Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭାରତ ଯୋଡ଼ ନ୍ୟାୟ ଯାତ୍ରାକୁ ନେଇ ଓଡିଶା କଂଗ୍ରେସ ଚଳଚଞ୍ଚଳ, ଲୋଗୋ ଉନମୋଚନ
ଜାତୀୟ ଖବର

ଭାରତ ଯୋଡ଼ ନ୍ୟାୟ ଯାତ୍ରାକୁ ନେଇ ଓଡିଶା କଂଗ୍ରେସ ଚଳଚଞ୍ଚଳ, ଲୋଗୋ ଉନମୋଚନ

January 14, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
cong
ଭାରତ ଯୋଡ଼ ନ୍ୟାୟ ଯାତ୍ରାକୁ ନେଇ ଓଡିଶା କଂଗ୍ରେସ ଚଳଚଞ୍ଚଳ, ଲୋଗୋ ଉନମୋଚନ

ଭୁବନେଶ୍ୱର: ଅଖିଳ ଭାରତୀୟ କଂଗ୍ରେସ କମିଟି ପକ୍ଷରୁ ପୂର୍ବତନ ଏ.ଆଇ.ସି.ସି ସଭାପତି ତଥା ଜନମାନସର ନେତା ଶ୍ରୀଯୁକ୍ତ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଆଜି ମଣିପୁରର ଇମ୍ଫାଲ ଠାରେ ଭାରତ ଯୋଡ ନ୍ୟାୟ ଯାତ୍ରାର ଶୁଭାରମ୍ଭ କରାଯାଇଛି।

ଏହି ପରିପ୍ରେକ୍ଷୀର ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ ଦାଶଙ୍କ ନେତୃତ୍ୱରେ ଆଜି ଭାରତ ଯୋଡୋ ନ୍ୟାୟ ଯାତ୍ରାର ଲୋଗୋ ଶତାଧିକ ଚାରି ଚକିଆ ଯାନରେ ଷ୍ଟିକରିଙ୍ଗ କରାଗଲା। ପାଖାପାଖି ୧୦୦ ରୁ ଉର୍ଦ୍ଧ୍ୱ ୪ ଚକିଆ ଯାନରେ ଷ୍ଟିକରିଂ କରାଯାଇଛି।

ଏହି କାର୍ଯ୍ୟକ୍ରମରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନେତା ଶ୍ରୀ ନବଜ୍ୟୋତି ପଟ୍ଟନାୟକ ଯୋଗ ଦେଇ ଗଣମାଧ୍ୟମର ସାମ୍ବାଦିକମାନଙ୍କୁ କହିଥିଲେ ଯେ ଏହି ଯାତ୍ରା ମଣିପୁର ଇମ୍ଫାଲ ଠାରୁ ଆରମ୍ଭ ହୋଇ ମହାରାଷ୍ଟ୍ର ମୁମ୍ବାଇ ଠାରେ ସମାପ୍ତ ହେବ।

ଏହି ଯାତ୍ରା ଦୀର୍ଘ ୬୬ ଦିନ ଧରି ଏବଂ ୧୫ ଟି ରାଜ୍ୟ ୧୧୦ ଟି ଜିଲ୍ଲା ଅତିକ୍ରମ କରିବ। ଓଡ଼ିଶାରେ ୪ ଦିନ ଧରି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଦେଇ ୩୪୧ କିଲୋମିଟର ଅତିକ୍ରମ କରିବ।

ଏହି ପରିପ୍ରେକ୍ଷିରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ୍ ଦାସ କହିଥିଲେ ଯେ ସମ୍ବିଧାନର ସୁରକ୍ଷା, ସାମ୍ବିଧାନିକ ଅନୁଷ୍ଠାନର ନିରପେକ୍ଷତା, ଦୁର୍ନୀତି ଓ ଭ୍ରଷ୍ଟାଚାର, ଉପେକ୍ଷିତ ଜନତାକୁ ନ୍ୟାୟ, ଧନୀ ଓ ଗରବିଙ୍କ ଭିତରେ ଦୂରତା ହ୍ରାସ, ଆକାଶ ଛୁଆଁ ଦରଦାମ ବୃଦ୍ଧି, ନାରୀ ସୁରକ୍ଷା ଓ ବେକାରୀ ସମସ୍ୟା ପ୍ରସଙ୍ଗରେ ଏହି ଭାରତ ଯୋଡ଼ ନ୍ୟାୟ ଯାତ୍ରା ଉର୍ଦ୍ଦିଷ୍ଟ ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜାନକୀ ବଲ୍ଲଭ ପଟ୍ଟନାୟକ, ମନୋରଞ୍ଜନ ଦାସ, ଚିନ୍ମୟ ସୁନ୍ଦର ଦାସ, ସୁବ୍ରତ ମହାପାତ୍ର, ରଜତ ଚୌଧୁରୀ, ଶ୍ରୀନିବାସ ରାଉତରାୟ, ରଜନୀ ମହାନ୍ତି, ମନୋଜ ବିଶ୍ୱାଳ, ବିସ୍ମୟ ମହାପାତ୍ର, ଜ୍ଞାନ ରଞ୍ଜନ ପଟ୍ଟନାୟକ, ପ୍ରକାଶ ମିଶ୍ର, କୃଷ୍ଣଚନ୍ଦ୍ର ପତି, ଦୀପକ କୁମାର ମହାପାତ୍ର, ଜୟନ୍ତ ଦାସ, ପ୍ରଦୀପ ମହପାତ୍ର, ଅଶୋକ ଦାସ, ଆଶିଷ ମଲ୍ଲିକ, ପ୍ରସନ୍ନ ନାୟକ ଯୋଗଦେଇଥିଲେ।

ସେହିପରି ପ୍ରଶାନ୍ତ ଚମ୍ପତି, ଅମିତା ବିଶ୍ୱାଳ, ପ୍ରଭାତ ପ୍ରତାପ ସିଂ, ମିହିର ଆଚାର୍ଯ୍ୟ, ପୂର୍ଣ୍ଣଚନ୍ଦ୍ର ସାହୁ, ସୁଭଦ୍ରା ମିଶ୍ର, ଶ୍ରୀୟାସ୍ମିତା ପଣ୍ଡା, ସୌମେନ୍ଦ୍ର ମହାନ୍ତି, ପୁଷ୍ପିତା ଦାସ, ସ୍ନେହା ଜେନା, ଭାଗ୍ୟଶ୍ରୀ ଜେନା, ମାନସ ରଞ୍ଜନ ସେଠୀ, ରାହୁଲ ପଟ୍ଟନାୟକ, ମହମ୍ମଦ ଗୁଲଫାମ୍‌, ନିହାର ରଞ୍ଜନ ବେହେରା, ଦେବରାଜ ମିଶ୍ର, ମୋହନ ଜେନା, ଜ୍ୟେତିଷ ସାହୁ, ଲିଙ୍ଗରାଜ ସାହୁ, ଲଲାଟେନ୍ଦୁ ଦାଶ, ସାଗର ପଟ୍ଟନାୟକ, ଅନନ୍ତ ସାମନ୍ତରାୟ ଓ ଅଭିଷେକ ରାଉତ ପ୍ରମୁଖ ବହୁ କଂଗ୍ରେସ ନେତୃବୃନ୍ଦ କର୍ମୀ ଅଂଶ ଗ୍ରହଣ କରିଥିଲେ ।

cong ଭାରତ ଯୋଡ଼ ନ୍ୟାୟ ଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁର ଓ ଝାରସୁଗୁଡ଼ା ସମେତ ଓଡ଼ିଶା ହେବ ଦେଶର ଅଗ୍ରଣୀ ମ୍ୟାନୁଫ୍ୟାକଚରିଂ ଏବଂ ଲଜିଷ୍ଟିକ୍ ହବ୍

April 25, 2026

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026
Latest News

ପେଟିଏମ୍ ପେମେଣ୍ଟସ୍ ବ୍ୟାଙ୍କର ବ୍ୟାଙ୍କିଂ ଲାଇସେନ୍ସ ବାତିଲ୍, ଏହା ଆପଣଙ୍କୁ କିପରି ପ୍ରଭାବିତ କରିବ?

April 25, 2026

ରାଶିଫଳ: ଆଜି ଏପ୍ରିଲ ୨୬ ତାରିଖ ଶନିବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 25, 2026

ସମ୍ବଲପୁର ଓ ଝାରସୁଗୁଡ଼ା ସମେତ ଓଡ଼ିଶା ହେବ ଦେଶର ଅଗ୍ରଣୀ ମ୍ୟାନୁଫ୍ୟାକଚରିଂ ଏବଂ ଲଜିଷ୍ଟିକ୍ ହବ୍

April 25, 2026

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.