Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦୁଇଟି ପର୍ଯ୍ୟାୟରେ ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ବୈଠକ
ଜାତୀୟ ଖବର

ଦୁଇଟି ପର୍ଯ୍ୟାୟରେ ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ବୈଠକ

November 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଦୁଇଟି ପର୍ଯ୍ୟାୟରେ ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ବୈଠକ

ଭୁବନେଶ୍ବର: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଆଗାମୀ ଓଡିଶା ଗସ୍ତ ଓ ବିଭିନ୍ନ କାର‌୍ୟ୍ୟକ୍ରମରେ ଯୋଗଦାନ କରିବାକୁ ଥିବା ପରିପ୍ରେକ୍ଷୀରେ ପ୍ରଶାସନିକ ସ୍ତରରେ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।

ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ସମସ୍ତ ପ୍ରସ୍ତୁତି ବ୍ୟବସ୍ଥା ତଦାରଖ କରିବାକୁ ଶ୍ରୀ ଜେନା ସମ୍ପୃକ୍ତ ଜିଲ୍ଲାପାଳ ଏବଂ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ତୃଟିଶୂନ୍ୟ କରିବା ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଛନ୍ତି।

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଚଳିତ ମାସ ନଭେମ୍ବର ୨୦ ରୁ ୨୨ ତାରିଖ ପର୍ଯ୍ୟନ୍ତ ୩ ଦିନ ପ୍ରଥମ ପର୍ଯ୍ୟାୟରେ ମୟୂରଭଂଜ, ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲା ଗସ୍ତ କରି ବିଭିନ୍ନ କାର‌୍ୟ୍ୟକ୍ରମରେ ଯୋଗ ଦେବାକୁ ଥିବା ବେଳେ ଦ୍ୱିତୀୟ ପର‌୍ୟ୍ୟାୟରେ ନଭେମ୍ବର ୨୬ ତାରିଖ ଅପରାହ୍ଣରେ ଭୁବନେଶ୍ୱରେ ପହଞ୍ଚି ୨୭ ତାରିଖରେ ପାରାଦ୍ୱୀପରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ।

ଉଭୟ ପର‌୍ୟ୍ୟାୟର ରାଷ୍ଟ୍ରପତିଙ୍କ ଏହି ୫ ଦିନର ଗସ୍ତ କାର୍ଯ୍ୟକୁ ଶୃଙ୍ଖଳିତ ଓ ସୁରକ୍ଷିତ କରିବା ପାଇଁ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା। ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଡି.କେ.ସିଂ, ପୋଲିସ ଡିଜି ଶ୍ରୀ ସୁନିଲ କୁମାର ବଂଶଲ,ପୋଲିସ କମିଶନର ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ, ଭୁବନେଶ୍ୱର ଡିଜିପି ଶ୍ରୀପ୍ରତୀକ ସିଂଙ୍କ ସମେତ ରାଜ୍ୟ ପ୍ରଶାସନର ସଂପୃକ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ବରିଷ୍ଠ ଅଧିକାରୀ, ଗୋଇନ୍ଦା ବିଭାଗ ତଥା ସୁରକ୍ଷା ଦାୟିତ୍ୱରେ ଥିବା ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ଗୃହ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ସନ୍ତୋଷ ବାଲା ରାଷ୍ଟ୍ରପତିଙ୍କ ଗସ୍ତ ସଂପର୍କରେ ବିଶଦ୍ ସୂଚନା ପ୍ରଦାନ କରିଥିଲେ। କେନ୍ଦ୍ରାଞ୍ଚଳ ତଥା ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ତଥା ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକମାନେ ଆଭାସୀ ମାଧ୍ୟମରେ ବୈଠକରେ ଯୋଗଦାନ କରିଥିଲେ। ସମସ୍ତ ଉତ୍ସବ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ୍ ବ୍ୟବସ୍ଥା ସହିତ ଜେନେରେଟର ଓ ଅତିରିକ୍ତ ଜେନେରେଟର ବ୍ୟବସ୍ଥା ରଖିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେବା ସହ ସଂପୃକ୍ତ କର୍ତ୍ତୃପକ୍ଷମାନଙ୍କୁ ଏହାକୁ ନିଶ୍ଚିତ କରିବାକୁ କହିଛନ୍ତି।

ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିବାଠାରୁ ଆରମ୍ଭ କରି ଗସ୍ତ କାର୍ଯ୍ୟକ୍ରମ ସାରି ପ୍ରତ୍ୟାବର୍ତ୍ତନ କରିବା ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକ୍ରମ ସଂପର୍କରେ ବୈଠକରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା। ବିଭିନ୍ନ କାର‌୍ୟ୍ୟକ୍ରମ ସ୍ଥଳକୁ ରାଷ୍ଟ୍ରପତିଙ୍କୁ ପାଛୋଟି ନେବା, ତାଙ୍କର ରହଣି, ସୁରକ୍ଷା ବ୍ୟବସ୍ଥା, କାର୍ଯ୍ୟକ୍ରମ ସମନ୍ୱୟ ଅଧିକାରୀଙ୍କ ଦାୟିତ୍ୱ, କାରକେଡ୍ ବ୍ୟବସ୍ଥା, ଗସ୍ତ କାର‌୍ୟ୍ୟକ୍ରମ ରାସ୍ତାରେ ବେରିକେଡ୍ ବ୍ୟବସ୍ଥା, ପରିବହନ ବ୍ୟବସ୍ଥା, ଖାଦ୍ୟଯାଞ୍ଚ, ରାସ୍ତା ମରାମତି ଓ ରକ୍ଷଣାବେକ୍ଷଣ, ଚିକିତ୍ସା ବ୍ୟବସ୍ଥା ତଦାରଖ କରାଯିବ।

ସେହିପରି ପରିମଳ ବ୍ୟବସ୍ଥା,ପାନୀୟ ଜଳଯୋଗାଣ, ମଞ୍ଚ ପ୍ରସ୍ତୁତି,ଦର୍ଶକଙ୍କ ବସିବା ସ୍ଥଳ, ବେରି କେଡିଂ ବ୍ୟବସ୍ଥା, ଆବଶ୍ୟକ ସଂଖ୍ୟକ ପାସ୍ ବ୍ୟବସ୍ଥା, ଗଣମାଧ୍ୟମରେ ପ୍ରଚାର ପ୍ରସାର ଓ କାର୍ଯ୍ୟକ୍ରମ ସ୍ଥଳକୁ ନିରବଚ୍ଛିନ୍ନ ଇଣ୍ଟରନେଟ୍ ଓ ଓ୍ୱାଇ-ଫାଇ ସୁବିଧା ସଂପର୍କରେ ବିଶଦ୍ ଆଲୋଚନା କରାଯାଇଥିଲା। ଗୃହ ବିଭାଗରେ ଏଥିପାଇଁ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକାରୀ ହେବ ବୋଲି ବୈଠକରୁ ଜଣାଯାଇଛି।

president of india ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Latest News

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.