Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭିବିଏସ୍‌ୱାଇ କାର୍ଯ୍ୟକ୍ରମ ଅଧୀନରେ ଓଡ଼ିଶା ଗସ୍ତରେ ଆସିଲେ ମେଘାଳୟର ୧୦ ସାମ୍ବାଦିକ
ଜାତୀୟ ଖବର

ଭିବିଏସ୍‌ୱାଇ କାର୍ଯ୍ୟକ୍ରମ ଅଧୀନରେ ଓଡ଼ିଶା ଗସ୍ତରେ ଆସିଲେ ମେଘାଳୟର ୧୦ ସାମ୍ବାଦିକ

January 18, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ବିକଶିତ ଭାରତ ସଂକଳ୍ପ ଯାତ୍ରା (ଭିବିଏସ୍‌ୱାଇ) କାର୍ଯ୍ୟକ୍ରମ ଅଧୀନରେ ଓଡ଼ିଶା ଗସ୍ତରେ ଆସିଥିବା ମେଘାଳୟରୁ ଏକ ୧୦ ଜଣିଆ ଗଣମାଧ୍ୟମ ପ୍ରତିନିଧି ଦଳ ଆଜି ଭୁବନେଶ୍ୱରରେ ପହଞ୍ଚିଛି। ମେଘାଳୟ ସାମ୍ବାଦିକମାନେ ପହଞ୍ଚିବା ପରେ ପିଆଇବି ଭୁବନେଶ୍ୱର ଅଧିକାରୀମାନେ ସେମାନଙ୍କୁ ଭବ୍ୟ ସ୍ୱାଗତ କରିଥିଲେ।

ଏହି ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଓଡ଼ିଶାରେ କେନ୍ଦ୍ର ସରକାରଙ୍କ ଯୋଜନାର ପ୍ରଭାବ ସମ୍ପର୍କରେ ବାସ୍ତବତାକୁ ବୁଝିବାରେ ଗଣମାଧ୍ୟମକୁ ସୁଯୋଗ ଦେବା ଏବଂ ରାଜ୍ୟରେ ଏହାର ବିକାଶକୁ ପ୍ରତ୍ୟକ୍ଷ ଭାବେ ଦେଖିବା।

ରାଜ୍ୟରେ କେନ୍ଦ୍ର ସରକାରୀ ଯୋଜନାଗୁଡ଼ିକୁ ଶତପ୍ରତିଶତ କାର୍ଯ୍ୟକାରୀ କରିବା ପାଇଁ ଚାଲିଥିବା ଭିବିଏସ୍‌ୱାଇ ଅଧୀନରେ ନିୟୋଜିତ ସୂଚନା, ଶିକ୍ଷା, ଯୋଗାଯୋଗ (ଆଇଇସି) ବାହନ ଗୁଡ଼ିକ କିପରି ସଚେତନତା ବାର୍ତ୍ତା ବାଣ୍ଟିଛନ୍ତି ତାହା ଜାଣିବା ମଧ୍ୟ ଏହି ଗସ୍ତର ଉଦ୍ଦେଶ୍ୟ।

ଏହି ପ୍ରତିନିଧି ଦଳ ଓଡ଼ିଶାରେ ୪ ଦିନ ରହଣି ସମୟରେ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଓ ସାମୁଦ୍ରିକ ସଂଗ୍ରହାଳୟ ପରିଦର୍ଶନ କରିବେ। ସେମାନେ ଆଇସିଏଆର-କେନ୍ଦ୍ରୀୟ କୃଷିରତ ମହିଳା ସଂସ୍ଥାନ(ଆଇସିଏଆର-ସିଆଇଡବ୍ଲ୍ୟୁଏ) ପରିଦର୍ଶନ କରିବେ, ଯାହାକି କୃଷି କ୍ଷେତ୍ରରେ ଲିଙ୍ଗ ସହ ଜଡ଼ିତ ଗବେଷଣାର ଅଭିନବ ଦାୟିତ୍ୱରେ ଥିବା ଭାରତରେ ପ୍ରଥମ ଅନୁଷ୍ଠାନ ।

ସାମ୍ବାଦିକ ପ୍ରତିନିଧି ଦଳ ଭୁବନେଶ୍ୱର ସ୍ଥିତ ସିଏସଆଇଆର – ଖଣିଜ ଏବଂ ବସ୍ତୁ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଏମଟି) ଗସ୍ତ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ଖଣି, ଖଣିଜ ଏବଂ ଧାତୁ ଶିଳ୍ପର ଗବେଷଣା ଓ ବିକାଶ ସମସ୍ୟାର ସମାଧାନ ତଥା ଏହାର ସ୍ଥାୟୀ ବିକାଶ ସୁନିଶ୍ଚିତ କରିବା ପାଇଁ ବିଭିନ୍ନ ବିଷୟରେ ମୌଳିକ ଗବେଷଣା ଓ ପ୍ରଯୁକ୍ତିଭିତ୍ତିକ କାର୍ଯ୍ୟକ୍ରମ ପରିଚାଳନାରେ ଏହି ପ୍ରତିଷ୍ଠାନ କାର୍ଯ୍ୟ କରିଥାଏ।

ଏତଦ୍ ବ୍ୟତୀତ ଗଣମାଧ୍ୟମ ପ୍ରତିନିଧିମାନେ ବିକଶିତ ଭାରତ ସଂକଳ୍ପ ଯାତ୍ରା ରହଣୀ ସ୍ଥଳ ପରିଦର୍ଶନ କରିବା ସମୟରେ ଓଡ଼ିଶାରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ହିତାଧିକାରୀ ପରିଦର୍ଶନ କରିବା ସହ ସେମାନଙ୍କ ସହ ଆଲୋଚନା କରିବେ। ଏହି ଦଳ ଧଉଳିଗିରି ଓ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିବେ।

ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ତତ୍ତ୍ୱାବଧାନରେ ପତ୍ର ସୂଚନା କାର୍ଯ୍ୟାଳୟ, ଭୁବନେଶ୍ୱର ସହଯୋଗରେ ପତ୍ର ସୂଚନା କାର୍ଯ୍ୟାଳୟ, ଶିଲଙ୍ଗ ପକ୍ଷରୁ ଏହି ଗସ୍ତ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।

journalist meghalaya odisha tour vbsy
Share. Facebook Twitter LinkedIn Email WhatsApp Copy Link

Related Posts

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026
Latest News

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026

ଯାତ୍ରୀ ଆୟ ଓ ଟିକେଟ୍ ବୁକିଂରେ ପୂର୍ବତଟ ରେଳପଥର ଉଲ୍ଲେଖନୀୟ ଅଭିବୃଦ୍ଧି

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.