Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ତାମିଲନାଡୁର ବାଣ କାରଖାନାରେ ବିସ୍ଫୋରଣରେ ଆଠ ମୃତ: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ
ଜାତୀୟ ଖବର

ତାମିଲନାଡୁର ବାଣ କାରଖାନାରେ ବିସ୍ଫୋରଣରେ ଆଠ ମୃତ: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ

February 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିରୁଦ୍ଧନଗର (ତାମିଲନାଡୁ): ଆଜି ତାମିଲନାଡୁର ବିରୁଦ୍ଧନଗରର ବାଣ କାରଖାନାରେ ବିସ୍ଫୋରଣରେ ଅତି କମରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି। ପୋଲିସ ଏହି ସୂଚନା ଦେଇଛି। ପ୍ରାଥମିକ ଅନୁସନ୍ଧାନର ଉଦ୍ଧେଶ୍ୟରେ ପୋଲିସ କହିଛି ଯେ, ମୃତକଙ୍କ ମଧ୍ୟରେ ମହିଳା ମଧ୍ୟ ସାମିଲ ଅଛନ୍ତିଏବଂ ବିସ୍ଫୋରଣର କାରଣ ଖୋଜା ଯାଉଛି।

ଅଗ୍ନିଶମ ବିଭାଗର ଅଧିକାରୀଙ୍କ କହିବାନୁସାରେ, “ବିରୁଦ୍ଧନଗର ଜିଲ୍ଲାର ଏକ ବାଣ କାରଖାନାରେ ବିସ୍ଫୋରଣରେ ୮ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି। ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ।”

ଏହି ଦୁର୍ଘଟଣା ସମ୍ପର୍କରେ ପିଏମ ମୋଦୀ ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, “ମୁଁ ଆହତଙ୍କ ଶୀଘ୍ର ଏବଂ ସମ୍ପୂର୍ଣ୍ଣ ଆରୋଗ୍ୟ କାମନା କରୁଛି। ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯିବ।”

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି ଯେ, ତାମିଲନାଡୁର ବିରୁଦ୍ଧନଗର ଜିଲ୍ଲାର ଏକ ବାଣ କାରଖାନାରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଖବର ଶୁଣି ସେ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ହୃଦୟରୁ ସମବେଦନା ଜଣାଉଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି।

Draupadi Murmu narendra modi tamilanadu
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026
Latest News

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.