Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରିଲାଏନ୍ସ ଜିଓର ତୃତୀୟ ତ୍ରୈମାସିକ ନେଟ ଲାଭ ହେଲା ୫୨୦୮ କୋଟି ଟଙ୍କା
ଜାତୀୟ ଖବର

ରିଲାଏନ୍ସ ଜିଓର ତୃତୀୟ ତ୍ରୈମାସିକ ନେଟ ଲାଭ ହେଲା ୫୨୦୮ କୋଟି ଟଙ୍କା

January 19, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
Mukesh

ଭୁବନେଶ୍ୱର: ଦେଶର ସର୍ବବୃହତ ଟେଲିକମ ସେଵାପ୍ରଦାନକାରୀ ରିଲାଏନ୍ସ ଜିଓ ଇନ୍ଫୋକମ ଲିମିଟେଡ଼ ପକ୍ଷରୁ ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକ ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି।

ଅକ୍ଟୋବର ରୁ ଡିସେମ୍ବର ୨୦୨୩ ତ୍ରୟମାସରେ କମ୍ପାନୀର ନେଟ ଲାଭ ପୂର୍ବ ବର୍ଷ ସମାନ ଅବଧି ତୁଳନାରେ ୧୨.୨ ପ୍ରତିଶତ ବୃଦ୍ଧି ପାଇ ୫୨୦୮ କୋଟି ଟଙ୍କା ହୋଇଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି। ଗତ ଆର୍ଥିକ ବର୍ଷର ସମାନ ତ୍ରୟମାସରେ କମ୍ପାନୀର ନେଟ ଲାଭ ୪୬୩୮ କୋଟି ଟଙ୍କା ରହିଥିଲା।

ସେହିଭଳି ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୟମାସରେ ଜିଓର ପରିଚାଳନାଗତ ରାଜସ୍ବ ଗତ ବର୍ଷ ସମାନ ତ୍ରୟମାସ ତୁଳନାରେ ୧୦.୩ ପ୍ରତିଶତ ବୃଦ୍ଧି ପାଇ ୨୫୩୬୮ କୋଟି ଟଙ୍କା ହୋଇଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି।

ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୟମାସରେ ଜିଓ ନେଟୱାର୍କରେ ମୋଟା ଡାଟା ଟ୍ରାଫିକ ଗତ ବର୍ଷ ତୁଳନାରେ ୩୧.୫ ପ୍ରତିଶତ ବୃଦ୍ଧି ପାଇ ୩୮.୧ ବିଲିଅନ ଜିବି ହୋଇଥିବା ବେଳେ ଭଏସ ଟ୍ରାଫିକ ୭.୯ ପ୍ରତିଶତ ବୃଦ୍ଧି ପାଇ ୧.୩୭ ଟ୍ରିଲିଅନ ମିନିଟ ହୋଇଥିବା ଜଣାପଡିଛି।

ସେହିଭଳି ତୃତୀୟ ତ୍ରୟମାସରେ ଜିଓ ସର୍ବାଧିକ ୧୧.୨ ମିଲିଅନ ଗ୍ରାହକ ଯୋଡିବା ସହିତ ଦେଶରେ ଡିସେମ୍ବର ମାସ ଶେଷ ସୁଦ୍ଧା ଏହାର ମୋଟ ଗ୍ରାହକ ସଂଖ୍ୟା ୪୭ କୋଟି ଅତିକ୍ରମ କରିଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି।

ସମୟ ପୂର୍ବରୁ ସାରା ଦେଶରେ କମ୍ପାନୀ ଜିଓ ଟ୍ରୁ ୫ଜି ନେଟୱାର୍କ ସ୍ଥାପନ କରିବା ସହିତ ୯ କୋଟି ରୁ ଉର୍ଦ୍ଧ୍ବ ଗ୍ରାହକ ଜିଓ ର ୫ଜି ନେଟୱାର୍କ କୁ ଆପଣାଇଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି।

ଆର୍ଥିକ ଫଳାଫଳ ଘୋଷଣା ଅବସରରେ ରିଲାଏନ୍ସ ଜିଓ ଇନ୍ଫୋକମ ଲିମିଟେଡ଼ର ଅଧ୍ୟକ୍ଷ ଆକାଶ ଅମ୍ବାନୀ କହିଛନ୍ତି ” ଜିଓ ବିଶ୍ୱର ଯେକୌଣସି ସ୍ଥାନରେ ସବୁଠାରୁ ଦ୍ରୁତତମ ୫ଜି ନେଟୱାର୍କ ପ୍ରଚଳନର ସଫଳତା ହାସଲ କରିଛି ଏବଂ ଏବେ ସାରା ଦେଶରେ ଉପଲବ୍ଧ ହୋଇଛି। ଜିଓ ଏୟାର ଫାଇବରର ପ୍ରାରମ୍ଭିକ ଚାହିଦା ଓ ଗ୍ରାହକ ସମ୍ପର୍କ ବେଶ ଦୃଢ ତଥା ଉତ୍ସାହଜନକ ରହିଛି।”

Reliance JIO ril ରିଲାଏନ୍ସ ଜିଓ
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ପଞ୍ଚାୟତ ପୁରସ୍କାର ପାଇଁ ଓଡ଼ିଶାର ୫ ଟି ପଞ୍ଚାୟତ ମନୋନୀତ, ଜାଣନ୍ତୁ କିଏ

May 17, 2026

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026
Latest News

ଯୋଗାଣ ବିଭାଗର ବିଭିନ୍ନ ସ୍ଥାନରେ ଚଢ଼ାଉ: ୫୦୫ ଲିଟର ଡିଜେଲ ଜବତ

May 17, 2026

ୟୁଏଇରେ ନ୍ୟୁକ୍ଲିୟର ପ୍ଲାଣ୍ଟକୁ ଟାର୍ଗେଟ କରି ବଡ଼ ଡ୍ରୋନ୍ ଆକ୍ରମଣ

May 17, 2026

ଜାତୀୟ ପଞ୍ଚାୟତ ପୁରସ୍କାର ପାଇଁ ଓଡ଼ିଶାର ୫ ଟି ପଞ୍ଚାୟତ ମନୋନୀତ, ଜାଣନ୍ତୁ କିଏ

May 17, 2026

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.