Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଚିଲିକା ନିର୍ବାଚନ ମଣ୍ଡଳୀକୁ ଆସୁଛନ୍ତି ପାଣ୍ଡିଆନ, ମିଶନ ଶକ୍ତି ମହିଳାଙ୍କ ସହ କରିବେ ଭୋଜନ
ଜାତୀୟ ଖବର

ଚିଲିକା ନିର୍ବାଚନ ମଣ୍ଡଳୀକୁ ଆସୁଛନ୍ତି ପାଣ୍ଡିଆନ, ମିଶନ ଶକ୍ତି ମହିଳାଙ୍କ ସହ କରିବେ ଭୋଜନ

January 9, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
Banpur
ଚିଲିକା ନିର୍ବାଚନ ମଣ୍ଡଳୀକୁ ଆସୁଛନ୍ତି ପାଣ୍ଡିଆନ, ଜାଣନ୍ତୁ କେଉଁଠି କେତେବେଳେ ଅଛି କାର୍ଯ୍ୟକ୍ରମ

ଚିଲିକା( ସୀତାରାମ ଅଗ୍ରୱାଲ): ବେଶ କିଛିଦିନ ନିରବତା ପରେ ଏବେ ଚିଲିକା ରାଜନୀତି ବେଶ ସରଗରମ ହୋଇପଡିଛି। ବିଶେଷ କରି ଚିଲିକା ବିଜେଡି ଶିବିରରେ ଉତ୍ସହ ଭରିଯାଇଥିବାର ପରିଲକ୍ଷିତ ହୋଇଛି। ଏହାର କାରଣ ହେଲା ଆସନ୍ତାକାଲି ବୁଧବାର ଦିନ ଚିଲିକା ନିର୍ବାଚନ ମଣ୍ଡଳୀକୁ ଦିନିକିଆ ଗସ୍ତରେ ଆସୁଛନ୍ତି ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ।

ସେ ଆସନ୍ତାକାଲି ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲା ଗସ୍ତ କରିବେ। ସେ ପ୍ରଥମେ ଭୁବନେଶ୍ବରରୁ ବାହାରି ଖୋର୍ଦ୍ଧା ହାବେଳି ପଡିଆରେ କାର୍ଯ୍ୟକ୍ରମ କରିବେ। ସେଠାରୁ ଗସ୍ତ ଶେଷ କରି ସେ ବାଣପୁର ଆସିବେ। ଏଥିପାଇଁ କାର୍ଯ୍ୟ ନିର୍ଘଣ୍ଟ ସ୍ଥିର ହୋଇଛି। ସେହି ଅନୁସାରେ ସେ ଆସନ୍ତାକାଲି ଦିନ ୧୨ ଟାରରୁ ଖୋର୍ଦ୍ଧାରୁ ବାହାରି ଜାତୀୟ ରାଜପଥରେ ବାଣପୁର ଆସିବେ। ସେଠାରେ ସେ ଦିନ ଗୋଟାଏ ବେଳେ ମା ଭଗବତୀଙ୍କୁ ଦର୍ଶନ କରିବେ। ଏଥିସହିତ ମା ଭଗବତୀ ଉନ୍ନୟନ କାର୍ଯ୍ୟ ତଦାରଖ କରିବେ।

ଏହାପରେ ସେ ଭଗବତୀ ମନ୍ଦିରରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ବାଣପୁର ପଲଟନ ପଡିଆକୁ ଆସିବେ। ସେଠାରେ ସେ ଏକ ବିଶାଳ ଜନସମାବେଶକୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ସେଠାରେ ସେ ଦୀର୍ଘ ୪୫ ମିନଟ ଧରି ଲୋକଙ୍କ ସହିତ ଆଲୋଚନା ସହ ଭାଷଣ ପ୍ରଦାନ କରିବେ। ଏହି ପଡିଆରେ ପ୍ରାୟ ୧୦ ହଜାର ଲୋକ ବସିବା ପାଇଁ ବ୍ୟବସ୍ଥା କରାଯାଇଛି।

ପଲଟନ ପଡିଆ କାର୍ଯ୍ୟକ୍ରମ ସାରି ସେ ସେହି ନିକଟରେ ଥିବା ମିଶନ ଶକ୍ତି କେଫ୍ ପରିଦର୍ଶନରେ ଯିବେ। ସେଥିପାଇଁ ମିଶନ ଶକ୍ତି ବିଭାଗ ତରଫରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ସେହିଠାରେ ପାଣ୍ଡିଆନ ମହିଳା ସଦସ୍ୟଙ୍କ ସହିତ ଆଲୋଚନା କରିବେ। ଏହାପରେ ସେ ସେମାନଙ୍କ ସହିତ ମିଶି ମଧ୍ୟାହ୍ନ ଭୋଜନ ମଧ୍ୟ କରିବେ ବୋଲି ଜଣାପଡିଛି। ଏହାପରେ ଦିନ ପ୍ରାୟ ୨ ଟା ୩୦ ମିନିଟରେ ସେ ବାଣପୁରରୁ ନିକଟସ୍ଥ ହେଲିପ୍ୟାଡକୁ ଯାଇ ସେଠାରୁ ରଣପୁର ଗସ୍ତରେ ଯିବେ।

ତେବେ ପାଣ୍ଡିଆନ ଗସ୍ତକୁ ନେଇ ସବୁ ବିଜେଡି ନେତା ଏକାଠି ହୋଇଯାଇଛନ୍ତି। ସେଥିପାଇଁ ବାଣପୁରରେ ରାଜ୍ୟସ୍ତରୀୟ ନେତା ମଧ୍ୟ ଗତକାଲିଠାରୁ ପହଞ୍ଚି ସମସ୍ତ କାର୍ଯ୍ୟ ତଦାରଖ କରୁଛନ୍ତି। ସେହିପରି ପୋଲିସ ପ୍ରଶାସନ ମଧ୍ୟ ବେଶ ତତ୍ପର ହୋଇ ଉଠିଛି। ପାଣ୍ଡିଆନ ଗସ୍ତ ସମୟରେ ଭିଡ ଏବଂ ପଲଟନ ପଡିଆରେ ଲୋକଙ୍କ ସମାବେଶକୁ ସୁନିୟନ୍ତ୍ରଣ କରିବା ପାଇଁ ପୋଲିସ ଫୋର୍ସ ମୁତୟନ କରାଯାଇଛି।

pandian କାର୍ତ୍ତିକ ପାଣ୍ଡିଆନ ଚିଲିକା ନିର୍ବାଚନ ମଣ୍ଡଳୀ ପାଣ୍ଡିଆନ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନ ବିପକ୍ଷରେ ଖେଳିବାକୁ ମନା କଲେ ୱେଷ୍ଟଇଣ୍ଡିଜ୍ ଖେଳାଳି: ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

July 25, 2026

ନିଟ୍ ପ୍ରଶ୍ନପତ୍ର ପ୍ରଘଟ ବିରୋଧ ଆନ୍ଦୋଳନକୁ ସମନ୍ୱୟ ସମିତିର ସମର୍ଥନ

July 25, 2026

ପିଆଇବି ଏବଂ ସିବିସି ଭୁବନେଶ୍ୱର ପକ୍ଷରୁ କାର୍ଗିଲ ବିଜୟ ଦିବସ ପାଳିତ

July 25, 2026

ପିଏମ୍ ଇ-ଡ୍ରାଇଭ୍ ଯୋଜନାରେ ଓଡିଶାକୁ ୪୦.୫ କୋଟି ମଞ୍ଜୁର

July 25, 2026
Latest News

ପାକିସ୍ତାନ ବିପକ୍ଷରେ ଖେଳିବାକୁ ମନା କଲେ ୱେଷ୍ଟଇଣ୍ଡିଜ୍ ଖେଳାଳି: ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

July 25, 2026

ନିଟ୍ ପ୍ରଶ୍ନପତ୍ର ପ୍ରଘଟ ବିରୋଧ ଆନ୍ଦୋଳନକୁ ସମନ୍ୱୟ ସମିତିର ସମର୍ଥନ

July 25, 2026

ପିଆଇବି ଏବଂ ସିବିସି ଭୁବନେଶ୍ୱର ପକ୍ଷରୁ କାର୍ଗିଲ ବିଜୟ ଦିବସ ପାଳିତ

July 25, 2026

ପିଏମ୍ ଇ-ଡ୍ରାଇଭ୍ ଯୋଜନାରେ ଓଡିଶାକୁ ୪୦.୫ କୋଟି ମଞ୍ଜୁର

July 25, 2026

ଓଡ଼ିଶା ଆୟକର ବିଭାଗ ପକ୍ଷରୁ ୧୬୭ତମ ଆୟକର ଦିବସ ପାଳିତ

July 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.