Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବୁଣାକାର ଓ କାରିଗରଙ୍କ ପାଇଁ ନବୀନଙ୍କ ବଡ ଘୋଷଣା, ପାଇବେ ମାସିକ ୨୦୦୦ ଟଙ୍କା ସହାୟତା
ଜାତୀୟ ଖବର

ବୁଣାକାର ଓ କାରିଗରଙ୍କ ପାଇଁ ନବୀନଙ୍କ ବଡ ଘୋଷଣା, ପାଇବେ ମାସିକ ୨୦୦୦ ଟଙ୍କା ସହାୟତା

February 14, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link
Naveen2
ବୁଣାକାର ଓ କାରିଗରମାନଙ୍କ ନବୀନଙ୍କ ବଡ ଘୋଷଣା, ପାଇବେ ମାସିକ ୨୦୦୦ ଟଙ୍କା ସହାୟତା

ଭୁବନେଶ୍ବର: ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତ ଶିଳ୍ପ କାରିଗର ମାନଙ୍କ ପାଇଁ ଖୁସି ଖବର। ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନୂଆ ଯୋଜନା । ‘ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା’।

ଏହି ଯୋଜନାରେ ୪୦ ବର୍ଷରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ମହିଳା ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର, ଏବଂ ୫୦ ରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ପୁରୁଷ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର ମାନଙ୍କୁ ମାସିକ ୨୦୦୦ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ।

୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ବରିଷ୍ଠ ହସ୍ତଶିଳ୍ପ କାରିଗରମାନଙ୍କୁ (ଉଭୟ ମହିଳା ଓ ପୁରୁଷ) ମାସିକ ୨୫୦୦ ଟଙ୍କାର ଆର୍ଥିକ ସହାୟତା ଯୋଗାଇଦିଆଯିବ ।

ସୂଚନା ଯୋଗ୍ୟ ଯେ ରାଜ୍ୟର ବୁଣାକାର ଓ ହସ୍ତଶିଳ୍ପ କାରିଗର ମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ବିଭିନ୍ନ ଦକ୍ଷତା ବିକାଶ ଓ କଲ୍ୟାଣ ମୂଳକ ଯୋଜନା କାର୍ଯ୍ୟକାରୀ କରିଆସୁଛନ୍ତି । ରାଜ୍ୟର ସମୃଦ୍ଧ ଐତିହ୍ୟର ପ୍ରଦର୍ଶନ ଏବଂ ସଂରକ୍ଷଣ ପାଇଁ ବୁଣାକାର ଓ ହସ୍ତ ଶିଳ୍ପ କାରିଗର ମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି ।

ରାଜ୍ୟରେ ୧,୨୫,୦୦୦ ରୁ ଅଧିକ ବୁଣାକାର ତଥା ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଥିବା ବେଳେ ୧,୫୦,୦୦୦ ରୁ ଅଧିକ ହସ୍ତଶିଳ୍ପ କାରିଗର ଅଛନ୍ତି।  ତେବେ, ପରିଣତ ବୟସରେ ବୁଣାକାର ମାନଙ୍କ ସହାୟତା ପାଇଁ ରାଜ୍ୟ ସରକାରଙ୍କ “ବରିଷ୍ଠ ବୁଣାକାର ସହାୟତା ଯୋଜନା “ ଥିବା ବେଳେ ବରିଷ୍ଠ ହସ୍ତ ଶିଳ୍ପ କାରିଗର ମାନଙ୍କ ପାଇଁ କୌଣସି ଯୋଜନା ନାହିଁ।

ବୁଣାକାର ମାନେ ୬୦ ରୁ ୮୦ ବର୍ଷ ବୟସ ମଧ୍ୟରେ ମାସିକ ୫୦୦ ଟଙ୍କାର ସହାୟତା ପାଉଥିବା ବେଳେ ୮୦ ବର୍ଷ ବଯସରୁ ଅଧିକ ବୟସରେ ମାସିକ ୭୦୦ ଟଙ୍କାର ସହାୟତା ପାଉଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳର ବୁଣାକାର ଓ ହସ୍ତଶିଳ୍ପ କାରିଗରମାନେ ଏ ସମ୍ପର୍କରେ ଅନୁରୋଧ କରିଥିଲେ। ଏହି ଅନୁରୋଧକୁ ବିଚାରକୁ ନେଇ ରାଜ୍ୟ ସରକାର ରାଜ୍ୟର ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର ମାନଙ୍କର କଲ୍ଯାଣ ନିମନ୍ତେ ଏକ ନୂତନ ଯୋଜନା “ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା“ ପ୍ରଣୟନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

ଏହି ଯୋଜନାରେ ଯୋଗ୍ୟ ବିବେଚିତ ହେବାପାଇଁ ନିମ୍ନଲିଖିତ ଯୋଗ୍ୟତା ଥିବା ଆବଶ୍ୟକ।

କ ) ହିତାଧିକାରୀଙ୍କ ନାମ ବୟନଶିଳ୍ପ ନିର୍ଦ୍ଦେଶକ ଓ ହସ୍ତଶିଳ୍ପ ନିର୍ଦ୍ଦେଶକ ଙ୍କ ଦ୍ଵାରା କରାଯାଇଥିବା ସର୍ବେକ୍ଷଣ ତାଲିକା ରେ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର ଭାବରେ ପଞ୍ଜିକୃତ ହୋଇଥିବ ।

ଖ ) ତାଙ୍କର ପରିବାରର ବାର୍ଷିକ ଆୟ ୧ ଲକ୍ଷ ଟଙ୍କା ରୁ ଉର୍ଦ୍ଧ୍ବ ହୋଇନଥିବ I

ଗ) ରାଜ୍ୟ ସରକାର କିମ୍ବା କେନ୍ଦ୍ର ସରକାର ଙ୍କ ଦ୍ଵାରା କୌଣସି ଅନୁରୂପ ଯୋଜନାର ଲାଭାର୍ଥୀ ହୋଇନଥିବେ I

ଘ) ହିତାଧିକାରୀ ସରକାରୀ କର୍ମଚାରୀ, ଆୟକରଦାତା କିମ୍ବା କେନ୍ଦ୍ର ଅଥବା ରାଜ୍ୟ ସରକାରଙ୍କ ପେନସନଭୋଗୀ ହୋଇନଥିବେ I

ଙ) ଗୋଟିଏ ପରିବାରରୁ ଜଣେ ମାତ୍ର ଏହି ଯୋଜନାରେ ଲାଭ ପାଇପାରିବେ।

ଚ) ଏହି ଯୋଜନାର ସହାୟତା ରାଶି ଯୋଗ୍ୟ ବିବେଚିତ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର ମାନଙ୍କ ଆଧାର ସଂଯୁକ୍ତ ବ୍ଯାଙ୍କ ସଞ୍ଚୟ ଖାତାକୁ ସିଧା ସଳଖ ଡିବିଟି ଦ୍ଵାରା ପ୍ରଦାନ କରାଯିବ I

୬. ଏହି ଯୋଜନା ହସ୍ତତନ୍ତ , ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ଵାରା କାର୍ଯ୍ୟକାରୀ କରାଯିବ ।

ଏଥିନିମନ୍ତେ ଆବଶ୍ଯକୀୟ ମାର୍ଗଦର୍ଶିକା ବିଭାଗ ତରଫରୁ ଜାରି କରାଯିବ।

ବରିଷ୍ଠ ବୁଣାକାର ସହାୟତା ଯୋଜନାରେ ସହାୟତା ପାଉଥିବା ହିତାଧିକାରୀ ମାନଙ୍କୁ ବର୍ଦ୍ଧିତ ହାରରେ ସହାୟତା ରାଶି ଫେବୃଆରୀ ମାସ ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରଦାନ କରାଯିବ।

ପରବର୍ତ୍ତୀ ସମୟରେ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗରମାନଙ୍କ ମଧ୍ୟରୁ ଉପଯୁକ୍ତ ହିତାଧିକାରୀ ଚୟନ କରାଯାଇ ସହାୟତା ରାଶି ଯଥାଶୀଘ୍ର ପ୍ରଦାନ କରାଯିବ।

NaveenPatnaik କାରିଗର ନବୀନ ପଟ୍ଟନାୟକ ବୁଣାକାର ହସ୍ତଶିଳ୍ପୀ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026
Latest News

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.