Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡିଶାରୁ ଟିକେଟ ପାଇବା ପାଇଁ ଦୁଇଟି ସିଟ୍ କୁ ସଂରକ୍ଷିତ ରଖିଲେ ରେଳମନ୍ତ୍ରୀ ଅଶ୍ବନୀ ବୈଷ୍ଣବ
ଜାତୀୟ ଖବର

ଓଡିଶାରୁ ଟିକେଟ ପାଇବା ପାଇଁ ଦୁଇଟି ସିଟ୍ କୁ ସଂରକ୍ଷିତ ରଖିଲେ ରେଳମନ୍ତ୍ରୀ ଅଶ୍ବନୀ ବୈଷ୍ଣବ

January 15, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡିଶାରୁ ଟିକେଟ ପାଇବା ପାଇଁ ଦୁଇଟି ଷ୍ଟେସନକୁ ହାତରେ ରଖିଲେ ରେଳମନ୍ତ୍ରୀ ଅଶ୍ବନୀ ବୈଷ୍ଣବ

ଭୁବନେଶ୍ବର: ରେଳମନ୍ତ୍ର ଅଶ୍ବିନୀ ବୈଷ୍ଣବ ବର୍ତ୍ତମାନ କେନ୍ଦ୍ର ସରକାରଙ୍କର ଜଣେ ଟାଣୁଆ ତଥା ବିଶ୍ବସ୍ଥ ମନ୍ତ୍ରୀ। ମୋଦିଙ୍କର ଅତି ଘନିଷ୍ଠ ଲୋକ ବୋଲି ସମସ୍ତେ ଜାଣନ୍ତି। ତାଙ୍କର ରାଜସ୍ଥାନ ଜନ୍ମଭୂମି ହୋଇଥିଲେ ମଧ୍ୟ କର୍ମଭୂମି ହେଉଛି ଓଡିଶା। ଏହି ଓଡିଶାରୁ ରାଜ୍ୟସଭାକୁ ନିର୍ବାଚିତ ହୋଇ ସେ ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ।

ତେବେ ସେ ଏଥର ଲୋକସଭା ନିର୍ବାଚନ ଲଢିବେ। କାରଣ ପରବର୍ତ୍ତି ନୂଆ କେନ୍ଦ୍ର ମନ୍ତ୍ରୀ ମଣ୍ଡଳରେ କୌଣସି ରାଜ୍ୟସଭା ସଦସ୍ୟଙ୍କୁ ନିଆଯିବ ନାହିଁ। ସେଥିପାଇଁ ଅଶ୍ବିନୀଙ୍କୁ ଲୋକସଭା ନିର୍ବାଚନ ଲଢେଇ କରିବା ପାଇଁ କୁହାଯାଇଛି। ଆଉ ସେହି ନିର୍ଦ୍ଦେଶ ଅନୁସାରେ ଅଶ୍ବିନୀ ବର୍ତ୍ତମାନ ଓଡିଶାରେ ଡେରା ପକାଇଛନ୍ତି।

ଅଶ୍ବନୀ ବୈଷ୍ଣବ ଓଡିଶାରୁ ଟିକେଟ ପାଇବା ପାଇଁ ସେ ଦୁଇଟି ସିଟ୍ କୁ ହାତରେ ରଖିଛନ୍ତି। ଗୋଟିଏ ହେଲା କଟକ ଓ ଅନ୍ୟଟି ହେଲା ବାଲେଶ୍ବର। ଅର୍ଥାତ ସେ ଉଭୟ କଟକ ଓ ବାଲେଶ୍ବର ଆସନରୁ ଗୋଟିଏରେ ଛିଡା ହେବେ ବୋଲି ଆଗ୍ରହ ପ୍ରକାଶ କରିଛନ୍ତି। କାରଣ ତାଙ୍କର ସର୍ଭେ ଅନୁସାରେ ଉଭୟ ଆସନ ତାଙ୍କ ପାଇଁ କୁଆଡେ ସୁରକ୍ଷିତ।

ସେଥିପାଇଁ ଅଶ୍ବିନୀ ବୈଷ୍ଣବ ପୁରା ପୂର୍ବତଟ ରେଳବାଇକୁ କଟକ ଓ ବାଲେଶ୍ବର ଷ୍ଟେସନର ଉନ୍ନତିକରଣ କାର୍ଯ୍ୟ ଜୋରଦାର କରିବା ପାଇଁ କହିଛନ୍ତି। ସେହି ଅନୁସାରେ ରେଳ ବିଭାଗ  କିଛିଦିନ ଧରି କଟକ ଏବଂ ବାଲେଶ୍ବର ଷ୍ଟେସନ ପାଇଁ ନୂଆ ନୂଆ ଉଦଘାଟନ କରିବାରେ ଲାଗିଛନ୍ତି। ଷ୍ଟେସନରେ ଦୋକାନ ଘର ଶୁଭାରମ୍ଭଠାରୁ ଆରମ୍ଭ କରି ଅନେକ ଭୂମିପୂଜନ କାର୍ଯ୍ୟ ମଧ୍ୟ ଆଗେଇ ଚାଲିଛି।

ସେତେକି ନୁହେଁ ଉଭୟ ନିର୍ବାଚନ ମଣ୍ଡଳୀରେ ଥିବା ବିଭିନ୍ନ ଧର୍ମନୁଷ୍ଠାନଗୁଡିକୁ ମଧ୍ୟ ସେ ଦର୍ଶନ କରିବାରେ ଲାଗିଛନ୍ତି। ନିକଟରେ ସେ କଟକ ଧବଳେଶ୍ବର ସହିତ ବାଲେଶ୍ବର ରେମୁଣା ଗୋପୀନାଥ ମନ୍ଦିରରେ ପୂଜା ଅର୍ଚ୍ଚନା କରି ଫେରିଛନ୍ତି। ଆଗାମୀ ଦିନରେ ଆହୁରି ଅନେକ ମନ୍ଦିରକୁ ଯାଇ ଠାକୁର ଦର୍ଶନ କରିବାର କାର୍ଯ୍ୟକ୍ରମ ଅଛି ବୋଲି ତାଙ୍କ ନିକଟତମ ମହଲରୁ ଜଣାପଡିଛି।

ତେବେ ନରେନ୍ଦ୍ର ମୋଦୀ ରେଳମନ୍ତ୍ରୀଙ୍କ ଟିକେଟ କନଫ୍ରମ କରି ନ ଥିବାରୁ ତାହା ଏବେ ୱେଟିଂ ଲିଷ୍ଟରେ ଝୁଲି ରହିଛି।

Ashwini Vaishnaw Election2024 ଅଶ୍ବିନୀ ବୈଷ୍ଣବ କଟକ ଲୋକସଭା କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ନିର୍ବାଚନ2024 ବାଲେଶ୍ବର ଲୋକସଭା
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Latest News

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.