Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆସନ୍ତାକାଲି ଓଡ଼ିଶା ଆସିବେ ମଲ୍ଲିକାର୍ଜୁନ ଖଡ୍‌ଗେ, ଓଡିଶା କଂଗ୍ରେସ ଉଠୁଛି ପଡୁଛି
ଜାତୀୟ ଖବର

ଆସନ୍ତାକାଲି ଓଡ଼ିଶା ଆସିବେ ମଲ୍ଲିକାର୍ଜୁନ ଖଡ୍‌ଗେ, ଓଡିଶା କଂଗ୍ରେସ ଉଠୁଛି ପଡୁଛି

January 28, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ଓଡ଼ିଶା ଆସିବେ ମଲ୍ଲିକାର୍ଜୁନ ଖଡ୍‌ଗେ, ଓଡିଶା କଂଗ୍ରେସ ବେଶ ଚଳଚଞ୍ଚଳ

ଭୁବନେଶ୍ୱର: ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ଆସନ୍ତା ୨୯ ତାରିଖରେ ‘ଓଡ଼ିଶା ବଂଚାଅ’ ସମାବେଶରେ ଯୋଗଦେବେ। ସେ ଅଧ୍ୟକ୍ଷ ହେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ।

ଏହି ପରିପ୍ରେକ୍ଷୀରେ କଂଗ୍ରେସ ଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକ କହିଥିଲେ ଯେ ଶ୍ରୀଯୁକ୍ତ ଖଡ୍‌ଗେ ତଳସ୍ତରରୁ ଜଣେ ସାଧାରଣ କଂଗ୍ରେସ କର୍ମୀଭାବେ ଜୀବନ ଆରମ୍ଭ କରି ନିଜର ଚେଷ୍ଟା, ନିଷ୍ଠା ଓ ସମର୍ପଣ ପାଇଁ ଏବେ ସେ ଅଖିଳ ଭାରତ କଂଗ୍ରେସ କମିଟିର ଅଧ୍ୟକ୍ଷ ପଦରେ ଅବସ୍ଥାପିତ ହୋଇପାରିଛନ୍ତି।

ସେ ଜଣେ ଅନୁଭବୀ ନେତା ଭାବେ ଦେଶକୁ ଅତି ନିକଟରୁ ଦେଖିଥିବାବେଳେ ଓଡ଼ିଶାର ଅବସ୍ଥାକୁ ମଧ୍ୟ ଭଲଭାବେ ବୁଝିଛନ୍ତି। ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଜେଡି ଶାସନର ୨୪ ବର୍ଷ ପରେ ମଧ୍ୟ ୫୨% ଲୋକ ଆଜିବି ଗରିବ। ରାଜ୍ୟରେ ହାରାହାରି ୨ଲକ୍ଷ ସରକାରୀ ପଦବୀ ଖାଲି ପଡ଼ିଥିବାବେଳେ ୧୦ଲକ୍ଷ ପଞ୍ଜୀକୃତ ବେକାର ଶିକ୍ଷିତ ଯୁବକଯୁବତୀ ବେସାହାରା ହୋଇପଡ଼ିଛନ୍ତି।

ଆଜି ବି ସାଧାରଣ ଲୋକ ମୌଳିକ ସୁବିଧା ସୁଯୋଗରୁ ବଂଚିତ ହେଉଛନ୍ତି। ଅପରପକ୍ଷରେ ଓଡ଼ିଆ ଜାତିକୁ ଧ୍ୱଂସ କରିବାକୁ ରୀତିମତ ଷଡଯନ୍ତ୍ର ରଚାଯାଉଛି। ଏପରିକି ଅଣଓଡ଼ିଆଙ୍କ ହାତକୁ ଶାସନ କ୍ଷମତା ଟେକି ଦେବାପାଇଁ ମସୁଧା ଚାଲିଛି, ଯାହାକୁ କଂଗ୍ରେସ କେବେ ବରଦାସ୍ତ କରିବ ନାହିଁ। ଓଡ଼ିଶାରେ ଓଡ଼ିଆଙ୍କ ହକ୍ ରହିଛି। ଏହି ହକ୍ ଉପରେ ଆକ୍ରମଣ ହେଲେ ଓଡ଼ିଶା କଂଗ୍ରେସ କେବେ ଚୁପ୍ ହୋଇ ବସିବ ନାହିଁ।

ଉକ୍ତ ସାମ୍ବାଦିକ ସମ୍ମିଳନୀରେ ଏଆଇସିସି ଅଧ୍ୟକ୍ଷଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ପାଇଁ ନିଯୁକ୍ତ ଅଧ୍ୟକ୍ଷ ତଥା ପିସିସିର ପୂର୍ବତନ ସଭାପତି ଜୟଦେବ ଜେନା କହିଛନ୍ତି ଯେ ରାଜ୍ୟରେ ଭ୍ରଷ୍ଟାଚାର, ଦୁର୍ନୀତି ଓ ଅତ୍ୟାଚାର ସୀମା ଟପିଛି। ବିଜେଡି-ବିଜେପି ଅଘୋଷିତ ମେଂଟ ଏବେ ସାର୍ବଜନୀନ ହୋଇଛି। ଏମାନଙ୍କର ଦୌରାତ୍ମ୍ୟରୁ ରାଜ୍ୟକୁ ମୁକ୍ତ କରିବା ପାଇଁ ‘ଓଡ଼ିଶା ବଂଚାଅ’ ସମାବେଶରେ ଯୋଗଦେବାକୁ ଖଡ୍‌ଗେଜୀ ଓଡ଼ିଶା ଆସୁଛନ୍ତି।

ସାମ୍ବାଦିକମାନଙ୍କୁ ସମ୍ବୋଧନ କରି ପିସିସିର ପୂର୍ବତନ ସଭାପତି ପ୍ରସାଦ ହରିଚନ୍ଦନ କହିଛନ୍ତି ଯେ ୨୦୨୪ ମସିହାରେ ହେବାକୁ ଥିବା ଅଷ୍ଟାଦଶ ଲୋକସଭା ଓ ସପ୍ତଦଶ ବିଧାନସଭା ନିର୍ବାଚନ ପୂର୍ବରୁ ଏଆଇସିସି ସଭାପତିଙ୍କ ଓଡ଼ିଶାଗସ୍ତ କାର୍ଯ୍ୟକ୍ରମ ଦୁଇଟି ଦିଗରୁ ମହତ୍ୱପୂର୍ଣ୍ଣ। ସେ ଆହୁରି କହିଥିଲେ ଯେ ଉଭୟ ବିଜେଡି ଓ ବିଜେପିଙ୍କ ଚୋରା ପୀରତି ଧରାପଡ଼ିଯାଇଛି।

୧୦ ବର୍ଷ ମିଶି ସରକାର କରିବା ପରେ ଲିଭ୍‌ଇନ୍ ରିଲେସନ୍‌ସିପ ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ୁଛି। ବିଜେଡି ୨୪ ବର୍ଷ ପରେ ନୂଆ-ଓଡ଼ିଶା ଗଢିବା କଥା କହୁଛି ତେବେ ୨୩ବର୍ଷ ପୂର୍ବରୁ ଗଢିପାରିଲେନି କାହିଁକି ବୋଲି ସେ ପ୍ରଶ୍ନ କରିଥିଲେ। ଉଭୟଙ୍କ ଚିତ୍ର ଓ ଚରିତ୍ରକୁ ରାଜ୍ୟବାସୀ ବୁଝି ଗଲେଣି ଏବେ ବିଜେଡି ଓ ବିଜେପିକୁ ହଟାଇବାର ସମୟ ଆସିଛି।

ପିସିସି ଗଣମାଧ୍ୟମ ବିଭାଗର ଅଧ୍ୟକ୍ଷ ଡଃ ବିଶ୍ୱରଂଜନ ମହାନ୍ତି କହିଥିଲେ ଯେ ଓଡ଼ିଶା ଓ ଓଡ଼ିଆ ଅସ୍ମିତା ପାଇଁ ହେଉଥିବା ଲଢେଇକୁ ଶକ୍ତିଶାଳୀ କରିବ ‘ଓଡ଼ିଶା ବଂଚାଅ’ ସମାବେଶ। ଏହି ସମ୍ମିଳନୀରେ ଏଆଇସିସିର ସମ୍ପାଦକ ତଥା ଓଡ଼ିଶାର ସହପ୍ରଭାରୀ ଶ୍ରୀ ସାହାନାୱାଜ ଚୌଧୁରୀ ଏବଂ ପିସିସି ସାମାଜିକ ଗଣମାଧ୍ୟମର ଅଧ୍ୟକ୍ଷ ଶ୍ରୀ ଅମୀୟ ପାଣ୍ଡବ ଉପସ୍ଥିତ ଥିଲେ।

Congress mallikarjun khadage କଂଗ୍ରେସ ମଲ୍ଲିକାର୍ଜ୍ଜୁନ ଖଡଗେ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026
Latest News

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.