Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କେନ୍ଦୁଝରରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେଲେ କେନ୍ଦ୍ର ମନ୍ତ୍ରୀ ଅର୍ଜ୍ଜୁନ ମୁଣ୍ଡା
ଜାତୀୟ ଖବର

କେନ୍ଦୁଝରରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେଲେ କେନ୍ଦ୍ର ମନ୍ତ୍ରୀ ଅର୍ଜ୍ଜୁନ ମୁଣ୍ଡା

December 24, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
କେନ୍ଦୁଝରରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେଲେ କେନ୍ଦ୍ର ମନ୍ତ୍ରୀ ଅର୍ଜ୍ଜୁନ ମୁଣ୍ଡା

ଭୁବନେଶ୍ୱର: କେନ୍ଦ୍ର ଆଦିବାସୀ ବ୍ୟାପାର, କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଅର୍ଜୁନ ମୁଣ୍ଡା ଆଜି କେନ୍ଦୁଝର ଜିଲ୍ଲା ରାଧିକାଦେଇପୁର ଏବଂ ଭଣ୍ଡାରିଡିହା ପଞ୍ଚାୟତରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହୋଇଛନ୍ତି। ଶ୍ରୀ ମୁଣ୍ଡା ଏହି ଅବସରରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ମତବିନିମୟ କରିଛନ୍ତି। ସେ ସଂକଳ୍ପ ଯାତ୍ରା ରହଣୀ ସ୍ଥଳରେ ଆୟୋଜିତ ପ୍ରଦର୍ଶନୀକୁ ମଧ୍ୟ ବୁଲି ଦେଖିଛନ୍ତି।

ରାଧିକାଦେଇପୁର ଠାରେ ଆୟୋଜିତ ସଭାକୁ ସମ୍ବୋଧିତ କରି ଶ୍ରୀ ମୁଣ୍ଡା କହିଛନ୍ତି, ଗାଁ ସଶକ୍ତ ହେଲେ, କ୍ଷେତ୍ରର ବିକାଶ ହୋଇପାରିବ, ତା’ହେଲେ ଯାଇ ଦେଶ ବିକଶିତ ହୋଇପାରିବ। ଏହି ଉଦ୍ଦେଶ୍ୟ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ନିରନ୍ତର କାର୍ଯ୍ୟ କରୁଛନ୍ତି । କେନ୍ଦ୍ର ସରକାରଙ୍କ ଦ୍ୱାରା ଅନେକଗୁଡ଼ିଏ ଲୋକାଭିମୁଖୀ ଯୋଜନା କାର୍ଯ୍ୟକାରୀ କରାଯାଉଛି।

ଏସବୁ ଯୋଜନା ଦ୍ୱାରା ସାଧାରଣ ଲୋକମାନେ ସଶକ୍ତ ଓ ସମୃଦ୍ଧ ହେଉଛନ୍ତି। ଏସବୁ ଯୋଜନା ବିଷୟରେ ସୂଚନା ଦେବା ଏବଂ ତୃଣମୂଳ ସ୍ତରରେ ଯୋଜନାର ଶତପ୍ରତିଶତ ପ୍ରସାର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭଗବାନ ବିର୍ସାମୁଣ୍ଡାଙ୍କ ଜନ୍ମମାଟିରୁ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଶୁଭାରମ୍ଭ କରିଥିଲେ। ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ କୋଟି କୋଟି ଲୋକ ସାମିଲ ହୋଇପାରିଥିବା ଶ୍ରୀ ମୁଣ୍ଡା କହିଥିଲେ। ସେ ଉପସ୍ଥିତ ହିତାଧିକାରୀଙ୍କୁ କେନ୍ଦ୍ରୀୟ ଯୋଜନାର ଲାଭ ନେବାକୁ ଆହ୍ୱାନ ଦେଇଥିଲେ।

ଅନୁରୂପ ଭାବେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ମୁଣ୍ଡା ଭଣ୍ଡାରିଡିହା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସଭାକୁ ସମ୍ବୋଧିତ କରିଛନ୍ତି। ଗ୍ରାମବାସୀଙ୍କୁ ଉଦବୋଧନ ଦେଇ ଶ୍ରୀ ମୁଣ୍ଡା କହିଛନ୍ତି ମୋଦୀଙ୍କ ଗ୍ୟାରେଣ୍ଟୀ ଗାଡ଼ି ଆଜି ସବୁ ପଞ୍ଚାୟତରେ ପହଞ୍ଚୁଛି । ଏହାର ଉଦ୍ଦେଶ୍ୟ ହେଉଛି ସରକାରୀ ଯୋଜନାରୁ ବଞ୍ଚିତ ଲୋକଙ୍କ ନିକଟରେ କେନ୍ଦ୍ରୀୟ ଯୋଜନାର ଲାଭ ପହଞ୍ଚାଇବା। ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ହିତାଧିକାରୀଙ୍କ ସହ ମିଶି ୨୦୪୭ ସୁଦ୍ଧା ବିକଶିତ ରାଷ୍ଟ୍ର ଗଠନ ପାଇଁ ସଂକଳ୍ପ ନେଇଥିଲେ।

କେନ୍ଦୁଝର ବିକଶିତ ଭାରତ ସଂକଳ୍ପ ଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.