Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆମ ଓଡିଶା ନବୀନ ଓଡିଶା: ତୃତୀୟ ଦିନରେ ତିନୋଟି ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

ଆମ ଓଡିଶା ନବୀନ ଓଡିଶା: ତୃତୀୟ ଦିନରେ ତିନୋଟି ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

October 17, 2023No Comments5 Mins Read
Share Facebook Twitter LinkedIn Email WhatsApp Copy Link
ଆମ ଓଡିଶା ନବୀନ ଓଡିଶା: ତୃତୀୟ ଦିନରେ ତିନୋଟି ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ।

ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ତୃତୀୟ ଦିନରେ ମୟୂରଭଂଜ, ବରଗଡ ଓ ଦେବଗଡ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି।

ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା। ଏଥିପାଇଁ ମୟୂରଭଂଜ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୧୧ କୋଟି ୫୦ ଲକ୍ଷ ଟଙ୍କା। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ବଡସାହି, ବାଙ୍ଗିରୀପୋଷି, ବାରିପଦା, ମୋରଡା ଏବଂ ଉଦଳା। ଏହିସବୁ ନିର୍ବାଚନମଣ୍ଡଳୀର ୨୨୩ଟି ଗ୍ରାମ ପଞ୍ଚାୟତରେ ୩୦୮୧ ଟି ପ୍ରକଳ୍ପ ହେବ।

ସେହିପରି ବରଗଡ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୨୬ କୋଟି ୫୦ ଲକ୍ଷ ଟଙ୍କା ମଂଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଅତାବିରା, ବିଜେପୁର, ବରଗଡ, ପଦମପୁର ଓ ଭଟଲି। ଏଥିରେ ୨୫୩ଟି ଗ୍ରାମପଞ୍ଚାୟତରେ ୩୧୩୫ ଟି ପ୍ରକଳ୍ପ କରାଯିବ। ସେହିପରି ଦେବଗଡ ଜିଲ୍ଲାର ଗୋଟିଏ ନିର୍ବାଚନମଣ୍ଡଳୀ ପାଇଁ ୩୫ କୋଟି ଟଙ୍କା ଅନୁମୋଦନ କରାଯାଇଛି ଏବଂ ଏଥିରେ ୭୦ଟି ଗ୍ରାମପଞ୍ଚାୟତରେ ୯୯୧ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି। ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି। ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା।

ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ। ଗାଁ ରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ। ବିଜ୍ଞାନ ପାର୍କ ହେବ। ଦକ୍ଷତା ବିକାଶ କେନ୍ଦ୍ର ହେବ। କାର୍ଯ୍ୟ କେନ୍ଦ୍ର ହେବ। ବ୍ୟାଙ୍କିଂ ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଇମେରୀ ସ୍କୁଲଗୁଡିକ ମଧ୍ୟ ସାମିଲ ହେବ।

ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଆଜିର କାର୍ଯ୍ୟକ୍ରମ ପାଇଁ ମୟୂରଭଂଜ ଜିଲ୍ଲାର ୫ଟି, ବରଗଡ ଜିଲ୍ଲାର ୫ଟି ଓ ଦେବଗଡ ଜିଲ୍ଲାର ଗୋଟିଏ ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା।

5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟ ଲୋକଙ୍କ ମଧ୍ୟରେ ଉତ୍ସାହ ସ୍ରୁଷ୍ଟି କରିଛି ବୋଲି କହିଥିଲେ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ, ସାଂସଦ ଶ୍ରୀମତୀ ମମତା ମହନ୍ତ, ବିଧାୟକ ଶ୍ରୀ ରାଜକିଶୋର ଦାସ, ବିଧାୟକ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ, ବିଧାୟକ ଶ୍ରୀ ଦେବେଶ ଆଚାର୍ଯ୍ୟ, ବିଧାୟକ ଶ୍ରୀମତୀ ବର୍ଷା ସିଂ ବରିହା, ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ । 5T ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ।

ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି।

ଶ୍ରୀ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି। ମୟୂରଭଂଜ ଜିଲ୍ଲାରେ ବାରିପଦା ସହରର ରିଂଗ ରୋଡ ତଥା ବନ୍ୟା ନିୟନ୍ତ୍ରଣ ବନ୍ଧ ପାଇଁ ୧୫୪.୧୨ କୋଟି, ବାରିପଦା ଏମପିସି କଲେଜ ର ଉନ୍ନତିକରଣ ପାଇଁ ୧.୫୦ କୋଟି ଟଙ୍କା, ମାଣତ୍ରୀଠାରେ ବାବା କଖାରୁଆ ବୈଦନାଥ ଶିବ ମନ୍ଦିରର ଉନ୍ନତିକରଣ ପାଇଁ ୧ କୋଟି, ବାରିପଦାରୁ ପ୍ରତାପପୁର ବଡସାହି ଦେଇ ମାଣିତ୍ରୀ ପର୍ଯ୍ୟନ୍ତ ରାସ୍ତାର ଉନ୍ନତିକରଣ ପାଇଁ ୩୭.୦୪ କୋଟି, ବେତନଟୀ-ବଡସାହି ରାସ୍ତାର ଉନ୍ନତିକରଣ ପାଇଁ ୧୯.୪୪ କୋଟି। ଏହିପରି ଜିଲ୍ଲାର ୫ଟି ପ୍ରକଳ୍ପ ପାଇଁ ୨୧୩.୧୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ସେହିପରି ବରଗଡ ଜିଲ୍ଲାରେ ତୁରୁଙ୍ଗା ବୈଷ୍ଣୋଦେବୀ ମନ୍ଦିର ପାଇଁ ୧.୩୬ କୋଟି, ବରଗଡ ମହିଳା କଲେଜ ପାଇଁ ୧.୨୫ କୋଟି, ବରଗଡ ପଞ୍ଚାୟତ କଲେଜ ପାଇଁ ୧.୨୫ କୋଟି, ସରଣ୍ଡା ବିଶେଷ୍ବର ମନ୍ଦିର ପାଇଁ ୨.୬୦ କୋଟି, ପପଙ୍ଗା ପାହାଡ ପର୍ଯ୍ୟଟନ କେନ୍ଦ୍ର ପାଇଁ ୧.୮୦ କୋଟି, ଅତାବିରା ରାମଚଣ୍ଡୀ ମନ୍ଦିର ପାଇଁ ୧.୪୦ କୋଟି, ଲରମ୍ଭା କଲେଜ ପାଇଁ ୧.୨୫ କୋଟି – ଏହିପରି ୭ଟି ପ୍ରକଳ୍ପ ପାଇଁ ୧୦.୯୧ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ସେହିପରି ଦେବଗଡ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିବା ବିକାଶମୂଳକ କାମ ସଂପର୍କରେ ସୂଚନା ଦେଇ ଶ୍ରୀ ପାଣ୍ଡିଆନ କହିଲେ ଯେ ଗୋହିରା ଡ୍ୟାମ୍‌ର କେନାଲ ଲାଇନିଂ ପାଇଁ ୧୭.୬୮ କୋଟି, ତିଲେଇବଣି ହକି ଟ୍ରେନିଂ ସେଣ୍ଟରରେ ସିନ୍ଥେଟିକ ଟର୍ଫ ପାଇଁ ୧୨ କୋଟି ଟଙ୍କା, ଝାଡେଶ୍ବର ମନ୍ଦିରର ବିକାଶ ପାଇଁ ୩.୧୦ କୋଟି, ଦେବଗଡ ମଡେଲ ଡିଗ୍ରୀ କଲେଜ ପାଇଁ ୧.୨୫ କୋଟି, ଦେବଗଡ କଲେଜ ପାଇଁ ୧ କୋଟି, ପ୍ରଧାନପାଟ ଜଳପ୍ରପାତ ପର୍ଯ୍ୟଟନ ବିକାଶ ପାଇଁ ୦.୯୨ କୋଟି, କୁରୁଡକୋଟ ଜଳପ୍ରପାତ ପର୍ଯ୍ୟଟନ ବିକାଶ ପାଇଁ ୦.୭୫ କୋଟି, ଦେଓଝରଣ ଜଳପ୍ରପାତ ପର୍ଯ୍ୟଟନ ବିକାଶ ପାଇଁ ୦.୭୭ କୋଟି, ଗୋହିରା ନିକଟରେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ୦.୬୨ କୋଟି, ରିଆମାଳ ଯୋଗୀହୁଲି ପର୍ଯ୍ୟଟନ କ୍ଷେତ୍ର ପାଇଁ ୦.୬ କୋଟି ଏବଂ ରିଆମାଳ ଭିତରପଡା ଠାରେ ଡୋକ୍ରା କାରିଗର ମାନଙ୍କ ପାଇଁ ସାଧାରଣ ସୁବିଧା କେନ୍ଦ୍ରର ବିକାଶ ପାଇଁ ୦.୪୦ କୋଟି ଟଙ୍କା – ଏହିପରି ୧୧ଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୯ କୋଟି ୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି।

କାର୍ଯ୍ୟକ୍ରମରେ ୩ଟି ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।

ଆମ ଓଡିଶା ନବୀନ ଓଡ଼ିଶା
Share. Facebook Twitter LinkedIn Email WhatsApp Copy Link

Related Posts

ଘୋଷଣା ହେଲା ଓଡିଶା ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଏବଂ ସଦସ୍ୟାଙ୍କ ନାମ

August 5, 2025

ଇତିହାସ ରଚିଲେ ଦୀପିକା ପାଦୁକୋଣ: ପଛରେ ପଡ଼ିଲେ ଏହି ହଲିଉଡ୍ ଷ୍ଟାର

August 5, 2025

ଘୋଷଣା ହେଲା ଓଡିଶା ମହିଳା ଆୟୋଗ ଅଧ୍ୟକ୍ଷା ଓ ସଦସ୍ୟାଙ୍କ ନାମ, ଜାଣନ୍ତୁ କାହାକୁ ଦିଆଗଲା ନିଯୁକ୍ତି

August 5, 2025

ଚାରଟି ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କଲା ବିଜେଡି, ଜାଣନ୍ତୁ କେଉଁଠି କାହାକୁ ମିଳିଲା ଦାୟିତ୍ବ

August 5, 2025
Latest News

ଘୋଷଣା ହେଲା ଓଡିଶା ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଏବଂ ସଦସ୍ୟାଙ୍କ ନାମ

August 5, 2025

ଇତିହାସ ରଚିଲେ ଦୀପିକା ପାଦୁକୋଣ: ପଛରେ ପଡ଼ିଲେ ଏହି ହଲିଉଡ୍ ଷ୍ଟାର

August 5, 2025

ଘୋଷଣା ହେଲା ଓଡିଶା ମହିଳା ଆୟୋଗ ଅଧ୍ୟକ୍ଷା ଓ ସଦସ୍ୟାଙ୍କ ନାମ, ଜାଣନ୍ତୁ କାହାକୁ ଦିଆଗଲା ନିଯୁକ୍ତି

August 5, 2025

ଚାରଟି ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କଲା ବିଜେଡି, ଜାଣନ୍ତୁ କେଉଁଠି କାହାକୁ ମିଳିଲା ଦାୟିତ୍ବ

August 5, 2025

ଜୀ ସାର୍ଥକର ‘ଦେଖିବା ଟିଭି ଜିତିବା ଇଭି’ ପ୍ରତିଯୋଗିତାର ୫ ବିଜୟୀଙ୍କୁ ମିଳିଲା ଇଭି ଗାଡି

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.