Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେନ୍ଦୁପତ୍ର ତୋଳାଳୀଙ୍କୁ ମିଳିବ ୫୦ ପ୍ରତିଶତ ବୋନସ୍‌
ଜାତୀୟ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେନ୍ଦୁପତ୍ର ତୋଳାଳୀଙ୍କୁ ମିଳିବ ୫୦ ପ୍ରତିଶତ ବୋନସ୍‌

February 11, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେନ୍ଦୁପତ୍ର ତୋଳାଳୀଙ୍କୁ ମିଳିବ ୫୦ ପ୍ରତିଶତ ବୋନସ୍‌

ଭୁବନେଶ୍ଵର:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁ ପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ କେତେକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ଅନୁଯାୟୀ କେନ୍ଦୁ ପତ୍ର ତୋଳାଳୀମାନଙ୍କୁ ଚଳିତ ଫସଲ ଋତୁ ପାଇଁ ୫୦ ପ୍ରତିଶତ ବୋନସ୍‌ ମିଳିବ। ଏହି ବୋନସ୍ ପରିମାଣ ଗତ ବର୍ଷଠାରୁ ଦୁଇ ଗୁଣ ଅଟେ। ଏହା ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧା ଜମା ହେବ। ସେହିପରି କେନ୍ଦୁ ପତ୍ର ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ ପାଇଁ ୧୦ ପ୍ରତିଶତ incentive ର ବ୍ୟବସ୍ଥା କରାଯାଇଛି। ସାମୟିକ କର୍ମଚାରୀଙ୍କୁ ଏକ ମାସ ଅଧିକ କାମ ଦିଆଯିବ.

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କେନ୍ଦୁ ପତ୍ର ପ୍ରତି ବିଡା ମୂଲ୍ୟରେ ବୃଦ୍ଧି ଘୋଷଣା କରିଛନ୍ତି। କୋଡିଏ ପତ୍ର ବିଶିଷ୍ଟ ବିଡାର ମୂଲ୍ୟ ୧ ଟଙ୍କା ୪୦ ପଇସାରୁ 1 ଟଙ୍କା ୬୦ ପଇସାକୁ ବୃଦ୍ଧି କରାଯାଇଛି। ସେହିପରି ଚାଳିଶ ପତ୍ର ବିଶିଷ୍ଟ ବିଡାର ମୂଲ୍ୟ ୨ ଟଙ୍କା ୮୦ ପଇସାରୁ ୩ ଟଙ୍କା ୨୦ ପଇସାକୁ ବୃଦ୍ଧି କରାଯାଇଛି ।

ସୂଚନାଯୋଗ୍ୟ ଯେ ସାମୟିକ କର୍ମଚାରୀ ମାନଙ୍କ ମଜୁରୀ ସଂଶୋଧନ ପ୍ରସ୍ତାବକୁ ମଧ୍ୟ ସରକାର ଗ୍ରହଣ କରିଛନ୍ତି। ସେମାନଙ୍କର T.A. ଓ Cycle Allowance ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। କେନ୍ଦୁପତ୍ର ତୋଳାଳି ମାନେ ୬୨ ବର୍ଷ ବୟସ ପର୍ଯ୍ୟନ୍ତ ସାମାଜିକ ସୁରକ୍ଷା ଯୋଜନାରେ ସାମିଲ ହୋଇପାରିବେ। ପୂର୍ବରୁ ଏହି ବୟସ ସୀମା ୬୦ ବର୍ଷ ଥିଲା।

ଘୋଷଣା ଅନୁଯାୟୀ ଆଗାମୀ ଅପ୍ରେଲ ମାସରୁ ଆରମ୍ଭ ହେଉଥିବା ନୂଆ ଫସଲ ଋତୁରେ କେନ୍ଦୁପତ୍ର ତୋଳାଳି ପରିବାରକୁ ଦୁଇଟି ଝିଅ ବାହାଘର ପାଇଁ ସହାୟତା ମିଳିବ। ପ୍ରତ୍ୟେକ ଝିଅ ବାହାଘର ପାଇଁ ୨୫ ହଜାର ଟଙ୍କା ଲେଖାଏଁ ସହାୟତା ମିଳିବ।
5T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ୍ ଆଜି ତାଙ୍କର ସମ୍ବଲପୁର ଜିଲ୍ଲା ଗସ୍ତ ଅବସରରେ ରେଢ଼ାଖୋଲ ସଭାରେ ମୁଖ୍ୟମନ୍ତ୍ରୀ ଙ୍କ ନିଷ୍ପତ୍ତି ବିଷୟରେ ସୂଚନା ଦେଇଥିଲେ .ଏବଂ ମୁଖ୍ୟମନ୍ତ୍ରୀଙ୍କ ଏ ସମ୍ପର୍କୀତ video message ବଜାଇ ଶୁଣାଇଥିଲେ

ସୂଚନାଯୋଗ୍ୟ ଯେ କେନ୍ଦୁପତ୍ର ହିତାଧିକାରୀମାନଙ୍କ ମଧ୍ୟରୁ ଶତକଡା ୮୦ ଭାଗ ମହିଳା ଅଟନ୍ତି ଏବଂ ୯୫ ପ୍ରତିଶତରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ମୁଖ୍ୟତଃ ଅନୁସୂଚିତ ଜାତି, ଜନଜାତି ଓ ଅନ୍ୟାନ୍ୟ ପଛୁଆ ବର୍ଗର ଅଟନ୍ତି।

କେନ୍ଦୁ ପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହିସବୁ ପଦକ୍ଷେପ ଦ୍ବାରା ପ୍ରାୟ ୯ ଲକ୍ଷ କେନ୍ଦୁପତ୍ର ତୋଳାଳି, ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀ ଉପକାର ପାଇବେ ଏବଂ ରାଜ୍ୟ ସରକାର ଏଥିପାଇଁ ୧୫୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିବେ ।

କେନ୍ଦୁପତ୍ର କେନ୍ଦୁପତ୍ର ତୋଳାଳୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

“ଦିଲ୍ଲୀରେ ବଡ଼ ପ୍ରତିବାଦ କରିବ ଇଣ୍ଡିଆ ମେଣ୍ଟ”: କେସି ଭେନୁଗୋପାଳ

October 10, 2026

ରେଭେନ୍ସା ନିର୍ବାଚନ ବିବାଦ: ନାମାଙ୍କନ ନାକଚକୁ ନେଇ ଛାତ୍ରଛାତ୍ରୀଙ୍କ ଧାରଣା

October 10, 2026

“ମୁଁ ଅଯୋଧ୍ୟାରୁ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ”: ଅଖିଳେଶଙ୍କ ଚ୍ୟାଲେଞ୍ଜକୁ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ଯୋଗୀ!

October 10, 2026

କାର ସହ ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

October 10, 2026
Latest News

“ଦିଲ୍ଲୀରେ ବଡ଼ ପ୍ରତିବାଦ କରିବ ଇଣ୍ଡିଆ ମେଣ୍ଟ”: କେସି ଭେନୁଗୋପାଳ

October 10, 2026

ରେଭେନ୍ସା ନିର୍ବାଚନ ବିବାଦ: ନାମାଙ୍କନ ନାକଚକୁ ନେଇ ଛାତ୍ରଛାତ୍ରୀଙ୍କ ଧାରଣା

October 10, 2026

“ମୁଁ ଅଯୋଧ୍ୟାରୁ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ”: ଅଖିଳେଶଙ୍କ ଚ୍ୟାଲେଞ୍ଜକୁ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ଯୋଗୀ!

October 10, 2026

କାର ସହ ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

October 10, 2026

କାହିଁକି ବନ୍ଦ ହେଲା ମେଟ୍ରୋ ଷ୍ଟେସନ ଏବଂ ଟ୍ରେନ?: ଆସନ୍ତାକାଲି ସୁପ୍ରିମକୋର୍ଟରେ ଶୁଣାଣି

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.