Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ସ୍ୱତନ୍ତ୍ର ଟ୍ରେନ୍‌ ଯାତ୍ରା ଶୁଭାରମ୍ଭ
ଜାତୀୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ସ୍ୱତନ୍ତ୍ର ଟ୍ରେନ୍‌ ଯାତ୍ରା ଶୁଭାରମ୍ଭ

January 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ସ୍ୱତନ୍ତ୍ର ଟ୍ରେନ୍‌ ଯାତ୍ରା ଶୁଭାରମ୍ଭ

ଭୁବନେଶ୍ୱର: ବାଲେଶ୍ୱରରୁ ଉଜ୍ଜୟନି ଓ ଓଁକାରେଶ୍ୱରକୁ ଏକ ସ୍ୱତନ୍ତ୍ର ଟ୍ରେନ୍‌ଯାତ୍ରାର ଶୁଭାରମ୍ଭ ହୋଇଛି। ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ଏହି ସ୍ୱତନ୍ତ୍ର ଟ୍ରେନ୍‌ ଯାତ୍ରାକୁ  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଶୁଭାରମ୍ଭ କରିଛନ୍ତି।

ଏଥିରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର ଓ କେନ୍ଦୁଝର ଜିଲ୍ଲାର ୯୭୦ ଜଣ ବରିଷ୍ଠ ନାଗରିକ ଏବଂ ୩୦ ଜଣ ଅଧିକାରୀ ଏହି ଟ୍ରେନ୍‌ରେ ଯାତ୍ରା କରିଛନ୍ତି। ଏହି ଟ୍ରେନଟି ଉଜ୍ଜୟନି ଓ ଓଁକାରେଶ୍ୱରର ବିଭିନ୍ନ ତୀର୍ଥସ୍ଥାନକୁ ଭ୍ରମଣ କରିବ।

ଏହା ହେଉଛି ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଷଷ୍ଠବର୍ଷ। ଏହି ଯୋଜନାଟି ୨୦୧୬-୧୭ରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ ହୋଇଥିଲା। ଆଇଆର୍‌ସିଟିସି ସହଯୋଗରେ ଏ ପର୍ଯ୍ୟନ୍ତ ୨୪ଟି ଟ୍ରିପ୍‌ରେ ୨୩, ୬୬୯ ଜଣ ବରିଷ୍ଠ ନାଗରିକ ବିଭିନ୍ନ ତୀର୍ଥସ୍ଥାନକୁ ଯାତ୍ରା କରିଛନ୍ତି । ଚଳିତ ବର୍ଷ ଏହିଭଳି ୧୦ଟି ଟ୍ରିପ୍‌ର ଯୋଜନା କରାଯାଇଛି।

ବରିଷ୍ଠ ନାଗରିକମାନେ ବିିଭିନ୍ନ ତୀର୍ଥସ୍ଥାନକୁ ଯାଇ ସେମାନଙ୍କ ପରିବାର, ବନ୍ଧୁ ଏବଂ ରାଜ୍ୟବାସୀଙ୍କ ପାଇଁ ଶୁଭମନାସିବେ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ ଉଲ୍ଲେଖ କରିଛନ୍ତି। ବରିଷ୍ଠ ନାଗରିକମାନଙ୍କ ଦୀର୍ଘଦିନର ସ୍ୱପ୍ନକୁ ପୂରଣ କରିବା ପାଇଁ ଏହି ଯୋଜନା କାର୍ଯ୍ୟକାରୀ ହେଉଥିବା ସେ କହିଥିଲେ। ଏହି ଯାତ୍ରାରେ ବରିଷ୍ଠ ନାଗରିକମାନଙ୍କୁ ସ୍ୱାସ୍ଥ୍ୟସେବା ସହ ଗସ୍ତ ଖର୍ଚ୍ଚ, ରହଣି ଓ ଖାଦ୍ୟପେୟର ବ୍ୟବସ୍ଥା ରାଜ୍ୟ ସରକାର ବହନ କରୁଛନ୍ତି।

ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ ଅବସରରେ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର, ଓଟିଡିସି ଅଧ୍ୟକ୍ଷ ଡ. ଲେନିନ୍‌ ମହାନ୍ତି, ବାଲେଶ୍ୱର ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ସିନ୍ଦେ, ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଉପଦେଷ୍ଟା ଶ୍ରୀ ଦୁର୍ଗାପ୍ରସାଦ ସାମନ୍ତରାୟ, ଅତିରିକ୍ତ ଶାସନ ସଚିବ ଶ୍ରୀ ବାଳମୁକୁନ୍ଦ ଭୂୟାଁ, ସହକାରୀ ନିର୍ଦ୍ଦେଶକ (ଗବେଷଣା) ଶ୍ରୀ ସରୋଜ କୁମାର ଜେନା ପ୍ରମୁଖ ଉପସ୍ଥିତ ଥିଲେ।

ନବୀନ ପଟ୍ଟନାୟକ ବରିଷ୍ଠ ନାଗରିକ ତୀର୍ଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

January 12, 2026

ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା PSLV-C62 ରକେଟ୍: ଜାଣନ୍ତୁ କ’ଣ କହିଲା ISRO?

January 12, 2026

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026

ସଫେଇ କର୍ମଚାରୀ ଓ ଅଭାବୀ ଲୋକଙ୍କୁ ଶୀତ ବସ୍ତ୍ର ପ୍ରଦାନ

January 12, 2026
Latest News

ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ କାର୍ଯ୍ୟକ୍ରମ ଆୟୋଜିତ

January 12, 2026

ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

January 12, 2026

ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା PSLV-C62 ରକେଟ୍: ଜାଣନ୍ତୁ କ’ଣ କହିଲା ISRO?

January 12, 2026

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026

ସଫେଇ କର୍ମଚାରୀ ଓ ଅଭାବୀ ଲୋକଙ୍କୁ ଶୀତ ବସ୍ତ୍ର ପ୍ରଦାନ

January 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.