Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସରସ୍ବତୀ ପୂଜାରେ କଲେଜ ପିଲାଙ୍କ ପାଇଁ ପାଣ୍ଡିଆନଙ୍କ ଘୋଷଣା, ମିଳିବ ୧୦ ହଜାର ଟଙ୍କା ଓ ମ୍ୟାଜିକ କାର୍ଡ
ଜାତୀୟ ଖବର

ସରସ୍ବତୀ ପୂଜାରେ କଲେଜ ପିଲାଙ୍କ ପାଇଁ ପାଣ୍ଡିଆନଙ୍କ ଘୋଷଣା, ମିଳିବ ୧୦ ହଜାର ଟଙ୍କା ଓ ମ୍ୟାଜିକ କାର୍ଡ

February 13, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ଯାଜପୁର ଜିଲ୍ଲା ଗସ୍ତ କରି ‘ନୂଆ-ଓ’ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇ ସେ କହିଥିଲେ ଯେ, ରାଜ୍ୟ କ୍ୟାବିନେଟରେ ‘ନୂଆ-ଓ ଛାତ୍ରବୃତ୍ତି’ ଯୋଜନା ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।

ଏହି ଯୋଜନାରେ ଓଡ଼ିଶା ସରକାରଙ୍କ ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ, ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସରକାରୀ ଅନୁଦାନପ୍ରାପ୍ତ ଓ ଅଣଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ସଂସ୍କୃତ ମହାବିଦ୍ୟାଳୟରେ ପଢୁଥିବା ଛାତ୍ରଛାତ୍ରୀ ବୃତ୍ତି ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ।

ଏହି ଯୋଜନାରେ ଛାତ୍ର ମାନଙ୍କୁ ୯ ହଜାର ଟଙ୍କା ଓ ଛାତ୍ରୀମାନଙ୍କୁ ୧୦ ହଜାର ଟଙ୍କାର ବାର୍ଷିକ ବୃତ୍ତି ଯୋଗାଇ ଦିଆଯିବ। ସେହିପରି ଏସସି/ଏସଟି ତଥା ନିର୍ମାଣ ଶ୍ରମିକଙ୍କ ପୁଅ ମାନଙ୍କୁ ୧୦ହଜାର ଟଙ୍କା ଓ ଝିଅ ମାନଙ୍କୁ ୧୧ ହଜାର ଟଙ୍କାର ବାର୍ଷିକ ଛାତ୍ରବୃତ୍ତି ଯୋଗାଇ ଦିଆଯିବାର ବ୍ୟବସ୍ଥା ହୋଇଛି ବୋଲି ସେ ସୂଚନା ଦେଇଥିଲେ ।

ସ୍ଥାୟୀ ସରକାରୀ ଚାକିରିଆ ଅଥବା ଆୟକର ଦେଉଥିବା ଶ୍ରେଣୀର ବ୍ୟକ୍ତିବିଶେଷଙ୍କ ପିଲାମାନେ ଏହି ଯୋଜନା ଅନୁଯାୟୀ ଯୋଗ୍ୟ ବିବେଚିତ ହେବେ ନାହିଁ ବୋଲି ସେ କହିଥିଲେ।

ସେ ଆହୁରି ମଧ୍ୟ କହିଥିଲେ ଯେ ଚଳିତ ଶିକ୍ଷାବର୍ଷର ‘ନୂଆ -ଓ ଛାତ୍ରବୃତ୍ତି’ ଟଙ୍କା ଯୋଗ୍ୟ ଛାତ୍ରଛାତ୍ରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଫେବୃଆରୀ ୨୦ ତାରିଖରୁ ମାସ ଶେଷ ସୁଦ୍ଧା ସିଧାସଳଖ ହସ୍ତାନ୍ତର କରାଯିବ । ମୁଖ୍ୟମନ୍ତ୍ରୀଙ୍କ ନୂଆ ଓଡ଼ିଶାର ସ୍ଵପ୍ନକୁ ବାସ୍ତବ ରୂପାୟନ ଓ ଯୁବ ସଶକ୍ତିକରଣ କ୍ଷେତ୍ରରେ ଏହା ଏକ ନୂଆ ଅଧ୍ୟାୟ ସୃଷ୍ଟି କରିବ ବୋଲି ସେ କହିଥିଲେ।

ଏଥି ପାଇଁ ଆସନ୍ତା ଶିକ୍ଷା ବର୍ଷରୁ ୩୦୦ କୋଟି ଟଙ୍କା କର୍ପସ ଫଣ୍ଡ ସହିତ ଏକ ପାଣ୍ଠି ଗଠନ କରାଯିବ ଏବଂ ଶିକ୍ଷା ତଥା ବିଭିନ୍ନ co-curricular activities ରେ ଉତ୍କର୍ଷ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଏହି ପାଣ୍ଠିରୁ ଉଚ୍ଚ ବୃତ୍ତି ରାଶି ପ୍ରଦାନ କରାଯିବ।

ଲାଗୁ ହେବ ‘ନୂଆ- ଓ ମ୍ୟାଜିକ ସ୍ମାର୍ଟ କାର୍ଡ’

ଅଗଷ୍ଟ ମାସ ସୁଦ୍ଧା ‘ନୂଆ- ଓ ମ୍ୟାଜିକ ସ୍ମାର୍ଟ କାର୍ଡ’ ସମସ୍ତ ଯୋଗ୍ୟ ଛାତ୍ରଛାତ୍ରୀଙ୍କୁ ଦିଆଯିବ । ଯେଉଁଥିରେ ଛାତ୍ରଛାତ୍ରୀ ବସ, ଟ୍ରେନରେ ଯାତ୍ରା ସମୟରେ ଫ୍ରି ୱାଇଫାଇ, ଅନଲାଇନ କୋର୍ସ, ସ୍କିଲ ଡେଭେଲପମେଣ୍ଟ, କୋଚିଂ ପ୍ରୋଗ୍ରାମରେ ଯୋଗଦେବା ପାଇଁ ବିଶେଷ ସୁବିଧା ପାଇ ପାରିବେ ବୋଲି ମଧ୍ୟ ସେ କହିଥିଲେ ।

ଶ୍ରୀ ପାଣ୍ଡିଆନ ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କୁ କହିଥିଲେ ଯେ ଏହା ମାଧ୍ୟମରେ ଛାତ୍ରଛାତ୍ରୀମାନେ ସଶକ୍ତ ହେବା ପାଇଁ ନୂଆ ଯୁଗ ଆରମ୍ଭ ହେବ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱପ୍ନର ନବୀନ ଓଡିଶା ଗଠନର ସାକାରରେ ଏହା ସହାୟତା କରିବ। ଶ୍ରୀ ପାଣ୍ଡିଆନ ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କୁ ବଡ ସ୍ୱପ୍ନ ଦେଖ ଓ ଏହାକୁ ସାକାର କରିବା ପାଇଁ କଠିନ ପରିଶ୍ରମ କରିବା ପାଇଁ ପ୍ରେରଣାଦାୟୀ ଆହ୍ୱାନ ଦେଇଥିଲେ।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାରଙ୍କ ଏହି ‘ନୂଆ-ଓ ଛାତ୍ରବୃତ୍ତି’ ଯୋଜନାରେ ରାଜ୍ୟର ସ୍ନାତକ ଶ୍ରେଣୀର ୪.୫ ଲକ୍ଷ ଛାତ୍ରଛାତ୍ରୀ ଓ ସ୍ନାତକୋତ୍ତର ଶ୍ରେଣୀର ୩୨ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ।

Nua-O କାର୍ତ୍ତିକ ପାଣ୍ଡିଆନ ଛାତ୍ରବୃତ୍ତି ନୂଆ -ଓ ନୂଆ-ଓ ନବୀନ ଓଡ଼ିଶା
Share. Facebook Twitter LinkedIn Email WhatsApp Copy Link

Related Posts

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026
Latest News

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.