Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋକୁ ସମସ୍ତ ସରକାରୀ କାଗଜପତ୍ରରେ ବ୍ୟବହାର ପାଇଁ ନିଷ୍ପତି
ଜାତୀୟ ଖବର

ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋକୁ ସମସ୍ତ ସରକାରୀ କାଗଜପତ୍ରରେ ବ୍ୟବହାର ପାଇଁ ନିଷ୍ପତି

January 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଶ୍ବ ଓଡିଆ ଭାଷା ସମ୍ମିଳନୀ
ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋକୁ ସମସ୍ତ ସରକାରୀ କାଗଜପତ୍ରରେ ବ୍ୟବହାର ପାଇଁ ନିଷ୍ପତି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉନ୍ମୋଚିତ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋକୁ ବହୁଳ ଭାବେ ବ୍ୟବହାର କରାଯିବ। ସମସ୍ତ ବିଭାଗୀୟ ପତ୍ରାଳାପରେ ଏହାକୁ ପ୍ରମୁଖ ଭାବେ ସ୍ଥାନିତ କରାଯିବ। ଏଥିନିମନ୍ତେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ସମସ୍ତ ବିଭାଗୀୟ ମୁଖ୍ୟ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଲୋଗୋର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ସୂଚନାଯୋଗ୍ୟ ଯେ ଦେଶରେ ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭ କରିଥିବା ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆସନ୍ତା ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।

ଏତଦବ୍ୟତୀତ ସମସ୍ତ ସରକାରୀ ଗାଡିରେ ଏହି ସମ୍ମିଳନୀ ଲୋଗୋକୁ ବ୍ୟବହାର ସହ ରାଜ୍ୟର ବିଭିନ୍ନ ପ୍ରମୁଖ ସ୍ଥାନ, ବିଦ୍ୟାଳୟ ଓ ମହାବିଦ୍ୟାଳୟର କାନ୍ଥରେ ମଧ୍ୟ ଏହାକୁ ଚିତ୍ରଣ କରାଯିବ। ଏପରିକି ଜିଲ୍ଲା ସ୍ତରରେ ମଧ୍ୟ ଏହାର ବ୍ୟବହାରକୁ ପ୍ରୋତ୍ସାହିତ କରାଯିବ।

ଏକ ସ୍ୱତନ୍ତ୍ର ଐତିହ୍ୟର ଶକ୍ତିଶାଳୀ ବାହକ ଭାବରେ ଭବିଷ୍ୟତ ତଥା ଯୁବପିଢ଼ିଙ୍କ ପାଖରେ ଓଡ଼ିଆ ଭାଷା କିଭଳି ଆହୁରି ଆଦୃତି ଲାଭ କରିବ ଏବଂ ଆଧୁନିକ ଜ୍ଞାନକୌଶଳକୁ ପ୍ରୟୋଗ କରି ଆମ ଭାଷା କିପରି ଆଗକୁ ବଢ଼ିପାରିବ ଏହି ସମ୍ମିଳନୀ କାର୍ଯ୍ୟପନ୍ଥା ନିର୍ଣ୍ଣୟ କରିବ। ଏ ସମ୍ପର୍କରେ ଭାଷାବିତ ଓ ବୁଦ୍ଧିଜୀବୀ ମାନେ ସମ୍ମିଳନୀର ବିଭିନ୍ନ ସୋପାନରେ ବିଚାର- ବିମର୍ଷ କରିବେ।

ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ୍‍, ଛାତ୍ରଛାତ୍ରୀ ଏବଂ ଭାଷାକୁ ନେଇ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷତା ଲାଭ କରିଥିବା ବ୍ୟକ୍ତିବିଶେଷ ମାନଙ୍କ ମଧ୍ୟରେ ସମନ୍ୱୟ ରକ୍ଷାକରିବାରେ ଏହି ସମ୍ମିଳନୀ ଏକ ବଳିଷ୍ଠ ମାଧ୍ୟମ ହେବ।

ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Latest News

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026

ପୁରୀ କୋରାପୁଟ ମଧ୍ୟରେ ଚାଲିବାକୁ ଥିବା ନୂଆ ଟ୍ରେନଟି କେଉଁ କେଉଁ ଷ୍ଟେସନରେ ରହିବ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.