Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଜାତୀୟ ଶିକ୍ଷା ନୀତି ଲାଗୁ କରିବାକୁ ବିଶ୍ବବିଦ୍ୟାଳୟର କୁଳପତିଙ୍କୁ କୁଳାଧିପତିଙ୍କ ପରାମର୍ଶ
ଜାତୀୟ ଖବର

ଜାତୀୟ ଶିକ୍ଷା ନୀତି ଲାଗୁ କରିବାକୁ ବିଶ୍ବବିଦ୍ୟାଳୟର କୁଳପତିଙ୍କୁ କୁଳାଧିପତିଙ୍କ ପରାମର୍ଶ

December 1, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଜାତୀୟ ଶିକ୍ଷା ନୀତି ଲାଗୁ କରିବାକୁ ବିଶ୍ବବିଦ୍ୟାଳୟର କୁଳପତିଙ୍କୁ କୁଳାଧିପତିଙ୍କ ପରାମର୍ଶ

ଭୁବନେଶ୍ୱର: ଜାତୀୟ ଶିକ୍ଷା ନୀତି ୨୦୨୦ ଲାଗୁ କରିବା ପାଇଁ ଏକ ନୀତି ନିର୍ଘଂଟ ପ୍ରଣୀତ ହେବା ଦରକାର। ପ୍ରଥମ ପର୍ଯ୍ୟାୟରେ ଚାରି ବର୍ଷିଆ ସ୍ନାତକ ଶିକ୍ଷା ପ୍ରଚଳନ ପାଇଁ ବ୍ୟବସ୍ଥା ହେବା ଦରକାର। ଏଥି ନିମନ୍ତେ ପାଠ୍ୟକ୍ରମ, ସଂରଚନା, ଦକ୍ଷତା ବିକାଶ ଓ ଧନ୍ଦାମୂଳକ ପାଠ୍ୟକ୍ରମ ପ୍ରସ୍ତୁତ ହେବା ଆବଶ୍ୟକ।

ଜାତୀୟ ଶିକ୍ଷା ନୀତି ୨୦୨୦ ଅନ୍ତର୍ଗତ ପ୍ରଶିକ୍ଷଣ, ପ୍ରୋଜେକ୍ଟ କାର୍ଯ୍ୟ ଓ ଇଂଟରନ୍‌ସିପ୍ ସହ ଶିଳ୍ପ ସଂଯୋଗର ଭିତ୍ତି ପ୍ରସ୍ତୁତ କରିବାକୁ ରାଜ୍ୟପାଳ ତଥା କୁଳାଧିପତି ରଘୁବର ଦାସ ପରାମର୍ଶ ଦେଇଛନ୍ତି।

ଆଜି ରାଜଭବନରେ ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟର କୁଳପତି ସମ୍ମିଳନୀରେ ଉଦ୍‌ବୋଧନ ଦେଇ କୁଳାଧିପତି କହିଛନ୍ତି ଯେ ଓଡ଼ିଶାରେ ବହୁ ଉଚ୍ଚମାନର ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ଅଛି। ଭୁବନେଶ୍ୱର ପୂର୍ବ ଭାରତର ଶୈକ୍ଷିକ କେନ୍ଦ୍ର ହେବା ସ୍ଥଳେ ଗୋଟିଏ ବି ପ୍ରମୁଖ ଜାତୀୟସ୍ତରୀୟ ଶିକ୍ଷା ଅନୁଷ୍ଠାନ ଓଡ଼ିଶାରେ ନରହିବା ନିଶ୍ଚିତ ରୂପେ ଚିନ୍ତାର ବିଷୟ। ଏ ଦିଗରେ ପ୍ରୟାସ କରିବାକୁ କୁଳାଧିପତି ଶ୍ରୀ ଦାସ ଆହ୍ୱାନ ଦେଇଛନ୍ତି।

କୁଳାଧିପତି ଶ୍ରୀ ଦାସ ଆହୁରି କହିଛନ୍ତି ଯେ ପ୍ରତ୍ୟେକ ବିଶ୍ୱବିଦ୍ୟାଳୟରେ ସ୍ନାତକ ଶିକ୍ଷା ସ୍ତରରେ ରିସର୍ଚ ଆଣ୍ଡ ଡେଭଲପ୍‌ମେଂଟ ସେଲ୍ ପ୍ରତିଷ୍ଠା ହେବା ଦରକାର ଏବଂ ବହୁ ସଂଖ୍ୟାରେ ପେଟେଂଟ୍ ହାସଲ ପାଇଁ ଉଦ୍ୟମ କରିବାକୁ କୁଳାଧିପତି କହିଛନ୍ତି। ବ୍ୟାପକ ବୈଷୟିକ ଜ୍ଞାନକୌଶଳ, ପ୍ରଯୁକ୍ତି ବିଦ୍ୟା, ଇ-ଅଫିସ୍‌, ଡିଜିଟାଲ୍ ମାଧ୍ୟମର ବିପୁଳ ଉପଯୋଗ ଓ ନିୟମିତ ଅଡିଟ୍ ଉପରେ କୁଳାଧିପତି ଗୁରୁତ୍ୱ ଦେଇଛନ୍ତି।

ଓଡ଼ିଶାରେ ୬୨ ଜନଜାତି ସଂପ୍ରଦାୟ ରହୁଛନ୍ତି, ଯେଉଁମାନେ ଓଡ଼ିଶାର ଜନସଂଖ୍ୟାର ପ୍ରାୟ ୨୩ ଶତାଂଶ। ସେମାନଙ୍କ ଭାଷା, ସଂସ୍କୃତି, ଗୀତସଂଗୀତ, ଜୀବନଶୈଳୀ ଓ ଆଚାର ବ୍ୟବହାର ସଂପର୍କରେ ସ୍ଥାନୀୟ ବିଶ୍ୱବିଦ୍ୟାଳୟ ତଥ୍ୟ ସଂଗ୍ରହ, ଗବେଷଣା, ମ୍ୟୁଜିଅମ ପ୍ରତିଷ୍ଠା ଉପରେ ଧ୍ୟାନ ଦେବା ଦରକାର ବୋଲି କୁଳାଧିପତି ପରାମର୍ଶ ଦେଇଛନ୍ତି।

ଭାରତ ସରକାର ଉଚ୍ଚ ଶିକ୍ଷାର ବିକାଶ ନିମନ୍ତେ ବିବିଧ ଯୋଜନା ଓ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରୁଛନ୍ତି। ରାଜ୍ୟ ସରକାର ମଧ୍ୟ ପର୍ଯ୍ୟାପ୍ତ ସହଯୋଗ କରୁଛନ୍ତି। ଏସବୁର ଉପଯୋଗ କରି ଭଲ ଗ୍ରେଡ୍ ହାସଲ କରିବାକୁ ତଥା ଶିକ୍ଷା ଓ ଗବେଷଣାକୁ ପ୍ରାଧାନ୍ୟ ଦେବାକୁ କୁଳାଧିପତି କହିଛନ୍ତି।

ଠିକଣା ସମୟରେ ପରୀକ୍ଷା କରିବା ସହ ଠିକ୍ ସମୟରେ ଫଳ ପ୍ରକାଶନ ଓ ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ୍ ପ୍ରଦାନ କରିବାକୁ କୁଳପତିମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କୁଳପତି ସମ୍ମିଳନୀରେ ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ସମ୍ମିଳନୀର ଆଭିମୁଖ୍ୟ ସଂପର୍କରେ ସୂଚନା ଦେଇ ଓଡ଼ିଶାରେ ବିଶ୍ୱବିଦ୍ୟାଳୟଗୁଡ଼ିକର ସ୍ଥିତି ଓ ପରିଚାଳନା ବିଷୟରେ ତଥ୍ୟ ଉପସ୍ଥାପନ କରିଥିଲେ।

କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ଡ.ଅରବିନ୍ଦ ପାଢ଼ୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଚିବ ଶାଳିନୀ ପଣ୍ଡିତ, ଉଚ୍ଚ ଶିକ୍ଷା ବିଭାଗର ସଚିବ ଅରବିନ୍ଦ ଅଗ୍ରୱାଲ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ସ୍ୱତନ୍ତ୍ର ସଚିବ ଗଙ୍ଗାଧର ସାହୁ, ଓକାକ୍‌ର ମୁଖ୍ୟ ନିର୍ବାହୀ ଅଧିକାରୀ ମନୋଜ ପଟ୍ଟନାୟକ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ସଚିବ ମଧୁସୁଦନ ଦାସ ପ୍ରମୁଖ ନିଜ ବିଭାଗ ଅନ୍ତର୍ଗତ ବିଶ୍ୱବିଦ୍ୟାଳୟର ସ୍ଥିତି ଓ ପ୍ରଗତି ସଂପର୍କରେ ବକ୍ତବ୍ୟ ରଖିଥିଲେ।

କୁଳପତିମାନେ ବିଶ୍ୱବିଦ୍ୟାଳୟର ପ୍ରଗତି, ଭବିଷ୍ୟତର ଯୋଜନା, କାର୍ଯ୍ୟାନ୍ୱୟନ ବିଷୟରେ ତଥ୍ୟ ସୂଚନା ଦେବା ସହ ବିଭିନ୍ନ ସମସ୍ୟା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ। ସରକାରଙ୍କ ସହ ସମନ୍ୱୟ ରଖି ବିଶ୍ୱବିଦ୍ୟାଳୟର କାର୍ଯ୍ୟଧାରାକୁ ତ୍ୱରାନ୍ୱିତ କରିବାକୁ କୁଳାଧିପତି ପରାମର୍ଶ ଦେଇଥିଲେ। ସମ୍ମିଳନୀରେ କୁଳପତିଙ୍କ ସହ କୁଳ ସଚିବ ଓ ବିତ୍ତ ନିୟନ୍ତ୍ରକ ତଥା ରାଜଭବନର ଅଧିକାରୀମାନେ ଯୋଗ ଦେଇଥିଲେ।

ଜାତୀୟ ଶିକ୍ଷା ନୀତି ରଘୁବର ଦାସ ରାଜ୍ୟପାଳ
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.