Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡ଼ିଶା ସ୍ୱାସ୍ଥ୍ୟବିଜ୍ଞାନ ବିଶ୍ୱବିଦ୍ୟାଳୟ ବିଲ୍‌ଡିଂ କୁ ଉଦଘାଟନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ
ଜାତୀୟ ଖବର

ଓଡ଼ିଶା ସ୍ୱାସ୍ଥ୍ୟବିଜ୍ଞାନ ବିଶ୍ୱବିଦ୍ୟାଳୟ ବିଲ୍‌ଡିଂ କୁ ଉଦଘାଟନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ

October 18, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
HealthUniv
ଓଡ଼ିଶା ସ୍ୱାସ୍ଥ୍ୟବିଜ୍ଞାନ ବିଶ୍ୱବିଦ୍ୟାଳୟ ବିଲ୍‌ଡିଂ କୁ ଉଦଘାଟନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ମିତ ହୋଇଥିବା ଅସ୍ଥାୟୀ କ୍ୟାମ୍ପସ୍‌ କୋଠାର ପୁନରୁଦ୍ଧାର କାର୍ଯ୍ୟ ଶେଷ ହେବା ପରେ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ଏହି ଓଡ଼ିଶା ସ୍ୱାସ୍ଥ୍ୟବିଜ୍ଞାନ ବିଶ୍ୱବିଦ୍ୟାଳୟ ବିଲ୍‌ଡିଂକୁ ଉଦ୍‌ଘାଟନ କରିଛନ୍ତି।

ଏହି ଅବସରରେ ବିଶ୍ୱବିଦ୍ୟାଳୟର କାର୍ଯ୍ୟର ସୁପରିଚାଳନା ପାଇଁ ଇ-ଅଫିସ୍‌ ଉଦ୍‌ଘାଟିତ ହେବା ସହ ପ୍ରଥମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଛି।

ସୂଚନାଯୋଗ୍ୟ ଯେ ‘ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଆଇନ’ ୨୦୨୧ରେ ବିଧାନସଭାରେ ପାରିତ ହୋଇ ୫ ମାର୍ଚ୍ଚ ୨୦୨୩ରୁ ଏକାମ୍ର କ୍ଷେତ୍ର ଶିଶୁଭବନ ଛକରେ କାର୍ଯ୍ୟ ଆରମ୍ଭ କରିଥିଲା। ରାଜ୍ୟରେ ମେଡିକାଲ୍‌ ଏବଂ ସହଯୋଗୀ ସ୍ୱାସ୍ଥ୍ୟବିଜ୍ଞାନ ପାଠ୍ୟକ୍ରମକୁ ଶୃଙ୍ଖଳିତ କରିବା ପାଇଁ ଏହି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି।

ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୪୨ଟି ସ୍ୱାସ୍ଥ୍ୟ ଶିକ୍ଷା ଅନୁଷ୍ଠାନ ଏହି ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ହେବା ସଙ୍ଗେ ସଙ୍ଗେ ଏମ୍‌ବିବିଏସ୍‌ ପାଠ୍ୟକ୍ରମ ସହିତ ଅନ୍ୟାନ୍ୟ ପାଠ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଶିକ୍ଷାଦାନ ଆରମ୍ଭ ହୋଇଛି।

୨୦୨୩-୨୪ ଏକାଡେମିକ୍‌ ସେସନ୍‌ରୁ ଏମ୍‌ବିବିଏସ୍‌, ଏମ୍‌.ଡି., ଏମ୍‌.ଏସ୍‌, ଡି.ଏମ୍‌, ଏମ୍‌ସିଏଚ୍‌, ବିଡିଏସ୍‌, ଏମ୍‌ଡିଏସ୍‌, ବିଏଏମ୍‌ଏମ୍‌, ବିଏଚ୍‌ଏମ୍‌ଏସ୍‌, ବି.ଏସ୍‌ସି ନର୍ସିଂ, ଏମ୍‌.ଏସ୍‌ସି ନର୍ସିଂ, ବିପିଟି, ଏମ୍‌ପିଟି, ବିଏମ୍‌ଏଲ୍‌ଟି, ବିଏମ୍‌ଆର୍‌ଟି, ବିଇଏମ୍‌ଟି, ବିଓଟିଟି, ବିଏଟି, ବିଓ, ବିଓଟି, ଏମ୍‌ଓଟି, ବି. ଫାର୍ମ, ଏମ୍‌.ଫାର୍ମ ଇତ୍ୟାଦି ନିର୍ଦ୍ଧାରିତ ନିୟମାବଳୀ ଏବଂ ପାଠ୍ୟକ୍ରମ ଅଧୀନରେ ପରିଚାଳିତ ହେବ।

ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କର ଦୂରଦୃଷ୍ଟି ତଥା ରାଜ୍ୟ ସରକାରଙ୍କ ଆନ୍ତରିକ ଉଦ୍ୟମ ଯୋଗୁଁ ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହୋଇପାରିଛି ବୋଲି କୁଳପତି ପ୍ରଫେସର ଦତ୍ତେଶ୍ୱର ହୋତା କୃତଜ୍ଞତା ଜଣାଇଥିଲେ।

ଏହି ଅବସରରେ ସ୍ୱାସ୍ଥ୍ୟ ବିଭାଗ କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବ, ବିଧାୟକ ଡ. ନୃସିଂହ ଚରଣ ସାହୁ ଏବଂ ଡ. ପ୍ରମୋଦ କୁମାର ମଲ୍ଲିକ ଏବଂ ରେଜିଷ୍ଟ୍ରାର ଓଡ଼ଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଶ୍ରୀ ସାଇଦତ୍ତ ବିପ୍ଳବ କେଶରୀ ପ୍ରଧାନ ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.