Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଏଥର ନୂଆବର୍ଷରେ ରେକର୍ଡ ସଂଖ୍ୟକ ଭକ୍ତ କଲେ ଜଗନ୍ନାଥ ଦର୍ଶନ, ଟାଣିଆଣିଲା ‘ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ’
ଜାତୀୟ ଖବର

ଏଥର ନୂଆବର୍ଷରେ ରେକର୍ଡ ସଂଖ୍ୟକ ଭକ୍ତ କଲେ ଜଗନ୍ନାଥ ଦର୍ଶନ, ଟାଣିଆଣିଲା ‘ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ’

January 1, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
Srimandir
ଏଥର ନୂଆବର୍ଷରେ ରେକର୍ଡ ସଂଖ୍ୟକ ଭକ୍ତ କଲେ ଜଗନ୍ନାଥ ଦର୍ଶନ, ଟାଣିଆଣିଲା ‘ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ'

ପୁରୀ: ଇଂରାଜୀ ନୂଆବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ର ପୁରୀରେ ରେକର୍ଡ଼ ସଂଖ୍ୟକ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରି ୨୦୨୪ ନୂଆବର୍ଷର ଆରମ୍ଭ କରିଛନ୍ତି। ନୂଆବର୍ଷରେ ଶ୍ରୀକ୍ଷେତ୍ର ଜନସମୁଦ୍ରରେ ପରିଣତ ହୋଇଛି।

ମହାପ୍ରଭୁଙ୍କ ଆଶିଷ ଲାଭ ସହିତ ଆସନ୍ତା ଜାନୁଆରୀ ୧୭ ତାରିଖରେ ଉଦ୍‌‌ଘାଟନ ହେବାକୁ ଥିବା ପରିକ୍ରମା ପ୍ରକଳ୍ପକୁ ଦେଖିବା ପାଇଁ ଗତକାଲିଠାରୁ ଲକ୍ଷଲକ୍ଷ ଭକ୍ତ ପୁରୀରେ ରାତି ଗୋଟାଏରୁ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ୧୨ଟା ପୂର୍ବରୁ ଧାଡ଼ି ବାନ୍ଧି ଠିଆ ହୋଇଥିବା ଦେଖିବାକୁ ମିଳିଛି।

ପ୍ରଶାସନ, ପୁଲିସର ଶୃଙ୍ଖଳିତ ବ୍ୟବସ୍ଥା ଯୋଗୁଁ ୫ ଲକ୍ଷରୁ ଊର୍ଦ୍ଧ୍ବ ଭକ୍ତ ଓ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ନୂଆବର୍ଷର ପ୍ରଥମ ଦିନରେ ବାଧାମୁକ୍ତ ଦର୍ଶନର ଦିବ୍ୟ ଅନୁଭବ ଲାଭ କରିଛନ୍ତି। ନୂଆ ବର୍ଷରେ ପ୍ରଥମଥର ଏତେ ସଂଖ୍ୟକ ଭକ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ପହଞ୍ଚିଥିଲେ ମଧ୍ୟ ଭକ୍ତମାନଙ୍କୁ ସାମାନ୍ୟ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିନାହିଁ।

ଭକ୍ତମାନେ ଶୀତତାପ ନିୟନ୍ତ୍ରିତ ଟନେଲ ଓ ଅଭ୍ୟର୍ଥନା କେନ୍ଦ୍ର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ ସହ ମହାପ୍ରଭୁଙ୍କୁ ଦର୍ଶନ ପରେ ଉତ୍ତରଦ୍ୱାର ଦେଇ ମନ୍ଦିରରୁ ବାହାରକୁ ବାହାରିଛନ୍ତି। ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ ଶିଶୁଙ୍କୁ ସାଥୀରେ ନେଇ ଆସିଥିବା ମହିଳାଙ୍କ ପାଇଁ ସ୍ୱତନ୍ତ୍ର ଧାଡ଼ି ବ୍ୟବସ୍ଥା ଯୋଗୁଁ ସେମାନେ ବିନା ବାଧାରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।

ଅନୁରୂପ ଭାବରେ ସହଳ ନୀତିକାନ୍ତି ଓ ଧାର୍ଯ୍ୟ ସମୟ ପୂର୍ବରୁ ମହାପ୍ରସାଦ ଲାଗି ଯୋଗୁଁ ଭକ୍ତମାନେ ମଧ୍ୟ ଆନନ୍ଦିତ ହୋଇଛନ୍ତି। ଶୃଙ୍ଖଳିତ ଦର୍ଶନ ନିମନ୍ତେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂହ, ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, ଏସ୍‌‌ପି କେ. ବିଶାଳ ସିଂ ଓ ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀମାନଙ୍କ ପଦକ୍ଷେପକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି। ରାଜ୍ୟ ବାହାରୁ ଆସିଥିବା ଭକ୍ତମାନେ ଦର୍ଶନ ନିମନ୍ତେ ରାଜ୍ୟ ସରକାର ଓ ପ୍ରଶାସନର କାର୍ଯ୍ୟକୁ ମୁକ୍ତ କଣ୍ଠରେ ପ୍ରଶଂସା କରିଛନ୍ତି।

ଶ୍ରୀକ୍ଷେତ୍ରରେ ରାଜ୍ୟ ଓ ରାଜ୍ୟ ବାହାରୁ ଆସୁଥିବା ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ଏକ ଦିବ୍ୟ ଅନୁଭୂତି ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରିକ୍ରମା ପ୍ରକଳ୍ପର ପରିକଳ୍ପନା କରିଛନ୍ତି। ଏହା ଆସନ୍ତା ୧୭ ତାରିଖରେ ଉଦ୍‌‌ଘାଟନ ହେବ। ‘୫-ଟି’ ତଥା ‘ନବୀନ ଓଡ଼ିଶା’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ନିୟମିତ ଭାବରେ ଏହି ପ୍ରକଳ୍ପର ଅନୁଧ୍ୟାନ ସହ କାର୍ଯ୍ୟଗୁଡ଼ିକର ସମୀକ୍ଷା କରୁଛନ୍ତି।

ଶ୍ରଦ୍ଧାଳୁମାନଙ୍କ ପାଇଁ ଶ୍ରୀମନ୍ଦିର ଓ ଏହାର ଚତୁଃର୍ପାର୍ଶ୍ବରେ ସୁବିଧା ସୁଯୋଗ କରାଯାଇଛି। ଏପରିକି ପରିକ୍ରମା ଅଞ୍ଚଳ ମଧ୍ୟରେ ଭକ୍ତଙ୍କ ବାଧାମୁକ୍ତ ବିଚରଣ, ଶ୍ରୀମନ୍ଦିରର ଚତୁଃପାର୍ଶ୍ବ ଦର୍ଶନ, ପରିକ୍ରମଣ ଏବଂ ବଡ଼ ଦେଉଳରେ ପ୍ରତିଦିନ ହେଉଥିବା ପତାକା ପରିବର୍ତ୍ତନର ଦୃଶ୍ୟ ଦର୍ଶନକୁ ସର୍ବାଧିକ ଗୁରୁତ୍ୱ ଦିଆଯାଇଛି।

ମେଘନାଦ ପାଚେରୀ ଚାରିପଟେ ଅଳ୍ପ ଦୂରତାରେ ଖଣ୍ଡେଲାଇଟ୍‌‌ ପଥରେ ସ୍ୱଳ୍ପ ଉଚ୍ଚତାର ପଥର ବ୍ୟାରିକେଡ଼ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକୁ ଆହୁରି ବୃଦ୍ଧି କରିଛି। ସେହିପରି ସ୍ଥାନାନ୍ତରଣକ୍ଷମ ଗଛ ଚାରା ମନ୍ଦିର ଚାରିପଟେ ଘନ ସବୁଜ ଉଦ୍ୟାନର ଭ୍ରମ ସୃଷ୍ଟି କରିଛି।

ଶ୍ରୀ ପାଣ୍ଡିଆନ ନିୟମିତ ବ୍ୟବଧାନରେ ପୁରୀରେ ଏହି କାର୍ଯ୍ୟଗୁଡ଼ିକୁ ବ୍ୟକ୍ତିଗତ ଭାବରେ ଅନୁଧ୍ୟାନ କରି ଏହାର କାର୍ଯ୍ୟାନ୍ୱୟନ କରୁଛନ୍ତି। ଅନୁରୂପ ଭାବରେ ପୁରୀ ଜନସାଧାରଣ, ଛୋଟ ବ୍ୟବସାୟୀ, ସେବାୟତମାନେ ଯେପରି ଅସୁବିଧାର ସମ୍ମୁଖୀନ ନ ହେବେ ତାହା ଉପରେ ମଧ୍ୟ ଗୁରୁତ୍ୱାରୋପ କରିଛନ୍ତି ଶ୍ରୀ ପାଣ୍ଡିଆନ।

ଯେଉଁଥିପାଇଁ ପୁରୀକୁ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁଙ୍କ ସଂଖ୍ୟା ଯଥେଷ୍ଟ ବୃଦ୍ଧି ପାଇଛି। ପୂର୍ବରୁ ନୂଆ ବର୍ଷରେ ପୁରୀକୁ ଲକ୍ଷେରୁ ଦେଢ଼ ଲକ୍ଷ ପର୍ଯ୍ୟନ୍ତ ଭକ୍ତଙ୍କ ସମାଗମ ହେଉଥିବାବେଳେ ଚଳିତ ବର୍ଷ ଏହା ୩ରୁ ୪ଗୁଣ ବୃଦ୍ଧି ପାଇ ୫ ଲକ୍ଷ ଅତିକ୍ରମ କରିଛି। ମହାପ୍ରଭୁ ଜଗନ୍ନାଥଙ୍କ ଆଶିଷ ଲାଭ ସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋଭନୀୟ ଶୋଭା ଭକ୍ତଙ୍କୁ ଆନନ୍ଦ ପ୍ରଦାନ କରୁଛି।

ନୂଆବର୍ଷ ଶ୍ରୀମନ୍ଦିର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

ଡାଇବେଟିସ ରୋଗୀଙ୍କ ପାଇଁ ଏହା ଏକ ବଡ ଔଷଧ, ନିୟମିତ ସେବନରେ ରକ୍ତ ଶର୍କରାକୁ କରେ ନିୟନ୍ତ୍ରଣ

June 25, 2026

‘ନାଗରିକତ୍ୱ ପ୍ରମାଣପତ୍ର ନୁହେଁ ପାସପୋର୍ଟ’: ସରକାରଙ୍କୁ ଟାର୍ଗେଟ କଲେ ରୋହିଣୀ ଆଚାର୍ଯ୍ୟ

June 25, 2026

ସୁଜାତାଙ୍କୁ ବିଜେଡିରେ ସାମିଲ କରି ନବୀନ ପଟ୍ଟନାୟକ କହିଦେଲେ ଏକ ବଡ କଥା..

June 25, 2026

ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ ରାଉତ, ନବୀନ ଘୋଷଣା କରି କହିଲେ..

June 25, 2026
Latest News

ଡାଇବେଟିସ ରୋଗୀଙ୍କ ପାଇଁ ଏହା ଏକ ବଡ ଔଷଧ, ନିୟମିତ ସେବନରେ ରକ୍ତ ଶର୍କରାକୁ କରେ ନିୟନ୍ତ୍ରଣ

June 25, 2026

‘ନାଗରିକତ୍ୱ ପ୍ରମାଣପତ୍ର ନୁହେଁ ପାସପୋର୍ଟ’: ସରକାରଙ୍କୁ ଟାର୍ଗେଟ କଲେ ରୋହିଣୀ ଆଚାର୍ଯ୍ୟ

June 25, 2026

ସୁଜାତାଙ୍କୁ ବିଜେଡିରେ ସାମିଲ କରି ନବୀନ ପଟ୍ଟନାୟକ କହିଦେଲେ ଏକ ବଡ କଥା..

June 25, 2026

ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ ରାଉତ, ନବୀନ ଘୋଷଣା କରି କହିଲେ..

June 25, 2026

ମୋଦି ସରକାରଙ୍କ ମନ୍ତ୍ରୀମଣ୍ଡଳ ବିସ୍ତାରକୁ ନେଇ ଚର୍ଚ୍ଚା: ଜାଣନ୍ତୁ କାହା ଉପରେ ଝୁଲୁଛି ଖଣ୍ଡା?

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.