Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେଲେ କେନ୍ଦ୍ର ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ
ଜାତୀୟ ଖବର

ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେଲେ କେନ୍ଦ୍ର ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ

December 28, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ଏବଂ ଆୟୁଷ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଆଜି କଟକ ଜିଲ୍ଲା ଆଠଗଡ଼ ବ୍ଲକ୍‌ ଧାଇପୁର ପଞ୍ଚାୟତ ଏବଂ କଟକ ମହାନଗର ନିଗମ ଅଧୀନ ମାଛୁଆ ବଜାର ଠାରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଶ୍ରୀ ସୋନୱାଲ ଏହି ଅବସରରେ କେନ୍ଦ୍ରୀୟ ଯୋଜନାର ହିତାଧିକାରୀଙ୍କ ସହିତ କଥା ହୋଇଥିଲେ।

ଧାଇପୁର ଠାରେ ଆୟୋଜିତ ସଭାକୁ ସମ୍ବୋଧିତ କରି ଶ୍ରୀ ସୋନୱାଲ କହିଥିଲେ, ବିଗତ ପ୍ରାୟ ୧ ଦଶନ୍ଧି ଧରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାର ସବ୍‌କା ସାଥ୍‌, ସବ୍‌କା ବିଶ୍ୱାସ, ସବ୍‌କା ବିକାଶ ଏବଂ ସବ୍‌କା ପ୍ରୟାସ ଲକ୍ଷ୍ୟ ନେଇ ସବୁ ବର୍ଗର ଲୋକମାନଙ୍କ କଲ୍ୟାଣ ପ୍ରତି କାର୍ଯ୍ୟ କରି ଆସୁଛନ୍ତି। ଅରୁଣାଚଳ ପ୍ରଦେଶ ଠାରୁ ଆରମ୍ଭ କରି ଗୁଜରାଟ ପର୍ଯ୍ୟନ୍ତ, କାଶ୍ମୀର ଠାରୁ ଆରମ୍ଭ କରି କନ୍ୟାକୁମାରୀ ପର୍ଯ୍ୟନ୍ତ ସବୁ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳର ଜନତାଙ୍କ କଲ୍ୟାଣ ପାଇଁ ମୋଦୀ ସରକାର କାମ କରିଛନ୍ତି।

ଓଡ଼ିଶା ସମ୍ପର୍କରେ ମତବ୍ୟକ୍ତ କରି ଶ୍ରୀ ସୋନୱାଲ କହିଥିଲେ, ଓଡ଼ିଶା ବାସୀ ଖୁବ୍‌ ପରିଶ୍ରମୀ ଏବଂ ସଚ୍ଚୋଟ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱାଧୀନ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଓ ଯୋଜନା ଦ୍ୱାରା ଓଡ଼ିଶା ଦେଶର ଅନ୍ୟତମ ସମୃଦ୍ଧ ରାଜ୍ୟରେ ପରିଣତ ହେବ ବୋଲି ଶ୍ରୀ ସୋନୱାଲ ଦୃଢ଼ୋକ୍ତି ପ୍ରକାଶ କରିଥିଲେ । ସେ ଆହୁରି କହିଥିଲେ, ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଦେଶର ଗରିବମାନଙ୍କୁ ମାଗଣା ରାସନ ଯୋଗାଇବାର ସୁବିଧାକୁ ଆଉ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ସବୁ ବର୍ଗର ଲୋକଙ୍କୁ ସମାନ ସୁଯୋଗ, ସମ୍ମାନ, ସହାୟତା ଦିଆଯାଇଛି ଫଳରେ ସାଧାରଣ ଓ ଗରିବ ଲୋକଙ୍କ ଆତ୍ମସମ୍ମାନ ବଢ଼ିଛି। ଆଜି ସାରା ବିଶ୍ୱରେ ଭାରତର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି ହୋଇପାରିଛି ବୋଲି ଶ୍ରୀ ସୋନୱାଲ କହିଥିଲେ। କେନ୍ଦ୍ର ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଏବଂ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଉଦ୍ଦେଶ୍ୟ ଉପରେ ମଧ୍ୟ ସେ ତାଙ୍କ ଅଭିଭାଷଣରେ ଆଲୋକପାତ କରିଥିଲେ ।

କଟକ ସହରର ମାଛୁଆ ବଜାର ଠାରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରା ସମାରୋହକୁ ସମ୍ବୋଧିତ କରି ଶ୍ରୀ ସୋନୱାଲ କହିଥିଲେ, ମୋଦୀଙ୍କ ଗ୍ୟାରେଣ୍ଟି ଗାଡ଼ି ଆଜି ଦେଶର ବିଭିନ୍ନ ସହର ଓ ଗ୍ରାମାଞ୍ଚଳରେ ପହଞ୍ଚୁଛି । ସରକାରୀ ଯୋଜନାରୁ ବଞ୍ଚିତ ଲୋକଙ୍କୁ ଘର ପାଖରେ ସବୁ ମୌଳିକ ସୁବିଧା ଯୋଗାଇ ଦେବା ଏହି ବିକଶିତ ଭାରତ ସଂକଳ୍ପ ଯାତ୍ରାର ଉଦ୍ଦେଶ୍ୟ। ମୋଦୀ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବେଟୀ ବଚାଓ ବେଟୀ ପଢ଼ାଓ ଯୋଜନା, ଗରିବ କଲ୍ୟାଣ ଅନ୍ନ ଯୋଜନା, ଆବାସ ଯୋଜନା ଭଳି ବିଭିନ୍ନ ସାମାଜିକ ସୁରକ୍ଷା ଯୋଜନା ଦ୍ୱାରା ସମାଜର ପ୍ରତ୍ୟେକ ବର୍ଗ ଉପକୃତ ହେଉଛନ୍ତି । କେନ୍ଦ୍ର ମନ୍ତ୍ରୀ ମହିଳାଙ୍କ ସୁରକ୍ଷା ଓ ସଶକ୍ତିକରଣ ପାଇଁ ମୋଦୀ ସରକାରଙ୍କ ବିଭିନ୍ନ ଯୋଜନା, ଯୁବବର୍ଗଙ୍କ କଲ୍ୟାଣ ପାଇଁ ମାଇ ଯୁବା ଭାରତ ଯୋଜନା ଆଦିର ଉଦାହରଣ ମଧ୍ୟ ଦେଇଥିଲେ । ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକ୍ରମେ ସବୁବର୍ଗର ନାଗରିକ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ଆଗେଇ ଆସିବା ପାଇଁ ଶ୍ରୀ ସୋନୱାଲ ଆହ୍ୱାନ ଦେଇଥିଲେ।

କଟକ ସହର ବିକଶିତ ଭାରତ ସଂକଳ୍ପ ଯାତ୍ରା ମୋଦୀ ସରକାର ସର୍ବାନନ୍ଦ ସୋନୱାଲ
Share. Facebook Twitter LinkedIn Email WhatsApp Copy Link

Related Posts

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026
Latest News

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.