Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପ୍ରଥମ ଥର ଓଡିଆ ଓ ଅନ୍ୟ ଭାଷାରେ ହେବ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀର କନେଷ୍ଟବଳ ନିଯୁକ୍ତି ପରୀକ୍ଷା
ଜାତୀୟ ଖବର

ପ୍ରଥମ ଥର ଓଡିଆ ଓ ଅନ୍ୟ ଭାଷାରେ ହେବ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀର କନେଷ୍ଟବଳ ନିଯୁକ୍ତି ପରୀକ୍ଷା

February 11, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
CASF
ପ୍ରଥମ ଥର ଓଡିଆ ଓ ଅନ୍ୟ ଭାଷାରେ ହେବ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀର କନେଷ୍ଟବଳ ନିଯୁକ୍ତି ପରୀକ୍ଷା

ନୂଆଦିଲ୍ଲୀ: ପ୍ରଥମ ଥର ପାଇଁ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ (ସିଏପିଏଫ)ରେ କନେଷ୍ଟବଳ (ଜିଡି) ନିଯୁକ୍ତି ପାଇଁ ପରୀକ୍ଷା ହିନ୍ଦୀ ଓ ଇଂରାଜୀ ବ୍ୟତୀତ ୧୩ ଟି ଆଞ୍ଚଳିକ ଭାଷାରେ ଅନୁଷ୍ଠିତ ହେବ। ଫେବ୍ରୁଆରି ୨୦ ରୁ ମାର୍ଚ୍ଚ ୭, ୨୦୨୪ ପର୍ଯ୍ୟନ୍ତ ଦେଶର ୧୨୮ ଟି ସହରରେ ପ୍ରାୟ ୪୮ ଲକ୍ଷ ପରୀକ୍ଷାର୍ଥୀଙ୍କ ପାଇଁ ଏହି ପରୀକ୍ଷା ଅନୁଷ୍ଠିତ ହେବ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ମାର୍ଗଦର୍ଶନରେ ଗୃହ ମନ୍ତ୍ରଣାଳୟ ୨୦୨୪ ଜାନୁଆରୀ ୧ରୁ ହିନ୍ଦୀ ଏବଂ ଇଂରାଜୀ ବ୍ୟତୀତ ୧୩ଟି ଆଞ୍ଚଳିକ ଭାଷାରେ ସିଏପିଏଫରେ ନିଯୁକ୍ତି ପାଇଁ କନଷ୍ଟେବଳ (ଜେନେରାଲ ଡ୍ୟୁଟି) ପରୀକ୍ଷା ଆୟୋଜନ କରିବାକୁ ନିଷ୍ପତ୍ତି ନେଇଥିଲେ । କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀରେ ସ୍ଥାନୀୟ ଯୁବକମାନଙ୍କ ଅଂଶଗ୍ରହଣ ବୃଦ୍ଧି ଏବଂ ଆଞ୍ଚଳିକ ଭାଷାକୁ ପ୍ରୋତ୍ସାହିତ କରିବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ଉଦ୍ୟମରେ ଏହି ଐତିହାସିକ ନିଷ୍ପତ୍ତି ନିଆଯାଇଛି।

କନଷ୍ଟେବଳ (ଜେନେରାଲ ଡ୍ୟୁଟି) ପରୀକ୍ଷାର ପ୍ରଶ୍ନପତ୍ର ଏବେ ହିନ୍ଦୀ ଓ ଇଂରାଜୀ ବ୍ୟତୀତ ନିମ୍ନଲିଖିତ ୧୩ଟି ଆଞ୍ଚଳିକ ଭାଷାରେ ପ୍ରସ୍ତୁତ ହେବ।

୧. ଆସାମୀ

୨. ବଙ୍ଗଳା

୩. ଗୁଜରାଟୀ

୪. ମରାଠୀ

୫. ମାଲାୟାଲମ୍

୬. କନ୍ନଡ

୭. ତାମିଲ

୮. ତେଲୁଗୁ

୯. ଓଡ଼ିଆ

୧୦. ଉର୍ଦ୍ଦୁ

୧୧. ପଞ୍ଜାବୀ

୧୨. ମଣିପୁରୀ

୧୩. କୋଙ୍କଣୀ

ଷ୍ଟାଫ୍ ସିଲେକ୍ସନ କମିଶନ (ଏସଏସସି) ଦ୍ୱାରା ପରିଚାଳିତ କନଷ୍ଟେବଳ ଜିଡି ପରୀକ୍ଷା ହେଉଛି ଦେଶର ଲକ୍ଷ ଲକ୍ଷ ଯୁବକଙ୍କୁ ଆକୃଷ୍ଟ କରୁଥିବା ଏକ ପ୍ରମୁଖ ପରୀକ୍ଷା । ତେଣୁ ହିନ୍ଦୀ ଓ ଇଂରାଜୀ ବ୍ୟତୀତ ଉପରୋକ୍ତ ୧୩ ଟି ଆଞ୍ଚଳିକ ଭାଷାରେ ପରୀକ୍ଷା ଆୟୋଜନ ପାଇଁ ଗୃହ ମନ୍ତ୍ରଣାଳୟ ଓ କର୍ମଚାରୀ ଚୟନ ଆୟୋଗ ଏକ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି। ସେହି ଅନୁଯାୟୀ ଇଂରାଜୀ ଓ ହିନ୍ଦୀ ବ୍ୟତୀତ ଅନ୍ୟ ୧୩ଟି ଆଞ୍ଚଳିକ ଭାଷାରେ କନଷ୍ଟେବଳ (ଜିଡି) ପରୀକ୍ଷା, ୨୦୨୪ ଆୟୋଜନ ପାଇଁ ଏସଏସସି ବିଜ୍ଞପ୍ତି ଜାରି କରିଛି।

ଏହି ନିଷ୍ପତ୍ତି ଫଳରେ ଲକ୍ଷ ଲକ୍ଷ ଯୁବକ ନିଜ ମାତୃଭାଷା / ଆଞ୍ଚଳିକ ଭାଷାରେ ପରୀକ୍ଷାରେ ଅଂଶଗ୍ରହଣ କରିବା ସହ ସେମାନଙ୍କ ଚୟନ ସମ୍ଭାବନାରେ ଉନ୍ନତି ଆଣିବେ। ଫଳରେ ସମଗ୍ର ଦେଶରେ ପ୍ରାର୍ଥୀଙ୍କ ମଧ୍ୟରେ ଏହି ପରୀକ୍ଷାର ପହଂଚ ବୃଦ୍ଧି ପାଇବ ଏବଂ ସମସ୍ତଙ୍କୁ ରୋଜଗାର ପାଇଁ ସମାନ ସୁଯୋଗ ମିଳିବ ।

କେନ୍ଦ୍ର ସରକାରଙ୍କ ଏହି ପଦକ୍ଷେପ ଦ୍ୱାରା ସାରା ଦେଶର ଯୁବକମାନେ ନିଜ ମାତୃଭାଷାରେ ଷ୍ଟାଫ ସିଲେକ୍ସନ କମିଶନ ଦ୍ୱାରା ପରିଚାଳିତ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀରେ କନଷ୍ଟେବଳ (ଜେନେରାଲ ଡ୍ୟୁଟି) ପରୀକ୍ଷାରେ ଭାଗ ନେଇ ଦେଶ ସେବାରେ କ୍ୟାରିୟର ଗଢ଼ିବାର ସୁବର୍ଣ୍ଣ ସୁଯୋଗ ପାଇଛନ୍ତି ।

କନେଷ୍ଠବଳ ନିଯୁକ୍ତି ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ସମଗ୍ର ଓଡ଼ିଶାରେ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ: ସ୍ଵ-ଗଣନା ପୋର୍ଟାଲରେ ଏଭଳି କରନ୍ତୁ ନିଜକୁ ସାମିଲ

April 13, 2026

ଯୁଦ୍ଧ ଯୋଗୁଁ ବିଶ୍ୱ ଇନ୍ଧନ ବଜାର ପ୍ରଭାବିତ: କିପରି ରହିଛି ଓଡିଶାରେ ଘରୋଇ ଏଲପିଜି ଯୋଗାଣ ବ୍ୟବସ୍ଥା?

April 13, 2026

‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

April 13, 2026

ଶେଷ ହେବ ତେଲ ଏବଂ ଏଲପିଜି ସଙ୍କଟ!: ଓଡ଼ିଶା ଓ ଗୁଜୁରାଟରେ ପହଞ୍ଚିଲା ଦୁଇଟି ବଡ଼ ଟ୍ୟାଙ୍କର୍

April 13, 2026
Latest News

ସମଗ୍ର ଓଡ଼ିଶାରେ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ: ସ୍ଵ-ଗଣନା ପୋର୍ଟାଲରେ ଏଭଳି କରନ୍ତୁ ନିଜକୁ ସାମିଲ

April 13, 2026

ନୂଆ ଅବକାରୀ ନୀତି କାର୍ଯ୍ୟକାରୀ ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

April 13, 2026

ବାଲୁଗାଁ ମହାବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 13, 2026

ଯୁଦ୍ଧ ଯୋଗୁଁ ବିଶ୍ୱ ଇନ୍ଧନ ବଜାର ପ୍ରଭାବିତ: କିପରି ରହିଛି ଓଡିଶାରେ ଘରୋଇ ଏଲପିଜି ଯୋଗାଣ ବ୍ୟବସ୍ଥା?

April 13, 2026

ଗୋଦାବରୀଶ ମହାବିଦ୍ୟାଳୟ ରୋଭର ଓ ରେଞ୍ଜର ମାନଙ୍କ ଜଳ ବଣ୍ଟନ କାର୍ଯ୍ୟକ୍ରମ

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.