Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ତୃତୀୟ ଦିନରେ ୫ଟି ଜିଲ୍ଲାର ୩୬୧ଟି ସ୍କୁଲ ଲୋକାର୍ପିତ
ଜାତୀୟ ଖବର

5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ତୃତୀୟ ଦିନରେ ୫ଟି ଜିଲ୍ଲାର ୩୬୧ଟି ସ୍କୁଲ ଲୋକାର୍ପିତ

January 20, 2024No Comments4 Mins Read
Share Facebook Twitter LinkedIn Email WhatsApp Copy Link
school
5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ତୃତୀୟ ଦିନରେ ୫ଟି ଜିଲ୍ଲାର ୩୬୧ଟି ସ୍କୁଲ ଲୋକାର୍ପିତ

ଭୁବନେଶ୍ବର: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ତୃତୀୟ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମୟୁରଭଞ୍ଜ, ସମ୍ବଲପୁର, ନୂଆପଡା, ରାୟଗଡ ଓ ବଲାଙ୍ଗିର ଆଦି ୫ଟି ଜିଲ୍ଲାର ୩୬୧ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି ।

ଏଥିରେ ମୟୁରଭଞ୍ଜ ଜିଲ୍ଲାର ୧୦୫ଟି ହାଇସ୍କୁଲ, ସମ୍ବଲପୁରର ୬୩ଟି, ନୂଆପଡାର ୩୩ଟି, ରାୟଗଡର ୬୦ଟି ଓ ବଲାଙ୍ଗିର ୧୦୦ଟି ହାଇସ୍କୁଲ ଅନ୍ତର୍ଭୁକ୍ତ।

ସୂଚନାଯୋଗ୍ୟ ଯେ ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପିଲାଙ୍କ ଉଜ୍ଜଳ ଭବିଷ୍ୟତ ଗଠନ ପାଇଁ ଏବେ ସରକାରୀ ସ୍କୁଲ ଗୁଡିକ ଶ୍ରେଷ୍ଠ ମାଧ୍ୟମ ହୋଇଛି। ରୂପାନ୍ତରିତ ସ୍କୁଲର ସଠିକ ଉପଯୋଗ କରି ଭଲ ପାଠ ପଢି ନିଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ ଜାତିରେ ନୂଆ ଜାଗରଣ ର ମାର୍ଗ ପ୍ରଶସ୍ତ କରିଛି ବୋଲି ସେ କହିଥିଲେ । ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍‌ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି ।

ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି । ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ । ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ।

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ 5T ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ତୁମ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ଏହା ହେଉଛି ଟେକ୍‌ନୋଲୋଜିର ପ୍ରୟୋଗ। ସେହିଭଳି ଟିମ୍‌ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି। ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି। ଏହିସବୁର ଉପଯୋଗରେ ତୁମ ସ୍କୁଲ ମାନଙ୍କରେ ଆସିଛି ରୂପାନ୍ତର। ଯାହାକୁ ତୁମେ ଏବେ ଦେଖୁଛ ଓ ଅନୁଭବ କରୁଛ ।

ପିଲାମାନଙ୍କ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରୀ ସ୍କୁଲର ପିଲାମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରାଯାଇଛି । ସରକାରୀ ସ୍କୁଲ ମାନଙ୍କରେ ପିଲାମାନଙ୍କ ଶିକ୍ଷାଦାନ କ୍ଷେତ୍ରରେ ବହୁ ଉନ୍ନତି ଆସିଛି । ଏବେ ସରକାରୀ ସ୍କୁଲରେ ପାଠ ପଢିବା ପାଇଁ ପିଲା ଓ ଅଭିଭାବକ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଉଛି।

ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଆହ୍ବାନ ଦେଇ କହିଥିଲେ ଯେ ତୁମେମାନେ ତୁମ ଜୀବନରେ 5T ନୀତିର ପ୍ରୟୋଗ କର । ଏହା ତୁମ ମାନଙ୍କ ପାଇଁ ସଫଳତା ଆଣିଦେବ। ତୁମେ ମାନେ ନୂଆ ନୂଆ ବୈଷୟିକ ଜ୍ଞାନକୌଶଳ ବିଷୟରେ ଜାଣିବାକୁ ଚେଷ୍ଟା କର। ମିଳିମିଶି କାମ କର। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ କ୍ରୀଡା କ୍ଷେତ୍ରରେ ଟିମ୍‌ ୱାର୍କର ବିଶେଷ ଭୂମିକା ରହିଛି ।

ସ୍ବଚ୍ଛତା ଓ ସାଧୁତା ହେଉଛି ମଣିଷ ଜୀବନର ଶ୍ରେଷ୍ଠ ଗୁଣ। ଜୀବନର ସବୁ କ୍ଷେତ୍ରରେ ସାଧୁତା ଅବଲମ୍ବନ କରିବାକୁ ଚେଷ୍ଟା କର। ସମୟ ହେଉଛି ତୁମ ମାନଙ୍କ ପାଇଁ ସବୁଠାରୁ ମୂଲ୍ୟବାନ। ସମୟକୁ ନଷ୍ଟ ନ କରି ତାର ଉପଯୋଗ କର । ଏହି ଚାରୋଟି ନୀତିକୁ ଅନୁସରଣ କଲେ ଜୀବନରେ ସଫଳତା ହାସଲ କରି ରୂପାନ୍ତର ଆସିବ।

କାର୍ଯ୍ୟକ୍ରମରେ ଯୋଗ ଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ କହିଲେ ଯେ ପ୍ରଥମରୁ ସ୍କୁଲ ରୂପାନ୍ତର ଏକ ସ୍ୱପ୍ନ ଭଳି ଥିଲା । ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଅଭିଭାବକ ସମସ୍ତଙ୍କ ସହଯୋଗରେ, ଟିମ୍‌ ୱାର୍କରେ ଏହା ଅଭୂତପୂର୍ବ ସଫଳତା ପାଇଛି ବୋଲି ସେ କହିଥିଲେ ଏବଂ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ। ବର୍ତ୍ତମାନ ରୂପାନ୍ତରିତ ସ୍କୁଲଗୁଡିକର ରକ୍ଷଣାବେକ୍ଷଣ ଖୁବ୍ ଗୁରୁତ୍ୱପୂର୍ଣ୍ଣ ବୋଲି ମତ ଦେଇ ସେ ଏଥି ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

ଏହି ଅବସରରେ 5T ସ୍କୁଲ ରୂପାନ୍ତର ସଂପର୍କରେ ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀମାନେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରିଥିଲେ । ମୟୁରଭଞ୍ଜ ଜିଲ୍ଲାର ନବମ ଶ୍ରେଣୀର ଛାତ୍ରୀ ଆର୍ଯ୍ୟସୂତା ପ୍ରଧାନ, ରାୟଗଡର ନବମ ଶ୍ରେଣୀ ଛାତ୍ର ଗୁପ୍ତେଶ୍ୱର ନାଗ, ନୂଆପଡାର ଦଶମ ଶ୍ରେଣୀ ଛାତ୍ରୀ ପ୍ରିୟଦର୍ଶିନୀ ତାଣ୍ଡି ଏବଂ ବଲାଙ୍ଗିରର ନବମ ଶ୍ରେଣୀ ଛାତ୍ର ସାନ୍ତନୁ ରଣା ପ୍ରମୁଖ ସେମାନଙ୍କ ମତାମତ ଦେଇ କହିଲେ ଯେ ସ୍କୁଲ ରୂପାନ୍ତର ଆମ ପାଠପଢା ପାଇଁ ସମ୍ପୂର୍ଣ୍ଣ ସୁଯୋଗ ସୃଷ୍ଟି କରିଛି। 5T ଉପକ୍ରମ ଆମ ବିଦ୍ୟାଳୟର ସ୍ୱରୂପ ବଦଳାଇ ଦେଇଛି। ବର୍ତ୍ତମାନ ଆମେ ଆମର ଲକ୍ଷ୍ୟ ପୂରଣ ନେଇ ଗଭୀର ଆତ୍ମବିଶ୍ୱାସର ସହ ପାଠ ପଢୁଛୁ।

ସମ୍ବଲପୁରର ଦଶମ ଶ୍ରେଣୀ ଦୃଷ୍ଟିବାଧିତ ଛାତ୍ରୀ ପୂର୍ଣ୍ଣିମା ଭୁଏ ହେଉଛନ୍ତି ଜିଲ୍ଲା ସରକାରୀ ଭିନ୍ନକ୍ଷମ ବିଦ୍ୟାଳୟର ଛାତ୍ରୀ। ସେ କହିଲେ ଆମ ପାଠ ପଢିବା ପାଇଁ ସ୍ମାର୍ଟ କ୍ଲାସ ରୁମ୍ ସହିତ ସମସ୍ତ ଅତ୍ୟାଧୁନିକ ବ୍ୟବସ୍ଥା କରାଯାଇଛି ଯାହାକି ଆମ ପାଇଁ ପାଠ ବୁଝିବାକୁ ସହଜ କରିଛି। ଏଥିପାଇଁ ସେ ମୁଖ୍ୟମନ୍ତ୍ରୀ ଓ5T ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଦେଇଥିଲେ।

ଡାକ୍ତର, ଇଂଜିନିୟର, ଆଇ. ପି. ଏସ, ଶିକ୍ଷକ ହେବାକୁ ପିଲାମାନଙ୍କ ଲକ୍ଷ୍ୟ।ପିଲାମାନେ ସମସ୍ତେ ସେମାନଙ୍କ ଲକ୍ଷ୍ୟ ପୁରଣ ରେ ସଫଳ ହେବେ ବୋଲି ଆତ୍ମବିଶ୍ବାସ ସହ ପ୍ରକାଶ କରିଥିଲେ ।

କାର୍ଯ୍ୟକ୍ରମରେ ମୟୁରଭଞ୍ଜରେ ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ରାୟଗଡରେ ଅନୁସୂଚିତ ଜନଜାତି, ଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା, ସମ୍ବଲପୁରରେ ବିଧାୟକ ଶ୍ରୀ ରୋହିତ ପୁଜାରୀ, ନୂଆପଡାରେ ସାଂସଦ ଶ୍ରୀ ବସନ୍ତ ପଣ୍ଡା ଏବଂ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶ୍ରୀ ଭଗତରାମ ମାଝୀ ଏବଂ ବଲାଙ୍ଗିରରେ ଜଳସଂପଦ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ପ୍ରମୁଖ ଯୋଗ ଦେଇ କହିଲେ ଯେ ଓଡିଶାର ପିଲାମାନେ ବଡ ହେବା ପାଇଁ, ଭଲ ମଣିଷ ହେବା ପାଇଁ ମୁଖ୍ୟମନ୍ତ୍ରୀ ସବୁ ବ୍ୟବସ୍ଥା କରିଛନ୍ତି।

ସାଧାରଣ ଗରୀବ ଘରର ପିଲା ମଧ୍ୟ ନିଜର ଲକ୍ଷ୍ୟ ପୂରଣ କରିପାରିବ। ପିଲାମାନଙ୍କର ପ୍ରତିଭା ଓ ସମ୍ଭାବନାକୁ ସ୍କୁଲ ରୂପାନ୍ତର ପୂର୍ଣ୍ଣ ବିକଶିତ କରିବ ବୋଲି ସେମାନେ ମତ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ । ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ଓ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

5T School 5T ରେ ସ୍କୁଲ ରୂପାନ୍ତରଣ 5ଟି ସ୍କୁଲ vkpandian କାର୍ତ୍ତିକ ପାଣ୍ଡିଆନ ସ୍କୁଲ ରୂପାନ୍ତରଣ
Share. Facebook Twitter LinkedIn Email WhatsApp Copy Link

Related Posts

କେଏଟିଏସ ଆୟୁର୍ବେଦିକ ମହାବିଦ୍ୟାଳୟ ୪୮ବର୍ଷ ରେ ମାତ୍ର ୪ଟି ପିଜି ସିଟ

August 20, 2025

ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରୀରେ ଭୁସି ହତ୍ୟା କଲା ୮ମ ଛାତ୍ର, ସ୍କୁଲ ବାହାରେ ଉତ୍ତେଜନା

August 20, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ସିପି ରାଧାକୃଷ୍ଣନ, ପ୍ରସ୍ତାବକ ହେଲେ ପ୍ରଧାନମନ୍ତ୍ରୀ ମୋଦି

August 20, 2025

ବ୍ରଡବ୍ୟାଣ୍ଡ ସଂଯୋଗରେ ମିଳୁଛି 6,000 ଟଙ୍କାର ରିହାତି, ଅନେକ OTT ମାଗଣାରେ ଉପଲବ୍ଧ

August 20, 2025
Latest News

କେଏଟିଏସ ଆୟୁର୍ବେଦିକ ମହାବିଦ୍ୟାଳୟ ୪୮ବର୍ଷ ରେ ମାତ୍ର ୪ଟି ପିଜି ସିଟ

August 20, 2025

ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରୀରେ ଭୁସି ହତ୍ୟା କଲା ୮ମ ଛାତ୍ର, ସ୍କୁଲ ବାହାରେ ଉତ୍ତେଜନା

August 20, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ସିପି ରାଧାକୃଷ୍ଣନ, ପ୍ରସ୍ତାବକ ହେଲେ ପ୍ରଧାନମନ୍ତ୍ରୀ ମୋଦି

August 20, 2025

ବ୍ରଡବ୍ୟାଣ୍ଡ ସଂଯୋଗରେ ମିଳୁଛି 6,000 ଟଙ୍କାର ରିହାତି, ଅନେକ OTT ମାଗଣାରେ ଉପଲବ୍ଧ

August 20, 2025

ଅପରାଧିକ ମାମଲାରେ ପଦରୁ ହଟିବେ ପିଏମ, ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ!: ସଂସଦରେ ଆଗତ ହେବ ୩ ଗୁରୁତ୍ୱପୂର୍ଣ୍ଣ ବିଲ୍

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.