Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବ୍ରାହ୍ମଣୀ ନଦୀ ପୁନରୁଦ୍ଧାର ପରିପ୍ରେକ୍ଷୀରେ ବୁଝାମଣାପତ୍ର ସ୍ୱାକ୍ଷରିତ
ଜାତୀୟ ଖବର

ବ୍ରାହ୍ମଣୀ ନଦୀ ପୁନରୁଦ୍ଧାର ପରିପ୍ରେକ୍ଷୀରେ ବୁଝାମଣାପତ୍ର ସ୍ୱାକ୍ଷରିତ

November 21, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ଜଳସମ୍ପଦ ବିଭାଗ ଏବଂ ଆଇଆଇଟି, ଗୌହାଟୀ ମଧ୍ୟରେ “ବ୍ରାହ୍ମଣୀ ନଦୀ ଡେଲଟା ପୁନରୁଦ୍ଧାର ପାଇଁ “ଭୌତିକ ଏବଂ ଗାଣିତିକ ନଦୀ ମଡେଲିଂ ଅଧ୍ୟୟନ” ପାଇଁ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଆଜି ଜଳ ସଂପଦ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୁଝାମଣା ପତ୍ର ଜଳ ସଂପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଏବଂ ଉନ୍ନୟନ କମିଶନର-ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଉପସ୍ଥିତିରେ ସ୍ୱାକ୍ଷିରିତ ହୋଇଥିଲା । ଜଳସମ୍ପଦ ବିଭାଗ ତରଫରୁ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି ଓ ଆଇଆଇଟି, ଗୌହାଟୀ ପକ୍ଷରୁ ପ୍ରଫେସର ଶିବାଶିଷ ଦତ୍ତ ଏହି ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିଲେ ।

ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀ ନଦୀ । ଏହି ନଦୀ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲା ଦେଇ ପ୍ରବାହିତ ହେଉଛି । ନଦୀର ୧୩୦ କିଲୋମିଟର ଦୂରରେ ରେଙ୍ଗାଲିଠାରେ ଏକ ନଦୀବନ୍ଧ ଏବଂ ରେଙ୍ଗାଲି ଡ୍ୟାମର ପ୍ରାୟ ୩୫.୦୦ କିଲୋମିଟର ତଳ ମୁଣ୍ଡରେ ସମଲଠାରେ ଏକ ବ୍ୟାରେଜ ନିର୍ମାଣ କରାଯାଇଛି । ବୁଝାମଣା ପତ୍ର ସ୍ୱାକ୍ଷର ପରିପ୍ରେକ୍ଷୀରେ ବ୍ରାହ୍ମଣୀ ନଦୀର ତଳ ମୁଣ୍ଡରେ ଜଳପ୍ରବାହର ସ୍ଥିତି ସଂପର୍କରେ ସର୍ବୋଚ୍ଚ ଯନ୍ତ୍ରୀ ଉପସ୍ଥାପନ କରିଥିଲେ । ନଦୀସ୍ତରରେ ବାଲି, ପଙ୍କ ଓ ପଟୁ ଆଦି ବସିବା ଦ୍ୱାରା ନଦୀରେ ଜଳସ୍ତର ଓ ପ୍ରବାହ କମ୍ ରହୁଛି । ଫଳରେ ବନ୍ୟା ଜଳ ନିସ୍କାସନରେ ମଧ୍ୟ ସମସ୍ୟା ଉପୁଜୁଛି । ତେଣୁ ନଦୀରେ ଜଳ ସଂଚୟ ଏବଂ ପ୍ରବାହକୁ ନିଶ୍ଚିତ କରିବାକୁ ଏହାର ପୁନରୁଦ୍ଧାର କରିବାର ଆବଶ୍ୟକତା ରହିଛି । ଆହୁରି ମଧ୍ୟ ଆବଶ୍ୟକ ସମୟରେ ଜଳର ଉପଲବ୍ଧତା ଦୃଷ୍ଟିରୁ ଯାଜପୁର ଜିଲ୍ଲାର ଜେନାପୁର ଓ ଯୋକଡିଆରେ ସମନ୍ୱିତ ଅନ୍ତଃନଦୀ ଜଳାଶୟ ନିର୍ମାଣ ମାଧ୍ୟମରେ ପୁନରୁଦ୍ଧାର କାର୍ଯ୍ୟ କରି ଉଭୟ ନଦୀରେ ପ୍ରବାହ ସୁନିଶ୍ଚିତ କରିବାକୁ ପ୍ରସ୍ତାବ ଦିଆଯାଇଛି । ନଦୀ ପ୍ରଣାଳୀକୁ ପୁନରୁଦ୍ଧାର କରିବା ପାଇଁ ଢାଞ୍ଚାଗୁଡ଼ିକର ଉପଯୁକ୍ତ କାର୍ଯ୍ୟକାରିତା ଏବଂ ଜଳ ପ୍ରବାହର ଆନୁପାତିକ ବଣ୍ଟନ ପାଇଁ ବୈଷୟିକ ଦିଗ ନିର୍ଣ୍ଣୟ କରିବା ପାଇଁ ଅନ୍ତଃନଦୀ ନିର୍ମାଣ ପୂର୍ବରୁ ମଡେଲ ଅଧ୍ୟୟନର ଆବଶ୍ୟକତାକୁ ଉପଲବ୍ଧ କରି ଆଇଆଇଟି,ଗୌହାଟୀ ସହିତ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି ।

କାର୍ଯ୍ୟକ୍ରମରେ ଯୋଗଦେଇ ବିଭାଗୀୟ ମନ୍ତ୍ରୀ ଶ୍ରୀମତୀ ସାହୁ କହିଛନ୍ତି ଯେ, ଜଳ ସଂପଦ ବିଭାଗ ଲୋକମାଙ୍କର ଜଳର ଆବଶ୍ୟକତାକୁ ପୂରଣ ଦିଗରେ ସର୍ବଦା ପ୍ରୟାସ ଜାରି ରଖିଛି । ବିଭାଗ ତରଫରୁ ବ୍ରାହ୍ଣଣୀ ନଦୀରେ ପ୍ରସ୍ତାବିତ ଅନ୍ତଃନଦୀ ଜଳାଶୟ ନିର୍ମାଣ ସଂକ୍ରାନ୍ତରେ ଓ ନଦୀରେ ମାଟି,ପଙ୍କ ଆଦି ଜମି ନରହି ଜଳ ପ୍ରବାହକୁ ନିଶ୍ଚିତ କରିବାକୁ ଉଦ୍ଦିଷ୍ଟ ଏହି ବୁଝାମଣା ପତ୍ର ଏ କ୍ଷେତ୍ରରେ ବୈଷୟିକ ଅଧ୍ୟୟନ ପାଇଁ ଆମକୁ ସହାୟକ ହେବ , ଯାହା ସଂପୃକ୍ତ ଅଞ୍ଚଳବାସୀଙ୍କ ପାଇଁ ଜଳ ଉପଲବ୍ଧତାକୁ ସୁନିଶ୍ଚିତ କରିବ ।

ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ତାଙ୍କ ଅଭିଭାଷଣରେ ଏହି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ସ୍ୱାକ୍ଷରର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସଂପର୍କରେ ବିଶଦ୍ ଭାବେ ଅବଗତ କରିଥିଲେ । ବୈଠକରେ ବିଭାଗର ଅନ୍ୟ ସର୍ବୋଚ୍ଚ ଯନ୍ତ୍ରୀ ତଥା ସ୍ୱତନ୍ତ୍ର ଶାସନ ସଚିବ, ବିଭାଗୀୟ ବରିଷ୍ଠ ଅଧିକାରୀ ଓ ଅନ୍ୟ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ ।

ଆଇଆଇଟି ଗୌହାଟୀ ଜଳ ସଂପଦ ବିଭାଗ ବୁଝାମଣାପତ୍ର ସ୍ୱାକ୍ଷରିତ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026
Latest News

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.