Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସାଧାରଣତନ୍ତ୍ର ଦିବସ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରସ୍ତୁତି ବୈଠକ
ଜାତୀୟ ଖବର

ସାଧାରଣତନ୍ତ୍ର ଦିବସ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରସ୍ତୁତି ବୈଠକ

January 6, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସାଧାରଣତନ୍ତ୍ର ଦିବସ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ୭୫ତମ ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ଶ୍ରୀଯୁକ୍ତ ରଘୁବର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବେ । ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଏହି ରାଷ୍ଟ୍ରୀୟ ସମାରୋହରେ ଉପସ୍ଥିତ ରହିବେ।

ଆଜି ପୂର୍ବାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସାଧାରଣତନ୍ତ୍ର ଦିବସ-୨୦୨୪ ପାଳନର ରୂପରଖେ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରତିଟି ଭାରତୀୟଙ୍କ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଏହି ମହାନ ଦିବସ ସହ ସମସ୍ତଙ୍କ ଭାବାବେଗ ଜଡ଼ିତ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ୱ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକରେ ଗୁରୁତ୍ୱ ଦେଇଥିଲେ।

ଚଳିତ ବର୍ଷ ଗାନ୍ଧୀ ମାର୍ଗଠାରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବ ପାଳନ କରାଯିବ। ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ପ୍ୟାରେଡ୍‌ ଓ ପତାକା ଉତ୍ତୋଳନ ସ୍ଥାନଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ କରାଯିବ । ପ୍ରଭାତରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସାଧାରଣତନ୍ତ୍ର ଦିବସ ସଂପର୍କିିତ ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧାପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ନିମନ୍ତ୍ରିତ ଅତିଥି ଏବଂ ବିଶିଷ୍ଟ ଅତିଥିମାନଙ୍କ ଉପବେଶନ ବ୍ୟବସ୍ଥା ସଂପର୍କରେ ବୈଠକରେ ଆଲୋଚନା ହୋଇଥିଲା ।

ଚଳିତ ବର୍ଷ ସ୍କୁଲ ଛାତ୍ରଛାତ୍ରୀଙ୍କ ନିମନ୍ତେ ଦର୍ଶକ ଗ୍ୟାଲେରୀରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ । ରାଜଭବନରୁ ଉତ୍ସବସ୍ଥଳ ପର୍ଯ୍ୟନ୍ତ ରାସ୍ତାକୁ ତି୍ରରଙ୍ଗା ଦ୍ୱାରା ସାଜସଜ୍ଜା ଏବଂ ଉତ୍ସବସ୍ଥଳକୁ ଆକର୍ଷଣୀୟ ସାଜସଜ୍ଜା କରିବା ପାଇଁ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ପରାମର୍ଶ ଦେଇଥିଲେ।

ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଉତ୍ସବ ସ୍ଥଳର ସାନିଟାଇଜେସନ୍‌ ଓ ପିଇବା ପାଣି ବ୍ୟବସ୍ଥା କରାଯିବ । ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍‌ ନିୟନ୍ତ୍ରଣକୁ କମିଶନରେଟ୍‌ ପୋଲିସ ପକ୍ଷରୁ ପରିଚାଳନା କରାଯିବ । ପୂର୍ବବର୍ଷ ପରି କୋଲକାତାଠାରେ ବିଭାଗ ପକ୍ଷରୁ ଉତ୍ସବ ପାଳନ କରାଯିବ।

ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ସରୋଜ ସାମଲ, ନିର୍ଦ୍ଦେଶକ(ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଗୁର୍‌ବୀର୍‌ ସିଂହ ଓ ଶ୍ରୀ ବିଶ୍ୱଜିତ ଦାଶ, ଉପନିର୍ଦ୍ଦେଶକ ଡ. ଜ୍ୟୋତିର୍ମତୀ ସାମନ୍ତରାୟ ଏବଂ ଦୀପ୍ତିମୟୀ ମହାପାତ୍ର, ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପି୍ରୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

republicday republicday24 ସଂଜୟ ସିଂ ସଂଜୟ ସିଂହ ସାଧାରଣତନ୍ତ୍ର ଦିବସ ସୂଚନା ଓ ଲୋକସଂପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା-୨୦୨୬ ପ୍ରସ୍ତୁତି ସଂପର୍କିତ ୪ର୍ଥ ବୈଠକ ଅନୁଷ୍ଠିତ

April 25, 2026

ବିଧାନସଭାର ସ୍ୱତନ୍ତ୍ର ଅଧିବେଶନକୁ କଟାକ୍ଷ କଲେ ଅରୁଣ

April 25, 2026

ବାଇକକୁ ଧକ୍କା ଦେଲା ଆମ ବସ

April 25, 2026

ଗାଡ଼ି ପାର୍କିଂକୁ ନେଇ ରାଜଧାନୀରେ ବୁଲିଲା ଖଣ୍ଡା

April 25, 2026
Latest News

ରଥଯାତ୍ରା-୨୦୨୬ ପ୍ରସ୍ତୁତି ସଂପର୍କିତ ୪ର୍ଥ ବୈଠକ ଅନୁଷ୍ଠିତ

April 25, 2026

ପୁଣି ଶାନ୍ତି ଆଲୋଚନା ବିଫଳ

April 25, 2026

ପୁଣି ମଣିପୁର ଅଶାନ୍ତ

April 25, 2026

ବିଧାନସଭାର ସ୍ୱତନ୍ତ୍ର ଅଧିବେଶନକୁ କଟାକ୍ଷ କଲେ ଅରୁଣ

April 25, 2026

ତେହେରାନରୁ ଉଡିଲା ବିମାନ

April 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.