Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବାତ୍ୟା ତଥା ଅଦିନିଆ ବର୍ଷା ଆଶଙ୍କା ଦୃଷ୍ଟିରୁ କୃଷି ବିଭାଗର ଆରମ୍ଭ ହେଲା ପ୍ରସ୍ତୁତି
ଜାତୀୟ ଖବର

ବାତ୍ୟା ତଥା ଅଦିନିଆ ବର୍ଷା ଆଶଙ୍କା ଦୃଷ୍ଟିରୁ କୃଷି ବିଭାଗର ଆରମ୍ଭ ହେଲା ପ୍ରସ୍ତୁତି

December 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାତ୍ୟା ତଥା ଅଦିନିଆ ବର୍ଷା ଆଶଙ୍କା ଦୃଷ୍ଟିରୁ କୃଷି ବିଭାଗର ଆରମ୍ଭ ହେଲା ପ୍ରସ୍ତୁତି

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗର ସ୍ୱତନ୍ତ୍ର ବାର୍ତ୍ତା ଅନୁଯାୟୀ ଆସନ୍ତା ଡିସେମ୍ବର ୫ ତାରିଖରୁ ମାଲକାନଗିରି, କୋରାପୁଟ,ରାୟଗଡ଼ା,ଗଞ୍ଜାମ, ଗଜପତି ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଅନ୍ୟ ଜିଲ୍ଲା ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ ଆଦି ଜିଲ୍ଲାମାନଙ୍କର କେତେକ ସ୍ଥାନରେ ମାତ୍ରାଧିକ ବର୍ଷା ହେବାର ପୂର୍ବାନୁମାନ ରହିଛି ।

ଏହି ପରିପେକ୍ଷୀରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆଜି ଏକ ଭର୍ଚୁଆଲ୍‌ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ନିର୍ଦ୍ଦେଶକ, ଭାରତୀୟ ପାଣିପାଗ ବିଭାଗ, ଯୁଗ୍ମ ନିର୍ଦ୍ଦେଶକ, କୃଷି ସମ୍ପ୍ରସାରଣ ଶିକ୍ଷା, ଓୟୁଏଟି ଏବଂ ସମ୍ପୃକ୍ତ କୃଷି ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ।

ବୈଠକରେ ବର୍ତ୍ତମାନ ଫସଲର ବିଶେଷ କରି ଧାନ, ମାଣ୍ଡିଆ, କପା, ଆଳୁ ଏବଂ ଅନ୍ୟାନ୍ୟ ପନିପରିବାର ଅବସ୍ଥା ଓ ସୁରକ୍ଷା ବିଷୟରେ ବିସ୍ତୃତ ଆଲୋଚନା କରାଯାଇ ଚାଷୀମାନଙ୍କ ପାଇଁ ଫସଲ ସୁରକ୍ଷା ବାର୍ତ୍ତା ପ୍ରସ୍ତୁତ କରାଯାଇଥିଲା। ଉକ୍ତ ପରାମର୍ଶ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଅବଗତ ନିମନ୍ତେ ପଠାଯାଇଅଛି। ବିଶେଷକରି ଉକ୍ତ ପରାମର୍ଶରେ ଅମଳ ଉପଯୋଗୀ ଧାନ, ମାଣ୍ଡିଆ ଓ କପା ଆଦି ଫସଲକୁ ଅମଳ କରି ଯଥାସମ୍ଭବ ସୁରକ୍ଷିତ ସ୍ଥାନରେ ସାଇତି ରଖିବା ପାଇଁ ଅନୁରୋଧ କରାଯାଇଅଛି।

ଏହି ପରାମର୍ଶ କୃଷି ବିଭାଗର ବିଭିନ୍ନ ସାମାଜିକ ଗଣମାଧ୍ୟମରେ ପ୍ରକାଶ କରାଯାଇଛି ଏବଂ ‘ଆମ କୃଷି’ର ପଞ୍ଜିକୃତ ଚାଷୀମାନଙ୍କୁ ଆଇ.ଭି.ଆର୍‌.ଏସ୍‌. ବାର୍ତ୍ତା ପ୍ରେରିତ କରାଯାଇଅଛି।
ଏତଦ୍‌ବ୍ୟତୀତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର ବିଭାଗୀୟ ଅଧିକାରୀଙ୍କୁ ଆଗୁଆ ସତର୍କ ରହିବା ପାଇଁ କୁହାଯାଇଛି ଏବଂ ୨ରୁ ୬ ତାରିଖ ପର୍ଯ୍ୟନ୍ତ କୌଣସି ଛୁଟି ନ ନେବା ପାଇଁ ପରାମର୍ଶ ଦିଆଯାଇଛି। ବିଭିନ୍ନ ଜିଲ୍ଲାମାନଙ୍କରେ “ମାଇକ୍‌’’ ଜରିଆରେ ଉକ୍ତ ବାର୍ତ୍ତା ପ୍ରଚାର କରାଯାଇ ଚାଷୀମାନଙ୍କୁ ସଚେତନ କରାଯାଉଛି।

ବଙ୍ଗୋପସାଗର ବର୍ଷା ବାତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.