Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପାଣ୍ଡିଆନଙ୍କ ଟାର୍ଗେଟ ପରେ ଧର୍ମେନ୍ଦ୍ରଙ୍କ ଶିବିର ବାଉଳା, କଣ ଜବାବ ଦେବେ ପାଉ ନାହାଁନ୍ତି ରାସ୍ତା
ଜାତୀୟ ଖବର

ପାଣ୍ଡିଆନଙ୍କ ଟାର୍ଗେଟ ପରେ ଧର୍ମେନ୍ଦ୍ରଙ୍କ ଶିବିର ବାଉଳା, କଣ ଜବାବ ଦେବେ ପାଉ ନାହାଁନ୍ତି ରାସ୍ତା

December 27, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପାଣ୍ଡିଆନଙ୍କ ଟାର୍ଗେଟ ପରେ ଧର୍ମେନ୍ଦ୍ରଙ୍କ ଶିବିର ବାଉଳା, କଣ ଜବାବ ଦେବେ ପାଉ ନାହାଁନ୍ତି ରାସ୍ତା

ଭୁବନେଶ୍ବର: ଆଜି ବିଜେଡି ନେତା ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଧାମନଗର ମାଟି ଉପରେ କେନ୍ଦ୍ରମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି। ଯାହାକୁ ନେଇ ଖୋଦ ଧର୍ମେନ୍ଦ୍ର ବାଉଳା ହୋଇ ସାରିଲେଣି। ତାଙ୍କ ଶିବିର ମଧ୍ୟ ଜବାବ ଦେବା ପାଇଁ କୌଣସି ରାସ୍ତା ପାଇପାରୁ ନାହାଁନ୍ତି। କାରଣ ଧାମନଗରରେ ବିଜେପି ଜିତିବା ପରେ ସେ ସେଠାକୁ ଆଉ ଯାଇ ନାହାଁନ୍ତି। ଯାହା ପାଣ୍ଡିଆନ ଖୋଲାମଖୁଲା ଧାମନଗରରେ ଏ କଥା ଜଣେଇ ଦେଇଛନ୍ତି।

ପାଣ୍ଡିଆନ କହିଥିଲେ ଯେ, ବିଜେପି ପ୍ରାର୍ଥୀଙ୍କ ପ୍ରଚାରର ଯିଏ ମଙ୍ଗ ଧରିଥିଲେ ସେ ପ୍ରଚାର ସମୟରେ ପାଞ୍ଚ ପାଞ୍ଚ ଥର ଧାମନଗର ଆସି ଶହଶହ ପ୍ରତିଶ୍ରୁତି ଦେଇଥିଲେ। ନିର୍ବାଚନ ସରିଲା ଓ ତାଙ୍କ ପ୍ରାର୍ଥୀ ଜିତିଲା। କିନ୍ତୁ ତା’ପରଠୁ ପ୍ରଚାରର ମଙ୍ଗ ଧରିଥିବା ଏହି ନେତାଙ୍କ ଦେଖା ଦର୍ଶନ ନାହିଁ। ଏମିତିକି ଧନ୍ୟବାଦ ଦେବାକୁ ମଧ୍ୟ ଥରୁଟିଏ ଧାମନଗର ଆସିନାହାଁନ୍ତି।

ପାଣ୍ଡିଆନ କହିଥିଲେ ଯେ, ଉପନିର୍ବାଚନ ପ୍ରଚାର ବେଳେ ବିଜେପିର ଏହି ତୁଙ୍ଗ ନେତା କହିଥିଲେ ଯେ, ତାଙ୍କ ପ୍ରାର୍ଥୀ ଜିତିଲେ ସେ ଧାମନଗରର ରୂପରେଖ ବଦଳାଇ ଦେବେ। ଧାମନଗର ଭିନ୍ନ ଏକ ନିର୍ବାଚନ ମଣ୍ଡଳୀ ପାଲଟି ଯିବ। ହେଲେ କୁଆଡେ ଗଲା ସେ ପ୍ରତିଶ୍ରୁତି?  ଏଥିରୁ ଭୋଟ ରାଜନୀତି କରୁଥିବା ଏହି ନେତାଙ୍କ ପ୍ରକୃତ ଚେହେରା ସ୍ପଷ୍ଟ ହୋଇଯାଇଛି।

ଗତ ୧୦ ମାସ ଭିତରେ ସେଦିଲ୍ଲୀରୁ ଓଡ଼ିଶାକୁ ୧୦୦ଥର ଆସିଥିବେ। କିନ୍ତୁ ଧାମନଗରକୁ ଥରୁଟିଏ ବି ମନେ ପକାଇଲେ ନାହିଁକେମିତି? ଏହି ନେତାମାନଙ୍କ ଚରିତ୍ର ହେଲା ଭୋଟ ସରିଲା ପରେ ଭୁଲିଯିବା। ଉପନିର୍ବାଚନରେ ତାଙ୍କ ପ୍ରାର୍ଥୀ ଜିତିଲା ସତ,  କିନ୍ତୁ ବର୍ଷେ ଭିତରେ ଧାମନଗରବାସୀ ତାଙ୍କ ଉପରୁ ବିଶ୍ୱାସ ହରାଇଲେ। ଧାମନଗର ନିର୍ବାଚନମଣ୍ଡଳୀର ଅସୁରାଳିଠାରେ ଏକ ସାଧାରଣ ସଭାରେ କହିଛନ୍ତି ପାଣ୍ଡିଆନ।

ତେବେ ଏହି ଖବର ଧର୍ମେନ୍ଦ୍ର ପ୍ରଧାନ ଏବଂ ତାଙ୍କ ଶିବିର ଜାଣିବା ପରେ ବାଉଳା ହୋଇ ପଡିଛନ୍ତି। କାରଣ ହେଲା ଧାମନଗର ଉପନିର୍ବାଚନରେ ଧର୍ମେନ୍ଦ୍ର ବାରମ୍ବାର ସେଠାକୁ ଯାଇଥିଲେ। ହେଲେ ଜିତିବା ପରେ ସେ ଆଉ ସେଠାକୁ ଯାଇ ନାହାଁନ୍ତି। ତେଣୁ ଏହାକୁ ତ ଧର୍ମେନ୍ଦ୍ର କେବେ ବି ମିଛ ବୋଲି କହିପାରିବେ ନାହିଁ। ହେଲେ ଏହାର ଉତ୍ତର କଣ ଦିଆଯିବ ସେ ନେଇ ତାଙ୍କ ଟିମ କୌଣସି ରାସ୍ତା ପାଉ ନାହାଁନ୍ତି।

କାର୍ତ୍ତିକ ପାଣ୍ଡିଆନ ଧର୍ମେନ୍ଦ୍ର ପ୍ରଧାନ ଭଦ୍ରକରେ ପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ପ୍ରିୟଙ୍କା ଚତୁର୍ବେଦୀ, ବିଜେପିରେ ଯୋଗଦେବା ଉପରେ ବଢିଲା କଳ୍ପନାଜଳ୍ପନା

August 5, 2025

ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀରେ ଜଙ୍ଗଲ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ତାଗିଦ, କହିଲେ…

August 5, 2025

ଘୋଷଣା ହେଲା ଓଡିଶା ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଏବଂ ସଦସ୍ୟାଙ୍କ ନାମ

August 5, 2025

ଇତିହାସ ରଚିଲେ ଦୀପିକା ପାଦୁକୋଣ: ପଛରେ ପଡ଼ିଲେ ଏହି ହଲିଉଡ୍ ଷ୍ଟାର

August 5, 2025
Latest News

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ପ୍ରିୟଙ୍କା ଚତୁର୍ବେଦୀ, ବିଜେପିରେ ଯୋଗଦେବା ଉପରେ ବଢିଲା କଳ୍ପନାଜଳ୍ପନା

August 5, 2025

ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀରେ ଜଙ୍ଗଲ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ତାଗିଦ, କହିଲେ…

August 5, 2025

ଘୋଷଣା ହେଲା ଓଡିଶା ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଏବଂ ସଦସ୍ୟାଙ୍କ ନାମ

August 5, 2025

ଇତିହାସ ରଚିଲେ ଦୀପିକା ପାଦୁକୋଣ: ପଛରେ ପଡ଼ିଲେ ଏହି ହଲିଉଡ୍ ଷ୍ଟାର

August 5, 2025

ଘୋଷଣା ହେଲା ଓଡିଶା ମହିଳା ଆୟୋଗ ଅଧ୍ୟକ୍ଷା ଓ ସଦସ୍ୟାଙ୍କ ନାମ, ଜାଣନ୍ତୁ କାହାକୁ ଦିଆଗଲା ନିଯୁକ୍ତି

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.