Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବଢିଲା ମଧୁ ବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ସଂଖ୍ୟା, ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଜାତୀୟ ଖବର

ବଢିଲା ମଧୁ ବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ସଂଖ୍ୟା, ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

February 7, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବଢିଲା ମଧୁ ବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ସଂଖ୍ୟା ସାମିଲ ହେଲେ ୪ ଲକ୍ଷ

ଭୁବନେଶ୍ବର: ରାଜ୍ୟ ସାମାଜିକ ସୁରକ୍ଷା ବ୍ୟବସ୍ଥା ମଧୁବାବୁ ପେନସନ ଯୋଜନାରେ ସାମିଲ ହେବାକୁ ଚାହୁଁଥିବା ବ୍ୟକ୍ତିଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଧୁବାବୁ ପେନସନ ଯୋଜନାରେ ଆଉ ୪ ଲକ୍ଷ ଲୋକଙ୍କୁ ସାମିଲ କରିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ଏହାଦ୍ବାରା ରାଜ୍ୟର ସମୁଦାୟ ମଧୁବାବୁ ପେନସନ ହିତାଧିକାରୀଙ୍କ ସଂଖ୍ୟା ୩୨.୭୫ରୁ ବୃଦ୍ଧି ପାଇ ୩୬.୭୫ ରେ ପହଞ୍ଚିବ। ରାଜ୍ୟ ସରକାର ଏଥିପାଇଁ ମାସକୁ ୧୯୦.୨୦ କୋଟି ଟଙ୍କା ଖର୍ଚ୍ଚ କରିବେ।

5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ସ୍ଥାନୀୟ ଲୋକ ମାନେ ଏହି ଯୋଜନାରେ ଅଧିକ ଲୋକଙ୍କୁ ସାମିଲ କରିବାକୁ ଅନୁରୋଧ କରିଥିଲେ। ଲୋକଙ୍କ ଆବେଦନକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ମଧୁ ବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ସଂଖ୍ୟା ବୃଦ୍ଧି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ୨୦୨୩ ଅଗଷ୍ଟରେ ଅତିରିକ୍ତ ୪.୧୩ ଲକ୍ଷ ଲୋକଙ୍କୁ ଏହି ଯୋଜନାରେ ସାମିଲ କରିଥିଲେ।

ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପ୍ରଦାନ କରିଥାନ୍ତି। ଏଥିରେ ବରିଷ୍ଠ ନାଗରିକ, ବିଧବା, ଭିନ୍ନକ୍ଷମ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ଓ ଏଡ଼ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, ଉଭୟଲିଙ୍ଗୀ, କୋଭିଡ ଅନାଥ ପିଲା ମାନେ ଏଥିରେ ସାମିଲ ହୋଇଥାନ୍ତି।

ଏହି ଯୋଜନାରେ ଛୋଟ ପିଲା ଠାରୁ ୭୯ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀ ମାନେ ମାସକୁ ୫୦୦ ଟଙ୍କା ପାଇଥାନ୍ତି। ୮୦ ବର୍ଷ ବା ଅଧିକ ବୟସର ଲୋକ ମାସକୁ ୭୦୦ ଟଙ୍କା ପାଆନ୍ତି। ଭିନ୍ନକ୍ଷମ ବ୍ୟକ୍ତିଙ୍କ କ୍ଷେତ୍ରରେ ୪୦ ରୁ ୫୯ ପ୍ରତିଶତ ଅକ୍ଷମତା ଥିବା ଲୋକ ମାସକୁ ୫୦୦ ଟଙ୍କା ପାଉଥିବା ବେଳେ ୬୦ ପ୍ରତିଶତ ବା ଅଧିକ ଅକ୍ଷମତା ଥିବା ବ୍ୟକ୍ତି ୭୦୦ ଟଙ୍କା ପାଆନ୍ତି। ୬୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ୮୦ ବର୍ଷ ବୟସରୁ ଉର୍ଦ୍ଧ୍ ଲୋକଙ୍କୁ ମାସିକ ୯୦୦ ଟଙ୍କା ମିଳିଥାଏ।

ବାର୍ଦ୍ଧକ୍ୟ ଭତ୍ତା ବିଧବା ଭତ୍ତା
Share. Facebook Twitter LinkedIn Email WhatsApp Copy Link

Related Posts

ଏନ୍‌ଏସ୍‌ଏପି ଅବଧି ୫ ବର୍ଷ ବୃଦ୍ଧି

October 14, 2026

Netflixରେ ଛଟେଇ ଝଡ଼! ୧୦୦୦ କର୍ମଚାରୀଙ୍କ ଚାକିରି ଉପରେ ବିପଦ

October 14, 2026

ସାମ୍ବାଦିକ ଅଧିକୃତୀକରଣ କମିଟି ଗଠନ ପାଇଁ ପ୍ରେସ୍ କାଉନସିଲ୍‌ର ନିର୍ଦ୍ଦେଶ

October 14, 2026

ଓଡ଼ିଶା ପୋଲିସ ଚାକିରି ଆଶାୟୀଙ୍କ ପାଇଁ ଖବର, ୨୯ ତାରିଖ ସୁଦ୍ଧା ଶେଷ କରନ୍ତୁ ଏହି କାମ

October 14, 2026
Latest News

ଏନ୍‌ଏସ୍‌ଏପି ଅବଧି ୫ ବର୍ଷ ବୃଦ୍ଧି

October 14, 2026

Netflixରେ ଛଟେଇ ଝଡ଼! ୧୦୦୦ କର୍ମଚାରୀଙ୍କ ଚାକିରି ଉପରେ ବିପଦ

October 14, 2026

ସାମ୍ବାଦିକ ଅଧିକୃତୀକରଣ କମିଟି ଗଠନ ପାଇଁ ପ୍ରେସ୍ କାଉନସିଲ୍‌ର ନିର୍ଦ୍ଦେଶ

October 14, 2026

ଓଡ଼ିଶା ପୋଲିସ ଚାକିରି ଆଶାୟୀଙ୍କ ପାଇଁ ଖବର, ୨୯ ତାରିଖ ସୁଦ୍ଧା ଶେଷ କରନ୍ତୁ ଏହି କାମ

October 14, 2026

ଜ୍ଞାନେଶ କୁମାରଙ୍କୁ ଟାର୍ଗେଟ୍ କଲେ ପ୍ରଶାନ୍ତ କିଶୋର, ନିର୍ବାଚନ କମିଶନଙ୍କ ଭୂମିକା ଉପରେ ପ୍ରଶ୍ନ

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.