Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମେଟ୍ରୋ ଟ୍ରେନ: ନୂଆବର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀଙ୍କୁ ଦେଲେ ନୂଆ ଉପହାର
ଜାତୀୟ ଖବର

ମେଟ୍ରୋ ଟ୍ରେନ: ନୂଆବର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀଙ୍କୁ ଦେଲେ ନୂଆ ଉପହାର

January 1, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link
MetroRail
ମେଟ୍ରୋ ଟ୍ରେନ: ନୂଆବର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀଙ୍କୁ ଦେଲେ ନୂଆ ଉପହାର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ମେଟ୍ରୋ ରେଳ ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏହି ଅବସରରେ ବାରଙ୍ଗ ରତାଗଡଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜି ଦିନଟି ରାଜ୍ୟର ବିକାଶ ଇତିହାସରେ ଏକ ସ୍ୱତନ୍ତ୍ର ଦିବସ ହୋଇ ରହିବ। ପରିବହନ କ୍ଷେତ୍ରରେ ଆସିବ ବଡ ରୂପାନ୍ତର।

ସେ କହିଥିଲେ ଯେ ମେଟ୍ରୋ ରେଲ୍‌ପାଇଁ ମୁଁ ଯେଉଁ ପ୍ରତିଶୃତି ଦେଇଥିଲି, ତାହା ଆଜି ପାଳନ କରୁଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ଯୋଜନା ଗାଁରେ ରୂପାନ୍ତର ଆଣିଛି, ମେଟ୍ରୋ ରେଲ୍‌ ଯୋଜନା ଏ ରୂପାନ୍ତରକୁ ଆହୁରି ଆଗକୁ ନେବ। ପୁରୁଣା ରାଜଧାନୀ କଟକ ସହିତ ନୂଆ ରାଜଧାନୀ ଭୁବନେଶ୍ୱରର ସମ୍ପର୍କକୁ ଆହୁରି ମଜବୁତ କରିବ।

ବାଟରେ ଆସିବା ବେଳେ ସ୍ଥାନେସ୍ଥାନେ ଲୋକଙ୍କ ଉତ୍ସାହ ଓ ଉଦ୍ଦୀପନା ସମ୍ପର୍କରେ ପ୍ରକାଶକରି ମୁଖ୍ୟମନ୍ତ୍ରୀ କହିଲେ ଯେ “ଏଠାକୁ ଆସିବା ବେଳେ ରାସ୍ତାରେ ହଜାର ହଜାର ଲୋକଙ୍କ ଶୁଭେଚ୍ଛା ପାଇଲି। ସେମାନଙ୍କ ଆନନ୍ଦ ମୋତେ ମଧ୍ୟ ବହୁତ ଖୁସି ଦେଇଛି। ନୂଆ ବର୍ଷର ଏ ଖୁସି, ଏ ଆନନ୍ଦ, ସବୁ ଦିନ ଜାରି ରହୁ, ମହାପ୍ରଭୁଙ୍କ ନିକଟରେ ମୋର ଏତିକି ପ୍ରାର୍ଥନା। ବିକାଶର ପର୍ବ ଆପଣମାନଙ୍କ ସହଯୋଗରେ ଆହୁରି ଆଗକୁ ବଢୁ।”

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମେଟ୍ରୋ ରେଲ୍‌ର ଏହି ପ୍ରଥମ ପର୍ଯ୍ୟାୟ ଭୁବନେଶ୍ୱର ଏୟାରପୋର୍ଟରୁ ତ୍ରିଶୂଳିଆ ପର୍ଯ୍ୟନ୍ତ ନିର୍ମାଣ କରାଯିବ। ୨୬ କି.ମି. ଏହି ପ୍ରକଳ୍ପରେ ୨୦ଟି ଷ୍ଟେସନ ରହିବ ଓ ଏଥିପାଇଁ ୬୨୫୫.୯୪ କୋଟି ଟଙ୍କା ଖର୍ଚ୍ଚ କରାଯିବ। 5T ଉପକ୍ରମରେ ଏହା ରାଜ୍ୟର ଏକ ଫ୍ଲାଗସିପ୍ ପ୍ରକଳ୍ପ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରକଳ୍ପର ସମସ୍ତ ଖର୍ଚ୍ଚ ବହନ କରାଯିବ ବୋଲି ପ୍ରକାଶକରି ସେ କହିଲେ ଯେ ଓଡିଶା ଇତିହାସରେ ଭିତ୍ତିଭୂମି କ୍ଷେତ୍ରରେ ଏହା ସବୁଠାରୁ ବଡ ନିବେଶ।

ଶେଷରେ ସେ କହିଥିଲେ ଯେ ମେଟ୍ରୋ ରେଲ୍‌କୁ ଖୋର୍ଦ୍ଧା, ପୁରୀ ଓ କଟକ ସହରକୁ ସଂପ୍ରସାରଣ କରିବା ପାଇଁ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏକ ନୂଆ ଓଡିଶା ସଶକ୍ତ ଓଡିଶା ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ଅପ୍ରେଲ ପହିଲାରେ ମୁଖ୍ୟମନ୍ତ୍ରୀ ଓଡିଶାରେ ଏହି ମେଟ୍ରୋ ରେଲ୍‌ ପ୍ରକଳ୍ପ ଆରମ୍ଭ କରିବା ସମ୍ପର୍କରେ ଘୋଷଣା କରିଥିଲେ। ଅକ୍ଟୋବର ୨୯ ରେ 5T ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ତ୍ରିଶୂଳିଆ ଯାଇ ପ୍ରସ୍ତୁତିର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ।

୨୦୨୩ ନଭେମ୍ବର ୧୪ ତାରିଖରେ ଏହି ପ୍ରକଳ୍ପକୁ କ୍ୟାବିନେଟ୍ ଅନୁମୋଦନ କରିଥିଲେ। ଅନୁମୋଦନ ମିଳିବାର ମାତ୍ର ୪ ମାସ ମଧ୍ୟରେ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରାଯାଇ ଆଜି ଏହାର ଭିତ୍ତି ପ୍ରସ୍ତର ସ୍ଥାପନ କରାଗଲା। ଦିଲ୍ଲୀ ମେଟ୍ରୋ ରେଲ୍‌ କର୍ପୋରେସନ ଓ ଭୁବନେଶ୍ୱର ମେଟ୍ରୋ ରେଲ୍‌ କର୍ପୋରେସନର ମିଳିତ ଉଦ୍ୟମରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ।

କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା ଯୋଗଦେଇ କହିଲେ ଯେ ଟେମ୍ପଲ ସିଟି ଭୁବନେଶ୍ୱରରୁ ପୁରୁଣା ରାଜଧାନୀ କଟକକୁ ମେଟ୍ରୋ ରେଳ ଚଳାଚଳ ପାଇଁ ରାଜ୍ୟବାସୀଙ୍କର ବହୁ ପ୍ରତୀକ୍ଷିତ ସ୍ୱପ୍ନ ଥିଲା। ଆଜି ଏହି ପ୍ରକଳ୍ପ ମାଧ୍ୟମରେ ତାହା ପୂରଣ ହେଲା। ସହରୀକରଣ, ଗମନାଗମନ ସହିତ ଲୋକମାନଙ୍କୁ ଏହା ସବୁ କ୍ଷେତ୍ରରେ ସାହାଯ୍ୟ କରିବ।

ଅନ୍ୟତମ ଅତିଥିଭାବେ ଯୋଗଦେଇ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଥିଲେ ଯେ ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶିଳାନ୍ୟାସ ହୋଇଥିବା ଏହି ପ୍ରକଳ୍ପ ଓଡିଶାର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବାକୁ ଯାଉଛି। ଏହି ପ୍ରକଳ୍ପ କଟକ ଭୁବନେଶ୍ୱର ସହିତ ସମଗ୍ର ଓଡିଶାପାଇଁ ଗର୍ବ ଗୌରବର ପ୍ରତୀକ।

ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ କାର୍ଯ୍ୟକ୍ରମରେ ଯୋଗଦେଇ କହିଲେ ଯେ ଏହି ପ୍ରକଳ୍ପ ମାଧ୍ୟମରେ ଆମର ଟ୍ରାଫିକ୍ ସମସ୍ୟା ଦୂରହୋଇ ଗମନାଗମନ କ୍ଷେତ୍ରରେ ଉନ୍ନତି ଆସିବା ସହିତ ରୋଜଗାର ଓ ଅର୍ଥନୈତିକ ଅଭିବୃଦ୍ଧିରେ ସହାୟକ ହୋଇ ଆମକୁ ଏକ ମଡର୍ଣ୍ଣ ଲୁକ୍ ଦେବ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।

କାର୍ଯ୍ୟକ୍ରମରେ ଭୁବନେଶ୍ୱର ମେୟର ଶ୍ରୀମତୀ ସୁଲୋଚନା ଦାସ ସ୍ୱାଗତ ଭାଷଣ ଦେଇଥିଲେ, ବିଧାୟକ ବାଙ୍କୀ ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ, ବିଧାୟକ ଚୌଦ୍ୱାର-କଟକ ଶ୍ରୀ ସୌଭିକ ବିଶ୍ୱାଳ, ଭୁବନେଶ୍ୱର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, କଟକ ସଦର ବିଧାୟକ ଶ୍ରୀ ଚନ୍ଦ୍ରଶେଖର ସାରଥି ବେହେରା ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ ହେଉଥିବା ଏହି ମେଟ୍ରୋ ପ୍ରକଳ୍ପ ପାଇଁ ଆଜିର ଦିନଟି ଏବଂ ମୁଖ୍ୟମନ୍ତ୍ରୀଙ୍କ ନାଁ ଓଡିଶା ଇତିହାସରେ ସବୁଦିନ ପାଇଁ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇରହିବ ବୋଲି କହିଥିଲେ।

ଦିଲ୍ଲୀ, ମୁମ୍ବାଇ ଚେନ୍ନାଇ ପରି ଆମର ମଧ୍ୟ ସ୍ୱପ୍ନ ଥିଲା ଓଡିଶାରେ ମେଟ୍ରୋ ପାଇଁ। ଆମର ସ୍ୱପ୍ନକୁ ସାକାର କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଯୋଗୁ ଆଜି ଓଡିଶାର କୌଣସି କ୍ଷେତ୍ରରେ ଅବହେଳିତ ହୋଇରହିନାହିଁ ବୋଲି ସେମାନେ କହିଥିଲେ। କଟକ ମେୟର ଶ୍ରୀ ସୁବାସ ସିଂ ଧନ୍ୟବାଦ ଅର୍ପଣ କରିଥିଲେ।

MetroTrain ନବୀନ ପଟ୍ଟନାୟକ ମେଟ୍ରୋ ଟ୍ରେନ ମେଟ୍ରୋ ରେଳ ମେଟ୍ରୋ ରେଳ ପ୍ରକଳ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଦେଶରେ ପ୍ରଥମ ହେଲା ପୂର୍ବତଟ ରେଳପଥ: ବର୍ଷକରେ ପରିବହନ କଲା ୫୦୦ ମେଟ୍ରିକ ଟନ୍ ପଣ୍ୟ

March 14, 2026

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026
Latest News

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଦେଶରେ ପ୍ରଥମ ହେଲା ପୂର୍ବତଟ ରେଳପଥ: ବର୍ଷକରେ ପରିବହନ କଲା ୫୦୦ ମେଟ୍ରିକ ଟନ୍ ପଣ୍ୟ

March 14, 2026

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.