Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସଚେତନତା ଶୋଭାଯାତ୍ରା: ଭୋଟର ତାଲିକା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପ୍ରକ୍ରିୟା କାର୍ଯ୍ୟକ୍ରମ ଆରମ୍ଭ
ଜାତୀୟ ଖବର

ସଚେତନତା ଶୋଭାଯାତ୍ରା: ଭୋଟର ତାଲିକା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପ୍ରକ୍ରିୟା କାର୍ଯ୍ୟକ୍ରମ ଆରମ୍ଭ

October 29, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସଚେତନତା ଶୋଭାଯାତ୍ରା: ଭୋଟର ତାଲିକା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପ୍ରକ୍ରିୟା କାର୍ଯ୍ୟକ୍ରମ ଆରମ୍ଭ

ଭୁବନେଶ୍ବର: ଚିଠା ଭୋଟର ତାଲିକା-୨୦୨୪ ପ୍ରକାଶ ପାଇବା ପୂର୍ବରୁ ୧୭ ବର୍ଷ ବୟସରୁ ଊଦ୍ଧ୍ୱର୍ ନୂତନ ଯୁବ ମତଦାତାମାନଙ୍କୁ ଭୋଟର ତାଲିକାରେ ସାମିଲ କରିବା ଓ ଭୋଟର ତାଲିକା ସଂଶୋଧନ ନେଇ ଭୁବନେଶ୍ୱରରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏବଂ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନଙ୍କ ମିଳିତ ଆନୁକୂଲ୍ୟରେ ଭୋଟ ଦେବା, ଗଣତନ୍ତ୍ରକୁ ସୁଦୃଢ କରିବା ଶୀର୍ଷକ ଉପରେ ରାଜ୍ୟସ୍ତରୀୟ ବିଶାଳ ଭୋଟର ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି।

ଏହି ଶୋଭାଯାତ୍ରାକୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧୀକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ଶୋଭାଯାତ୍ରା ରାମ ମନ୍ଦିର ଛକଠାରୁ ବାହାରି ମାଷ୍ଟର କ୍ୟାଣ୍ଟିନ ଛକ ପର୍ଯ୍ୟନ୍ତ ଯାଇଥିଲା।

ଉକ୍ତ ସଚେତନତା ପଦଯାତ୍ରାରେ ଓଡିଶୀ, ଘୋଡାନାଚ ଓ ପାଇକ ଆଖଡା ଭଳି ସାଂସ୍କୃତିକ କାର୍ଯ୍ୟକ୍ରମ ସହ ସ୍କୁଲ, କଲେଜର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ଏନ୍‌ଏସ୍‌ଏସ୍‌, ସ୍କାଉଟ୍‌, ଗାଇଡ୍‌, ବୁଦ୍ଧିଜୀବୀ, ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା, ଗଣମାଧ୍ୟମ ପ୍ରତିନିଧି ଓ ବରିଷ୍ଠ ପଦାଧିକାରୀମାନେ ସାମିଲ ହୋଇଥିଲେ।

ଏହି ଅବସରରେ ପୁଲିସ କମିଶନର ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ, ଖୋରଧା ଜିଲ୍ଲାପାଳ ଶ୍ରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଶତ୍ରୁଘ୍ନ କର, ଖୋରଧା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା, ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରୁଦ୍ର ନାରାୟଣ ମହାନ୍ତି, ଉପ ଜିଲ୍ଲାପାଳ ଶ୍ରୀ ଚିନ୍ମୟ କୁମାର ଆଚାର୍ଯ୍ୟ, ନାଇଜରର ପ୍ରଫେସର ବେଦାଙ୍ଗଦାସ ମହାନ୍ତି, ସମାଜସେବୀ ସାଧନା ମିଶ୍ର, ଆନ୍ତର୍ଜାତିକ ଚେସ ଖେଳାଳି ପଦ୍ମିନୀ ରାଉତଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

୨୦୨୪ ବର୍ଷ ପାଇଁ ନୂତନ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ ହୋଇଛି। ଚଳିତ ଅକେଫାବର ୨୭ ତାରିଖଠାରୁ ଆସନ୍ତା ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ସୂଚନା ଦେଇଛନ୍ତି।

ବିଶେଷ କରି ନୂତନ ଭୋଟରମାନଙ୍କୁ ଭୋଟର ତାଲିକାରେ ନାମ ପnିକରଣ ପାଇଁ ବ୍ୟାପକ ସଚେତନ କରାଯିବା ସହ ୧୭ ବର୍ଷରୁ ଊଦ୍ଧ୍ୱର୍ ନାଗରିକମାନଙ୍କୁ ଆବେଦନ ପତ୍ର ଦାଖଲରେ ସମସ୍ତ ପ୍ରକାର ସହଯୋଗ କରାଯିବ ବୋଲି କହିଥିଲେ।

ଗୋଟିଏ ବର୍ଷରେ ୪ ଥର ଅର୍ଥାତ ଜାନୁଆରୀ ୧, ଅପ୍ରେଲ ୧, ଜୁଲାଇ ୧ ଓ ଅକେଫାବର ୧ ତାରିଖକୁ ଯୋଗ୍ୟତାସୂଚକ ତାରିଖ ଧରାଯାଇ ନୂତନ ଭୋଟରମାନେ ଭୋଟର ତାଲିକାରେ ନାମ ଅନ୍ତର୍ଭୁକ୍ତ କରିବା ପାଇଁ ୬ ନମ୍ବର ଫର୍ମରେ ଆବେଦନ କରିପାରିବେ ବୋଲି ସେ କହିଥିଲେ।

ଭୋଟର ତାଲିକାରେ ନାମ ପଞ୍ଜିକରଣ କିମ୍ବା ନାମ ଯୋଗ ପାଇଁ ଫର୍ମ ନଂ ୬, ଭୋଟର ତାଲିକରୁ ନାମ ବାଦ ଦେବା କିମ୍ବା କାଟିବା ପାଇଁ ଫର୍ମ ନଂ ୭ ଓ ଭୋଟର ତାଲିକାରେ ତ୍ରୁଟି ସଂଶୋଧନ ପାଇଁ ଫର୍ମ ନଂ ୮ କୁ ଉପଯୋଗ କରିପାରିବେ।

ଆସନ୍ତା ମାସ ୫, ୧୧, ୧୯ ଓ ୨୫ ତାରିଖକୁ ସ୍ୱତନ୍ତ୍ର ପ୍ରଚାର ଦିବସ ଭାବେ ଧାର୍ଯ୍ୟ କରାଯାଇଛି। ଏହି ଦିନରେ ସମସ୍ତ ବୁଥରେ ବୁଥସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଭୋଟରମାନଙ୍କୁ ଭୋଟର ତାଲିକା ସଂଶୋଧନ କାର୍ଯ୍ୟରେ ସହଯୋଗ କରିବେ ବୋଲି ଶ୍ରୀ ଧଳ ସୂଚନା ଦେଇଥିଲେ।

ଏହି ଶୋଭାଯାତ୍ରା ଅବସରରେ ଭୋଟର ସହାୟତା କେନ୍ଦ୍ର, ମତଦାନ କେନ୍ଦ୍ର ପ୍ରତିଷ୍ଠା କରାଯାଇ ଭୋଟ ଦେବା ପ୍ରକ୍ରିୟା ସମ୍ପର୍କରେ ନୂତନ ଭୋଟରମାନଙ୍କୁ ସଚେତନ କରାଯାଇଥିଲା। ଝୋଟି, ରଙ୍ଗୋଲି, ପେଣ୍ଟିଂ, କୁଇଜ ପ୍ରତିଯୋଗିତା କରାଯାଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା।

ଭୋଟର ସଚେତନତା
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ବଙ୍ଗୋପସାଗର ଓ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର କଡ଼ା ନଜର

April 6, 2026
Latest News

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ବଙ୍ଗୋପସାଗର ଓ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର କଡ଼ା ନଜର

April 6, 2026

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ବିପୁଳ ପରିମାଣର ଗଞ୍ଜେଇ ସହ କାର୍ ଜବତ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.