Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଉଦ୍‌ଘାଟିତ ହେଲା ଅଠରତମ ଜାତୀୟ ହସ୍ତଶିଳ୍ପ ମେଳା ‘ତୋଷାଳି’
ଜାତୀୟ ଖବର

ଉଦ୍‌ଘାଟିତ ହେଲା ଅଠରତମ ଜାତୀୟ ହସ୍ତଶିଳ୍ପ ମେଳା ‘ତୋଷାଳି’

December 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
toshali
ଉଦ୍‌ଘାଟିତ ହେଲା ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା 

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆଜି ସନ୍ଧ୍ୟାରେ ଜନତା ମଇଦାନରେ ଉଦ୍‌ଘାଟିତ ହୋଇଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ଭାବରେ ଯୋଗ ଦେଇ ମେଳାର ଶୁଭାରମ୍ଭ କରିଥିଲେ। କାରିଗର ଓ ବୁଣାକାରମାନଙ୍କ ଉଦ୍ଦେଶ୍ୟରେ ଦେଇଥିବା ବାର୍ତ୍ତାକୁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ପାଠ କରିଥିଲେ।

ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଥିଲେ ଯେ ଓଡ଼ିଶା କଳାର ରାଜ୍ୟ, କଳାଭୂମି। ଓଡ଼ିଶାର ହସ୍ତଶିଳ୍ପ ଓ ହସ୍ତତନ୍ତ ଦେଶ ବିଦେଶରେ ଗୌରବ ବୃଦ୍ଧି କରିଛି ଏବଂ କାରିଗରମାନଙ୍କ ପାଇଁ ସମ୍ମାନ ଆଣିଛି। ଏହି ମାଟିର କାରିଗରମାନଙ୍କର ଦକ୍ଷତାର ତୁଳନା ନାହିଁ। ମୁଖ୍ୟମନ୍ତ୍ରୀ ଏହି ପ୍ରତିଭାଧରମାନଙ୍କୁ ବିଶେଷ ଅଭିନନ୍ଦନ ଜ୍ଞାପନ କରିଥିଲେ ଓ ଆଜି ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାରେ ବିଭିନ୍ନ ରାଜ୍ୟର କାରିଗରମାନଙ୍କୁ ସ୍ୱାଗତ କରିଥିଲେ।

ଉଦ୍‌ଘାଟନୀ ସଭାରେ ବିଜ୍ଞାନ ଓ କାରିଗରୀ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର ମେୟର ଶ୍ରୀମତୀ ସୁଲୋଚନା ଦାସ, ପଦ୍ମ ବିଭୁଷଣ, ଡ଼. ସୁଦର୍ଶନ ସାହୁ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ସ୍ୱତନ୍ତ୍ର ସଚିବ, ଶ୍ରୀ ସରୋଜ କୁମାର ପଟେଲ, ବୟନ ଓ ହସ୍ତତନ୍ତ ନିର୍ଦ୍ଦେଶକ ଶ୍ରୀ ଶୋଭନ କ୍ରୀଷ୍ଣା ସାହୁ ତଥା ହସ୍ତଶିଳ୍ପ ନିର୍ଦ୍ଦେଶିକା, ଶ୍ରୀମତୀ ପ୍ରଣତୀ ଛୋଟରାୟ ଓ ଅନ୍ୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।

ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ୨୦୨୨ ବର୍ଷ ପାଇଁ ହସ୍ତଶିଳ୍ପ କ୍ଷେତ୍ରରେ ୧୧ ଜଣ ଶିଳ୍ପୀଙ୍କୁ ସମ୍ମାନିତ କରାଯାଇଛି । ଓଡ଼ିଶାର କଳା ଓ ସଂସ୍କୃତି କ୍ଷେତ୍ରରେ ମହତ୍ତ୍ୱପୂର୍ଣ୍ଣ ଅବଦାନ ପାଇଁ ବିଶିଷ୍ଟ ଶିଳ୍ପୀ ଶ୍ରୀଯୁକ୍ତ ବିଜୟ କୁମାର ପରିଡାଙ୍କୁ ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡରେ, ୫ ଜଣ ଶିଳ୍ପୀ ଙ୍କୁ ରାଜ୍ୟ ହସ୍ତଶିଳ୍ପ ଆୱାର୍ଡରେ ଓ ୫ ଜଣ ଶିଳ୍ପୀଙ୍କୁ କଳାକୃତି ସମ୍ମାନରେ ସମ୍ମାନିତ କରାଯିବା ସହ ମାନପତ୍ର ପ୍ରଦାନ କରାଯାଇଥିଲା।

ଶେଷରେ ବୟନ ଓ ହସ୍ତତନ୍ତ ନିିର୍ଦ୍ଦେଶକ ଶ୍ରୀ ଶୋଭନ କ୍ରୀଷ୍ଣା ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଆଜିର ଏହି ସନ୍ଧ୍ୟାରେ ମାନ୍ୟବର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରିତା ସାହୁ ଯୋଗଦେଇ ଥିମ ପାଭିଲିୟନ୍‌ର ଶୁଭ ଉଦ୍‌ଘାଟନ କରିଥିଲେ।

ଆଜିର ସାଂସ୍କୃତିକ କାର୍ଯ୍ୟକ୍ରମରେ ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପୀ ବିଚିତ୍ରାନନ୍ଦ ସ୍ୱାଇଁ ଓ ସାଥୀମାନେ ଚିତ୍ତାକର୍ଷକ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ। ଏହି ମେଳାରେ ମୋଟ ୫୬୦ଟି ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ଷ୍ଟଲ ସ୍ଥାନ ପାଇଛି।

ଚଳିତବର୍ଷ ଫୁଡ୍‌ କୋର୍ଟରେ ଓଡ଼ିଶାରେ ପାରମ୍ପରିକ ଖାଦ୍ୟ ପରିବେଷଣ ହେବା ସହିତ ବିଭିନ୍ନ ରାଜ୍ୟର ସୁସ୍ୱାଦୁ ଖାଦ୍ୟର ଆସର ଜମିଛି। ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଡିସେମ୍ବର ୨୬ ତାରିଖ ପର୍ଯ୍ୟନ୍ତ ଦିବା ୨.୩୦ରୁ ରାତି ୯.୩୦ ପର୍ଯ୍ୟନ୍ତ ଖୋଲା ରହିବ।

toshali Toshali Mela ଜାତୀୟ ତୋଷାଳୀ ମେଳା ତୋଷାଳି ମେଳା ତୋଷାଳି ମେଳା 2023 ତୋଷାଳୀ ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ଟିମ ଇଣ୍ଡିଆର ଲଜ୍ଜାଜନକ ପ୍ରଦର୍ଶନ, ୯୩ ରନରେ ଅଲ ଆଉଟ୍: ପ୍ରଥମ ଟେଷ୍ଟ ଜିତିଲା ଦକ୍ଷିଣ ଆଫ୍ରିକା

November 16, 2025

ଗାୟକ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ଆସୁନି ଉନ୍ନତି, ଏବେ ବି ଗୁରୁତର

November 16, 2025

ଆଜିଠାରୁ ଭାରତରେ ବିଶ୍ୱ ବକ୍ସିଂ କପ୍ ଫାଇନାଲ୍ସ

November 16, 2025

ଖୁବ ଶୀଘ୍ର ବନ୍ଦ ହୋଇଯିବ ଆପଣଙ୍କ ପାନ କାର୍ଡ: ତୁରନ୍ତ କରନ୍ତୁ ଏହି କାମ

November 16, 2025
Latest News

ଟିମ ଇଣ୍ଡିଆର ଲଜ୍ଜାଜନକ ପ୍ରଦର୍ଶନ, ୯୩ ରନରେ ଅଲ ଆଉଟ୍: ପ୍ରଥମ ଟେଷ୍ଟ ଜିତିଲା ଦକ୍ଷିଣ ଆଫ୍ରିକା

November 16, 2025

ଗାୟକ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ଆସୁନି ଉନ୍ନତି, ଏବେ ବି ଗୁରୁତର

November 16, 2025

ଆଜିଠାରୁ ଭାରତରେ ବିଶ୍ୱ ବକ୍ସିଂ କପ୍ ଫାଇନାଲ୍ସ

November 16, 2025

ଖୁବ ଶୀଘ୍ର ବନ୍ଦ ହୋଇଯିବ ଆପଣଙ୍କ ପାନ କାର୍ଡ: ତୁରନ୍ତ କରନ୍ତୁ ଏହି କାମ

November 16, 2025

ବିହାରରେ ନୂତନ ସରକାର ଗଠନ ପାଇଁ ପ୍ରସ୍ତୁତି ଆରମ୍ଭ, ଖୁବ୍ ଶୀଘ୍ର ଇସ୍ତଫା ଦେବେ ନୀତିଶ କୁମାର

November 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.