଲେଖା ଲାଗି କଉନସେଲିଂ ଆରମ୍ଭ
ଜାତୀୟ ଖବର

ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୩-୨୪ ବ୍ୟାଚରେ ନାମଲେଖା ଲାଗି କଉନସେଲିଂ ଆରମ୍ଭ

October 10, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୩-୨୪ ବ୍ୟାଚ ଲାଗି ନାମଲେଖା ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । \”ସ୍କୁଲ ଅଫ୍ ଇଞ୍ଜିନିୟରିଂ\’ ବିଭାଗ ଅଧୀନରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ନାମଲେଖା ଲାଗି ସୋମବାରଠାରୁ ପ୍ରାର୍ଥୀମାନଙ୍କର କାଉନସେଲିଂ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହା ଅକ୍ଟୋବର ୧୨ ତାରିଖ ଯାଏଁ ଚାଲିବ ।

ସ୍କୁଲ ଅଫ ଇଞ୍ଜିନିୟରିଂ ବିଭାଗରେ ଚଳିତ ବ୍ୟାଚରେ ମୋଟ ୫ଟି ଅତ୍ୟାଧୁନିକ ବିଷୟରେ ତାଲିମ ଦିଆଯାଉଛି । ଏଥିପାଇଁ ନିକଟରେ ଅନଲାଇନ ମାଧ୍ୟମରେ ପ୍ରବେଶିକା ପରୀକ୍ଷା ହୋଇଥିଲା । ଏଥିରେ ବିଭିନ୍ନ ରାଙ୍କ ପାଇଥିବା ପ୍ରାର୍ଥୀମାନଙ୍କର ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ କାଉନସେଲିଂ କରାଯାଇ ନାମଲେଖା ଯାଉଛି ।

ଏହି କାଉନସେଲିଂ ପ୍ରକ୍ରିୟା ସକାଳ ୮ଟାରୁ ଆରମ୍ଭ ହୋଇ ଅପରାହ୍ଣ ଯାଏଁ ଚାଲୁଛି । ନିର୍ଦ୍ଧାରିତ ସମୟ ଭିତରେ ନିଜ ନିଜ ରାଙ୍କ ଅନୁସାରେ ପ୍ରାର୍ଥୀମାନେ ଉପସ୍ଥିତ ରହିବାକୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

ପ୍ରାର୍ଥୀମାନେ ନିଜ ନିଜର ଆଧାରକାର୍ଡ ଏବଂ ପାସପୋର୍ଟ ଫଟୋ ସହିତ ମାଟ୍ରିକ, ଆଇଟିଆଇ କିମ୍ବା ଡିପ୍ଲୋମା ଏବଂ ସିଏଲସି ସାର୍ଟିଫିକେଟ ସାଙ୍ଗରେ ନେଇ ଆସିବାକୁ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଅନୁସୂଚିତ ଜାତି, ଜନଜାତି ଏବଂ ପଛୁଆ ବର୍ଗର ଛାତ୍ରଛାତ୍ରୀଙ୍କୁ ଜାତିଗତ ପ୍ରମାଣପତ୍ର ଆଣିବାକୁ କୁହାଯାଇଛି ।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଚଳିତ ବର୍ଷ ଅନୁସୂଚିତ ଜାତି, ଜନଜାତି, ପଛୁଆ ବର୍ଗଙ୍କ ସହିତ ସଂଖ୍ୟାଲଘୁ ସଂପ୍ରଦାୟର ଛାତ୍ରଛାତ୍ରୀଙ୍କ ପାଇଁ କୋର୍ସ ଫି\’ ସମ୍ପୂର୍ଣ୍ଣ ମାଗଣା ରହିଛି ।

ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ୨୦୨୩-୨୪ ବ୍ୟାଚରେ ମୋଟ ୭ଟି ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ତାଲିମ ଦିଆଯିବ । ସ୍କୁଲ ଅଫ୍ ଇଞ୍ଜିନିୟରିଂ ବିଭାଗ ଅଧୀନରେ ୫ଟି ବିଷୟ – ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସ୍‌, ମେକାଟ୍ରୋନିକ୍ସ, ଇଲେକ୍ଟ୍ରିକାଲ ଟେକ୍ନୋଲୋଜି, ଏୟାର କଣ୍ଡିସନିଂ ଆଣ୍ଡ ରେଫ୍ରିଜରେସନ ଏବଂ ଭର୍ଟିକାଲ ଟ୍ରାନ୍ସପୋର୍ଟେସନ ରହିଛି ।

ସ୍କୁଲ ଅଫ୍ ସର୍ଭିସେସ୍ ବିଭାଗ ଅଧୀନରେ ବ୍ୟୁଟି ୱେଲନେସ୍ ଆଣ୍ଡ ସ୍ପା ଏବଂ ହେୟାର ଫ୍ୟାସନ ଆଣ୍ଡ ଡିଜାଇନ ଭଳି ୨ଟି ବିଷୟ ରହିଛି ।

୨୦୨୩-୨୪ ଶିକ୍ଷା ବର୍ଷରୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ \”ଭର୍ଟିକାଲ ଟ୍ରାନ୍ସପୋର୍ଟେସନ୍‌\’ ଉପରେ ଏକ ନୂତନ ତାଲିମ ପାଠ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଏହି ପାଠ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ସମ୍ପୃକ୍ତ ବିଷୟରେ ଆବଶ୍ୟକ ବୈଷୟିକ ଶିକ୍ଷା ଓ ତାଲିମ ଦିଆଯିବ । ଫଳରେ ସେମାନେ ଆଧୁନିକ ଲିଫ୍ଟ, ଏସ୍କାଲେଟର, ଟ୍ରାଭେଲଟରର ସ୍ଥାପନା, ତାହାକୁ କାର୍ଯ୍ୟକ୍ଷମ କରିବା, ରକ୍ଷଣାବେକ୍ଷଣ, ମରାମତି ଓ ଯାଞ୍ଚ ଆଦି କାର୍ଯ୍ୟ କରିବାରେ ସକ୍ଷମ ହେବେ ।

ଏହି ଅତ୍ୟାଧୁନିକ ପାଠ୍ୟକ୍ରମ ଆରମ୍ଭ କରିବାରେ ବିଶ୍ୱ ଦକ୍ଷତା କେନ୍ଦ୍ର ସାରା ଦେଶରେ ପ୍ରଥମ । ଚଳିତ ଶିକ୍ଷା ବର୍ଷରେ ବିଶ୍ୱ ଦକ୍ଷତା କେନ୍ଦ୍ରରେ ଏହି ବିଷୟରେ ତାଲିମ ନେବାକୁ ଆସୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ଆକର୍ଷଣୀୟ ନିଯୁକ୍ତିର ସୁଯୋଗ ରହିଛି ।

ନାମଲେଖା ବିଶ୍ୱ ଦକ୍ଷତା କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ ରାଜ୍ୟରେ ବମ୍ପର ଭୋଟିଂ

April 23, 2026

ରାଜଧାନୀରେ ଅସମ୍ଭାଳ ତାତି

April 23, 2026

ଜନଗଣନା ପାଇଁ SOP

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026
Latest News

ଦୁଇ ରାଜ୍ୟରେ ବମ୍ପର ଭୋଟିଂ

April 23, 2026

ରାଜଧାନୀରେ ଅସମ୍ଭାଳ ତାତି

April 23, 2026

ଜନଗଣନା ପାଇଁ SOP

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଆଜି ହୋଇପାରେ ସ୍କୁଲ ଛୁଟି ଘୋଷଣା

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.