Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭୁବନେଶ୍ୱର ମହାନିଗମ ସ୍ତରୀୟ ବିଦ୍ୟାଳୟମାନଙ୍କୁ ପ୍ରଦାନ କରାଗଲା ଜମିପଟ୍ଟା
ଜାତୀୟ ଖବର

ଭୁବନେଶ୍ୱର ମହାନିଗମ ସ୍ତରୀୟ ବିଦ୍ୟାଳୟମାନଙ୍କୁ ପ୍ରଦାନ କରାଗଲା ଜମିପଟ୍ଟା

January 2, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର ମହାନିଗମ ସ୍ତରୀୟ ବିଦ୍ୟାଳୟମାନଙ୍କୁ ପ୍ରଦାନ କରାଗଲା ଜମିପଟ୍ଟା

ଭୁବନେଶ୍ୱର: ଭୁବନେଶ୍ୱର ମହାନିଗମ ସ୍ତରୀୟ ବିଦ୍ୟାଳୟ ଜମିପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏଥିରେ ୫୦ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଏବଂ ୫୬ଟି ମାଧ୍ୟମିକ ଓ ଉଚ୍ଚମାଧ୍ୟମିକ ମୋଟ ୧୦୬ଟି ବିଦ୍ୟାଳୟକୁ ଜମିପଟ୍ଟା ପ୍ରଦାନ କରାଯାଇଛି ।

ଏହି ଅବସରରେ କ୍ୟାପିଟାଲ ହାଇସ୍କୁଲରେ ଅନୁଷ୍ଠିତ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଜ୍ଞାନ ଓ ବୈଷୟିକ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଲେ ଯେ ବହୁଦିନର ଦାବିକୁ ବିଚାରକୁ ନେଇ ସରକାର ବିଦ୍ୟାଳୟ ଗୁଡିକୁ ପଟ୍ଟା ପ୍ରଦାନ କରିଛନ୍ତି।

ଏହାଦ୍ୱାରା ବିଦ୍ୟାଳୟ ଜମିକୁ ନେଇ ଥିବା ବିବାଦ ସମାଧାନ ହୋଇପାରିବା ସହ ଉନ୍ନୟନ ମୂଳକ କାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ ବୋଲି ଶ୍ରୀ ପଣ୍ଡା କହିଥିଲେ। ସେହିଭଳି ବିଏମସି ମେୟର ଶ୍ରୀମତୀ ସୁଲୋଚନା ଦାସ, ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ, ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷା ତଥା ଖୋର୍ଦ୍ଧା ଜିଲ୍ଲା ଆମ ଓଡିଶା ନବୀନ ଓଡିଶା ଉପଦେଷ୍ଟା ଶ୍ରୀମତୀ ଶ୍ରୀମୟୀ ମିଶ୍ର ପ୍ରମୁଖ ଯୋଗ ଦେଇ ସରକାରଙ୍କ ଏହି ପଦକ୍ଷେପକୁ ଭୂୟସୀ ପ୍ରଶଂସା କରିଥିଲେ।

ବିଦ୍ୟାଳୟ ଗୁଡିକର ନିଜସ୍ୱ ପଟ୍ଟା ଦ୍ୱାରା ଆବଶ୍ୟକୀୟ ସମ୍ପ୍ରସାରଣ ନିର୍ମାଣ କାର୍ଯ୍ୟରେ ଅଗ୍ରଗତି ହାସଲ ହୋଇପାରିବ। ତ୍ୱରିତ ସେବା ପ୍ରଦାନରେ ବିଭିନ୍ନ ସଂସ୍ଥା ଗୁଡିକୁ କୌଣସି ସମସ୍ୟା ହେବ ନାହିଁ ବୋଲି ସେମାନେ ମତବ୍ୟକ୍ତ କରିଥିଲେ।ଏହି କାର୍ଯ୍ୟକ୍ରମରେ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନେ ସେମାନଙ୍କ ବିଦ୍ୟାଳୟ ପଟ୍ଟା ଗ୍ରହଣ କରିବା ସହ ଖୁସିବ୍ୟକ୍ତ କରିଥିଲେ ।

ଏହି ଅବସରରେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରୁଦ୍ରନାରାୟଣ ମହାନ୍ତି, ଉପ ଜିଲ୍ଲାପାଳ ଶ୍ରୀ ଚିନ୍ମୟ ଆଚାର୍ଯ୍ୟ, ଭୁବନେଶ୍ୱର ତହସିଲଦାର ଶ୍ରୀ ମାନସ କୁମାର ସ୍ୱାଇଁ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ବିଶ୍ୱନାଥ ତରାଇ ପ୍ରମୁଖ ଯୋଗ ଦେଇଥିଲେ। ଅତିରିକ୍ତ ଶିକ୍ଷାଧିକାରୀ ଶ୍ରୀମତୀ ସ୍ନିଗ୍ଧା ମିଶ୍ର ଧନ୍ୟବାଦ ଅର୍ପଣ କରିଥିବା ବେଳେ ବ୍ଲକ ଶିକ୍ଷାଧିକାରୀ ଶ୍ରୀମତୀ ପ୍ରଜ୍ଞା ପାରମିତା ଜେନା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

school
Share. Facebook Twitter LinkedIn Email WhatsApp Copy Link

Related Posts

ନନ୍ଦିଗ୍ରାମ ଉପନିର୍ବାଚନ: ଶୁଭେନ୍ଦୁ ଅଧିକାରୀଙ୍କ ପୂର୍ବତନ ପିଏଙ୍କ ମାଆଙ୍କୁ ଟିକେଟ୍ ଦେଲା ବିଜେପି

September 15, 2026

ଆଜି ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ ଟି-20: ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

September 15, 2026

ମୋବାଇଲ୍ କିସ୍ତି ପାଇଁ ଯୁବକଙ୍କୁ ଅପହରଣ! ୫ ଦିନ ବନ୍ଧକ ରଖିଥିବା ଅଭିଯୋଗ

September 15, 2026

‘ଗ୍ୟାସ୍’ ଭାବି ଏହି ଲକ୍ଷଣକୁ ଅଣଦେଖା କରୁଛନ୍ତି କି? ହୋଇପାରେ ବଡ଼ ସ୍ୱାସ୍ଥ୍ୟ ସଙ୍କେତ

September 15, 2026
Latest News

ନନ୍ଦିଗ୍ରାମ ଉପନିର୍ବାଚନ: ଶୁଭେନ୍ଦୁ ଅଧିକାରୀଙ୍କ ପୂର୍ବତନ ପିଏଙ୍କ ମାଆଙ୍କୁ ଟିକେଟ୍ ଦେଲା ବିଜେପି

September 15, 2026

ଆଜି ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ ଟି-20: ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

September 15, 2026

ମୋବାଇଲ୍ କିସ୍ତି ପାଇଁ ଯୁବକଙ୍କୁ ଅପହରଣ! ୫ ଦିନ ବନ୍ଧକ ରଖିଥିବା ଅଭିଯୋଗ

September 15, 2026

‘ଗ୍ୟାସ୍’ ଭାବି ଏହି ଲକ୍ଷଣକୁ ଅଣଦେଖା କରୁଛନ୍ତି କି? ହୋଇପାରେ ବଡ଼ ସ୍ୱାସ୍ଥ୍ୟ ସଙ୍କେତ

September 15, 2026

ବ୍ୟାଙ୍କ ଲୁଟ୍‌ ପୂର୍ବରୁ ପୁଲିସର ମାଷ୍ଟରଷ୍ଟ୍ରୋକ୍‌; ମଧ୍ୟରାତ୍ରିରେ ଧରାପଡ଼ିଲା ଡକାୟତ ଗ୍ୟାଙ୍ଗ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.