Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିଜେଡିରେ ମିଶିଲେ ଅଭିନେତା ଦଇତାରୀ ପଣ୍ଡାଙ୍କ ସହ ବହୁ ଯାତ୍ରା କଳାକାର
ଜାତୀୟ ଖବର

ବିଜେଡିରେ ମିଶିଲେ ଅଭିନେତା ଦଇତାରୀ ପଣ୍ଡାଙ୍କ ସହ ବହୁ ଯାତ୍ରା କଳାକାର

January 30, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେଡିରେ ମିଶିଲେ ଅଭିନେତା ଦଇତାରୀ ପଣ୍ଡାଙ୍କ ସହ ବହୁ ଯାତ୍ରା କଳାକାର

ଭୁବନେଶ୍ୱର : ଯାତ୍ରା ଜଗତର ଖ୍ୟାତନାମା କଳାକାରମାନେ ଆଜି ଶଙ୍ଖଭବନ ଠାରେ ବରିଷ୍ଠ ବିଜେଡ଼ି ଉପସଭାପତି ତଥା ବଡ଼ମ୍ବା ବିଧାୟକ ଶ୍ରୀ ଦେବୀ ପ୍ରସାଦ ମିଶ୍ର, ସାଂସଦ ଶ୍ରୀ ମାନସ ମଙ୍ଗରାଜ ଓ ଶ୍ରୀ ଅମର ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍‌ ହୋଇଥିବା ସମସ୍ତ ଯାତ୍ରା କଳାକାରମାନଙ୍କୁ ଶ୍ରୀ ମିଶ୍ର, ଶ୍ରୀ ମଙ୍ଗରାଜ ଓ ଶ୍ରୀ ପଟ୍ଟନାୟକ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ବିଜେଡ଼ିରେ ଯାତ୍ରା କଳାକାରଙ୍କ ଯୋଗଦାନ ଫଳରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ସାଂସଦ ମାନସ ମଙ୍ଗରାଜ ଓ ଅନ୍ୟ ନେତୃବୃନ୍ଦ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ଯାତ୍ରା କଳାକାରମାନେ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁା କଳାକାରମାନଙ୍କ ବିକାଶ ଓ ସ୍ୱପ୍ନକୁ ସାକାର କରିବା ପାଇଁ ସର୍ବଦା କାର୍ଯ୍ୟ କରିଥାନ୍ତି ମୁଖ୍ୟମନ୍ତ୍ରୀଏବଂ ଆମେ ଆଗାମୀ ଦିନରେ ବିଜେଡ଼ି କିପରି ଆହୁରି ମଜଭୁତ ହେବ, ସେ ନେଇ ଆମ ସ୍ତରରେ କାର୍ଯ୍ୟଜାରି ରଖିବୁ ।

ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ମଙ୍ଗରାଜ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ଯାତ୍ରା କଳାକାର ବାପି ପଣ୍ଡା, ଦୈତାରୀ ପଣ୍ଡା, ଚୈତନ୍ୟ ପାଇକ, ରମେଶ ଚନ୍ଦ୍ର ନାୟକ, ଶିବରାମ ପ୍ରଧାନ, ସୁବାସ ବେହେରା ଏବଂ ବିଭିନ୍ନ ଜିଲ୍ଲାର ଯାତ୍ରା କଳାକାରମାନଙ୍କ ମଧ୍ୟରେ ରତିକାନ୍ତ ପରିଡ଼ା, ଆଦିକନ୍ଦ ନାୟକ, ଶୁଭେନ୍ଦୁ ଲେଙ୍କା, ସଞ୍ଜୟ କୁମାର ଦାସ, ହୃଷିକେଶ ମିଶ୍ର, ଅସିତ୍ କୁମାର ଜେନା, ମନୋଜ ବାରିକ, ହିରନ୍ୟା ବେହେରା, ବିଜୟ କୁମାର ବିଶ୍ୱାଳ, ପ୍ରତାପ ରୁଦ୍ର ପାତ୍ର, ରାଜେନ୍ଦ୍ର କୁମାର ପତି, ତପନ ମଲ୍ଲିକ, ବ୍ରଜ ସୁନ୍ଦର ମଲ୍ଲିକ, ଶରତ ଚନ୍ଦ୍ର ସାହୁ, ଲିଙ୍ଗରାଜ ପାଣିଗ୍ରାହୀ, ପଲାରାଜୁ ପବନ, ଅନିରୁଦ୍ଧ ପାଇକ, ଶଙ୍କରପୋଢ଼, ସୌଭାଗ୍ୟହରିପାଲ, ପୁରଷୋତ୍ତମ ସଗରିଆ, ପୂର୍ଣିର୍ମା ଚତ୍ରିଆ, ତ୍ରିଶୂଳିଆ ବେହେରା, ଡେଜିରାଣୀ ସ୍ୱାଇଁ। ଏହିସବୁ ନେତୃବୃନ୍ଦଙ୍କ ସହ ସାରା ରାଜ୍ୟରୁ ୩୫୦ରୁ ଊର୍ଦ୍ଧ୍ୱ ଯାତ୍ରା କଳାକାର ଆଜି ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିଲୋ ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

BJD ବିଜେଡି ବିଜେଡି ମିଶ୍ରଣ ବିଜେଡି ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

ଭିଜିଲାନ୍ସ ଜାଲରେ ତହସିଲଦାର, ୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ

August 21, 2026

ଭୟଙ୍କର ସଡ଼କ ଦୁର୍ଘଟଣା, ମହିଳାଙ୍କ ସମେତ ୨ ଶିଶୁ ମୃତ

August 21, 2026

ବଲାଙ୍ଗୀରରେ ଲୋମଟାଙ୍ଗୁରା ହତ୍ୟାକାଣ୍ଡ

August 21, 2026

ଜୟପୁରରେ ଆଶୁତୋଷ ରାଙ୍କାଙ୍କୁ ଆକ୍ରମଣ?: CJP କର୍ମୀ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ

August 21, 2026
Latest News

ଭିଜିଲାନ୍ସ ଜାଲରେ ତହସିଲଦାର, ୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ

August 21, 2026

ଭୟଙ୍କର ସଡ଼କ ଦୁର୍ଘଟଣା, ମହିଳାଙ୍କ ସମେତ ୨ ଶିଶୁ ମୃତ

August 21, 2026

ବଲାଙ୍ଗୀରରେ ଲୋମଟାଙ୍ଗୁରା ହତ୍ୟାକାଣ୍ଡ

August 21, 2026

ଜୟପୁରରେ ଆଶୁତୋଷ ରାଙ୍କାଙ୍କୁ ଆକ୍ରମଣ?: CJP କର୍ମୀ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ

August 21, 2026

ଛତିଶଗଡରେ ମଧ୍ୟ ପେପର ଲିକ୍: ରଦ୍ଦ ହେଲା ପରୀକ୍ଷା

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.