Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମହିମା ପୀଠର ରୂପାନ୍ତର ଓ ସୌନ୍ଦର୍ଯ୍ୟକରଣ ପାଇଁ ଭୂମିପୂଜନ କଲେ ମୁଖ୍ୟମନ୍ତ୍ରୀ, ୧୧୨ କୋଟି ବ୍ୟୟ
ଜାତୀୟ ଖବର

ମହିମା ପୀଠର ରୂପାନ୍ତର ଓ ସୌନ୍ଦର୍ଯ୍ୟକରଣ ପାଇଁ ଭୂମିପୂଜନ କଲେ ମୁଖ୍ୟମନ୍ତ୍ରୀ, ୧୧୨ କୋଟି ବ୍ୟୟ

December 22, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମହିମା ପୀଠର ରୂପାନ୍ତର ଓ ସୌନ୍ଦର୍ଯ୍ୟକରଣ ପାଇଁ ଭୂମିପୂଜନ କଲେ ମୁଖ୍ୟମନ୍ତ୍ରୀ, ୧୧୨ କୋଟି ବ୍ୟୟ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓଡିଶାର ପ୍ରସିଦ୍ଧ ମହିମା ପୀଠ ଢେଙ୍କାନାଳ ଜିଲ୍ଲା ଯୋରନ୍ଦାଠାରେ ଉପାସନା ପୀଠ ଓ ବତୀ ମଣ୍ଡପ ନିର୍ମାଣ, ଭବ୍ୟ ମହିମା ଗାଦି ଶୂନ୍ୟ ମଣ୍ଡପ ନିର୍ମାଣ ଏବଂ ମହିମା ଗାଦି ଚତୁପାର୍ଶ୍ୱ ଉନ୍ନତିକରଣ କାର୍ଯ୍ୟର ଭୂମି ପୂଜନ କରିଛନ୍ତି।

ଯୋରନ୍ଦାଠାରେ ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଦେବ ଭୂମି ଓ ପୂଣ୍ୟ ଭୂମି। ମହିମା ଧର୍ମ ଯୋରନ୍ଦା ମାଟିକୁ ପବିତ୍ର କରିବା ସହ ପ୍ରସିଦ୍ଧି ଆଣି ଭାରତର ଆଧ୍ୟାତ୍ମିକ ମାନଚିତ୍ରରେ ସ୍ୱତନ୍ତ୍ର ସ୍ଥାନ ଦେଇଛି। ଏଭଳି ପବିତ୍ର ମାଟିକୁ ଆସି ଓ ଆପଣମାନଙ୍କ ସହିତ ମିଶିବାର ସୁଯୋଗ ପାଇ ମୁଁ ବହୁତ ଖୁସି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ସାରା ବିଶ୍ୱକୁ ଏକ ପରିବାର ଭାବରେ ଗ୍ରହଣ କରି ମହିମା ଧର୍ମ ସରଳ ଜୀବନ, ସମ୍ୟତା ଓ ଜଗତକଲ୍ୟାଣରେ ବିଶ୍ୱାସ କରେ। ମହିମା ଧର୍ମର ମହାନ ସନ୍ଥ ଭୀମ ଭୋଇଙ୍କ ବାର୍ତ୍ତା ଆମ ସମସ୍ତଙ୍କ ପାଇଁ ପ୍ରେରଣା ଅଟେ। ଜଗତକଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗ କରିବାର ଚିନ୍ତାଧାରା ଆମକୁ ମହିମା ଧର୍ମ ଶିକ୍ଷା ଦେଇଛି ବୋଲି କହି ମହିମା ଧର୍ମପୀଠର ଉନ୍ନତି ପାଇଁ ୧୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ସେ କହିଥିଲେ।

ଖୁବ ଶୀଘ୍ର କାମ ଆରମ୍ଭ ହେବା ସହିତ ୩ ବର୍ଷ ମଧ୍ୟରେ ଏହି କାର୍ଯ୍ୟ ଶେଷ ହୋଇ ଢେଙ୍କାନାଳ ଜିଲ୍ଲାକୁ ଏହି ପୀଠ ଏକ ନୂଆ ପରିଚୟ ଦେବ ବୋଲି ସେ କହିଥିଲେ।ଯୋରନ୍ଦାକୁ ଓଡିଶା ତଥା ଭାରତର ଆଧ୍ୟାତ୍ମିକ ପର୍ଯ୍ୟଟନ ମାନଚିତ୍ରରେ ଏକ ପ୍ରମୁଖ ପୀଠ ଭାବରେ ପରିଗଣିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କର ସହଯୋଗ କାମନା କରି ଆଗାମୀ ମାଘ ମେଳା ଓ ଅଗ୍ନି ପୂର୍ଣ୍ଣିମା ପାଇଁ ଶୁଭେଚ୍ଛା ଜଣାଇଥିଲେ।

କାର୍ଯ୍ୟକ୍ରମରେ ରାଜ୍ୟ ଇସ୍ପାତ ଓ ଖଣି ଏବଂ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗ ଦେଇ କହିଥିଲେ ଯେ ଢେଙ୍କାନାଳ ଜିଲ୍ଲା ଓଡିଶାକୁ ମହିମା ଧର୍ମ ଦେଇଛି। ଏହି ଧର୍ମର ପ୍ରସାର ଓ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ସହଯୋଗ ଯୋଗାଇ ଦେଇ ମହିମା ଧର୍ମ ପ୍ରତି ତାଙ୍କର ଆନ୍ତରିକତାକୁ ପ୍ରଦର୍ଶନ କରିଛନ୍ତି।

କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଯୋଗଦେଇ କହିଲେ ଯେ ବହୁତ ଲୋକଙ୍କ ବିରୋଧ ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଏହି ପୀଠର ବିକାଶ ପାଇଁ ନିଷ୍ପତ୍ତି ନେଇଛନ୍ତି। ଦୁନିଆକୁ ସରଳତା, ସ୍ୱଚ୍ଛତା, ସେବା ଓ ନିସ୍ୱାର୍ଥପରତାର ବାର୍ତ୍ତା ଦେଉଥିବା ଏହି ମହିମା ଧର୍ମକୁ ଆଗେଇ ନେବାକୁ ହେବ। ଆମ ମୁଖ୍ୟମନ୍ତ୍ରୀ ଶ୍ରେୟ ପାଇଁ ନୁହେଁ, ସେବା ମନୋବୃତ୍ତି ନେଇ କାମ କରିଥାନ୍ତି ବୋଲି କହି ଏହି ପୀଠ ତଥା ଏହାର ପାରିପାର୍ଶ୍ୱିକ ବିକାଶ ପାଇଁ ପଦକ୍ଷେପ ନିଆଯାଇଛି ବୋଲି ସେ କହିଥିଲେ। ମହିମା ପୀଠର ବିକାଶ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ତାଙ୍କ ହୃଦୟରେ ସ୍ଥାନ ଦେଇଛନ୍ତି। ଏଥି ସହିତ ଓଡିଶାର ସମସ୍ତ ମହିମା ପୀଠର ବିକାଶ କାର୍ଯ୍ୟ ମଧ୍ୟ କରାଯିବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଢେଙ୍କାନାଳ ସାଂସଦ ଶ୍ରୀ ମହେଶ କୁମାର ସାହୁ, ବିଧାୟକ ଶ୍ରୀ ସୁଧିର କୁମାର ସାମଲ, ପରଜଙ୍ଗ ବିଧାୟକ ଡ. ନୃସିଂହ ଚରଣ ସାହୁ, ହିନ୍ଦୋଳ ବିଧାୟିକା ଶ୍ରୀମତୀ ସୀମାରାଣୀ ନାୟକ, ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ଅର୍ଚ୍ଚନା ପୁହାଣ ପ୍ରମୁଖ ଯୋଗ ଦେଇ ଧର୍ମାନୁଷ୍ଠାନଠାରୁ ଆରମ୍ଭକରି ଗ୍ରାମଦେବୀଙ୍କ ପୀଠ ପର୍ଯ୍ୟନ୍ତ ଓଡିଶାବାସୀଙ୍କ ସମସ୍ତ ଧର୍ମୀୟ ଭାବନା ଓ ଭାବାବେଗକୁ ଆମ ମୁଖ୍ୟମନ୍ତ୍ରୀ ସମ୍ମାନ ଦେଉଛନ୍ତି ବୋଲି କହିବା ସହିତ ମହିମା ଧର୍ମ ପ୍ରତି ଆନ୍ତରିକତା ଏବଂ ବିକାଶ ପାଇଁ ତାଙ୍କର ଉଦ୍ୟମ ସବୁଦିନ ପାଇଁ ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇରହିବ ବୋଲି ସେମାନେ କହିଥିଲେ।

joranda jorandaMahima ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026
Latest News

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.