Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସ୍ୱତନ୍ତ୍ର ଟ୍ରେନରେ ଦିଲ୍ଲୀ ଗଲା ‘ଅମୃତ କଳସ’, ଦିଲ୍ଲୀରେ ସ୍ଥାପନ ହେବ ‘ଅମୃତ ବାଟିକା’
ଜାତୀୟ ଖବର

ସ୍ୱତନ୍ତ୍ର ଟ୍ରେନରେ ଦିଲ୍ଲୀ ଗଲା ‘ଅମୃତ କଳସ’, ଦିଲ୍ଲୀରେ ସ୍ଥାପନ ହେବ ‘ଅମୃତ ବାଟିକା’

October 28, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
BJP
ସ୍ୱତନ୍ତ୍ର ଟ୍ରେନରେ ଦିଲ୍ଲୀ ଗଲା ‘ଅମୃତ କଳସ”, ଦିଲ୍ଲୀରେ ସ୍ଥାପନ ହେବ ‘ଅମୃତ ବାଟିକା’

ଭୁବନେଶ୍ୱର : ଯଶ୍ୱସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଶହୀଦ ବୀର ଓ ଯବାନ’ ମାନଙ୍କୁ ସମ୍ମାନ ଜଣାଇ ‘ମାଟିକୁ ନମନ୍‌–ବୀରଙ୍କୁ ବନ୍ଦନ୍‌’ ପରିପ୍ରେକ୍ଷୀରେ ଗତ ଅଗଷ୍ଟ ୯ତାରିଖରେ “ମୋ ମାଟି, ମୋ ଦେଶ” ରାଷ୍ଟ୍ରୀୟ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଦେଶର ପ୍ରତି ଗାଁ, ପଂଚାୟତ, ବ୍ଲକ, ସହର, ନଗର, ପୌରପାଳିକା ଅଂଚଳରେ ବୀର ସ୍ୱାଧୀନତା ସଂଗ୍ରାମୀ ଓ ଯବାନଙ୍କ ବଳିଦାନ ସ୍ମୃତିରେ ଏହି କାର୍ଯ୍ୟକ୍ରମ ଆୟୋଜନ ହେଉଥିଲା।

ଓଡ଼ିଶାରେ ମଧ୍ୟ ସହିଦ ଓ ବଳିଦାନ ଦେଇଥିବା ବୀରମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ “ମୋ ମାଟି ମୋ ଦେଶ” ଆୟୋଜିତ ହୋଇଛି। ରାଜ୍ୟର ୩୧୪ ବ୍ଲକ ଅନ୍ତର୍ଗତ ୨୭୨୦ ପଂଚାୟତର ୧୩୧୨୮ ଗାଁରୁ ସଂଗୃହିତ ହୋଇଥିବା ପବିତ୍ର ମାଟି ଗତ କାଲି ଭୁବନେଶ୍ୱରରେ ପହଂଚିବା ପରେ ଆଜି ଏକ ଭବ୍ୟ ଶୋଭାଯାତ୍ରାରେ ରେଳଷ୍ଟେସନକୁ ଅଣାଯାଇଥିଲା।

ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରତାପ ଷଡଙ୍ଗୀ, ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ପ୍ରମୁଖଙ୍କ ସମେତ ପାର୍ଟିର ବହୁ କାର୍ଯ୍ୟକର୍ତା ସାମିଲ ହୋଇଥିଲେ।

‘ମୋ ମାଟି, ମୋ ଦେଶ’ ଅମୃତ କଳସ ଯାତ୍ରାର ଶୁଭାରମ୍ଭ ପାଇଁ ବିଶାଳ ଶୋଭାଯାତ୍ରା ସରିଛି। ଦେଶର ଅଖଣ୍ଡତା, ଏକତା, ରାଷ୍ଟ୍ରୀୟ ଭାବନା, ଚେତନା, ରାଷ୍ଟ୍ରଭକ୍ତି, ଜାତୀୟତାବାଦକୁ ଆହୁରି ଉଜିବିତ୍ କରିବା ଓ ପ୍ରେରଣାର କେନ୍ଦ୍ରବିନ୍ଦୁ ପାଲଟିବା ପାଇଁ ସହିଦ ସ୍ମୃତି ପାଖରେ “ଅମୃତ ବାଟିକା” ଭବ୍ୟଢଙ୍ଗରେ ନିର୍ମାଣ କରାଯିବ। ଏହି ‘ଅମୃତ ବାଟିକା’ ଭବିଷ୍ୟତ ପୀଢ଼ିଙ୍କ ପାଇଁ ପ୍ରେରଣାର ଉତ୍ସ ହେବ।

ଆସନ୍ତା ୩୧ତାରିଖରେ ଦେଶର ପ୍ରାୟ ୭୫୦୦ରୁ ଉର୍ଦ୍ଧ୍ୱ ସ୍ଥାନରୁ ସଂଗୃହୀତ ହୋଇ ଆସିଥିବା କଳସରୁ ମାଟିକୁ ଏକାଠି କରାଯାଇ ଦିଲ୍ଲୀସ୍ଥିତ ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକୀ ନିକଟରେ ‘ଅମୃତ ବାଟିକା’ର ସ୍ଥାପନା କରିବେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ବୋଲି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।

ଓଡିଶାରେ ‘ମୋ ମାଟି, ମୋ ଦେଶ’ ଅଭିଯାନକୁ ସଫଳ କରିଥିବା ମାଆ, ଭଉଣୀ, ଯୁବକ ଯୁବତୀ ଓ ଓଡ଼ିଶାବାସୀଙ୍କୁ ରାଜ୍ୟ ସଭାପତି ଶ୍ରୀ ସାମଲ ଧନ୍ୟବାଦ ଜଣାଇବା ସହ କହିଛନ୍ତି ଯେ, ଦେଶର ବୀରମାନଙ୍କ ପ୍ରତି ଥିବା ଶ୍ରଦ୍ଧା ଓ ଉତ୍ସର୍ଗୀଗୃତ ଭାବନା ପାଇଁ ଏହା ସଫଳ ହୋଇଛି। ଏହିପରି କଳସ ଶୋଭାଯାତ୍ରାରେ କାର୍ଯ୍ୟକର୍ତା, ମାତୃଶକ୍ତି ଓ ଯୁବବର୍ଗ ସାମିଲ ହୋଇ ମାଟି କଳସକୁ ଶ୍ରଦ୍ଧା ଓ ସମ୍ମାନ ଜଣାଇଥିବାରୁ ଶ୍ରୀ ସାମଲ ଧନ୍ୟବାଦ ଜଣାଇଛନ୍ତି।

ଅମୃତ କଳସ ଅମୃତ ବାଟିକା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧର୍ମେନ୍ଦ୍ର ପ୍ରଧାନ ମୋ ଦେଶ ମୋ ମାଟି
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026

ଏପ୍ରିଲ ପାଞ୍ଚ ତାରିଖରେ ଏହି ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 5, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026
Latest News

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026

ବାଣପୁର ଶିକ୍ଷା ମଣ୍ଡଳ ସ୍ତରୀୟ ଖଡ଼ିଛୁଆଁ ପର୍ବ ପାଳିତ

April 5, 2026

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026

ଏପ୍ରିଲ ପାଞ୍ଚ ତାରିଖରେ ଏହି ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 5, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.