Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡିଶାରୁ ଆରମ୍ଭ ହେବ ଟିକା ଉତ୍ପାଦନ, ଭୁବନେଶ୍ବରର ସାପିଜେନ୍‌ ବାୟୋଲଜିକ୍ସ ପରିଦର୍ଶନ କଲେ ପାଣ୍ଡିଆନ
ଜାତୀୟ ଖବର

ଓଡିଶାରୁ ଆରମ୍ଭ ହେବ ଟିକା ଉତ୍ପାଦନ, ଭୁବନେଶ୍ବରର ସାପିଜେନ୍‌ ବାୟୋଲଜିକ୍ସ ପରିଦର୍ଶନ କଲେ ପାଣ୍ଡିଆନ

February 18, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡିଶାରୁ ଆରମ୍ଭ ହେବ ଟିକା ଉତ୍ପାଦନ, ଭୁବନେଶ୍ବରର ସାପିଜେନ୍‌ ବାୟୋଲଜିକ୍ସ ପରିଦର୍ଶନ କଲେ ପାଣ୍ଡିଆନ

ଭୁବନେଶ୍ବର: ଆଜି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି. କାର୍ତ୍ତିକ ପାଣ୍ଡିଆନ୍‌ ଭୁବନେଶ୍ୱର ଅନ୍ଧାରୁଆ ବାୟୋଟେକ୍‌ ପାର୍କସ୍ଥିତ ସାପିଜେନ୍‌ ବାୟୋଲଜିକ୍ସ ଟିକା ଉତ୍ପାଦନ ପ୍ଲାଣ୍ଟ ପରିଦର୍ଶନ କରିଛନ୍ତି।

ସୂଚନାଯୋଗ୍ୟ ଯେ ଦୈନିକ ୨.୪ କୋଟି ବିଭିନ୍ନ ପ୍ରକାରର ଟିକା ଉତ୍ପାଦନକ୍ଷମତା ଥିବା ଏହି ପ୍ଲାଣ୍ଟ କାର୍ଯ୍ୟକ୍ଷମ ହେବାର ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏହି ଟିକା ଉତ୍ପାଦନ ପ୍ଲାଣ୍ଟ ଦେଶର ସର୍ବବୃହତ୍‌ ଟିକା ଉତ୍ପାଦନ ପ୍ଲାଣ୍ଟ ଭାବେ ପରିଗଣିତ ହେବ। ଶ୍ରୀ ପାଣ୍ଡିଆନ୍‌ ପ୍ଲାଣ୍ଟର ସମସ୍ତ ୟୁନିଟ୍‌ ପରିଦର୍ଶନ କରିବା ସହିତ ମ୍ୟାନେଜ୍‌ମେଣ୍ଟ ଏବଂ କର୍ମଚାରୀମାନଙ୍କ ସହ ଆଲୋଚନା କରିଥିଲେ ।

ଏହି ପ୍ଲାଣ୍ଟକୁ ଆଗାମୀ ୩ ମାସ ମଧ୍ୟରେ କାର୍ଯ୍ୟକ୍ଷମ କରିବା ପାଇଁ ସଂପୃକ୍ତ ସରକାରୀ ବିଭାଗ ଗୁଡ଼ିକ ସମସ୍ତ ପ୍ରକାର ସହଯୋଗ ଯୋଗାଇବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ।

ସୂଚନାଯୋଗ୍ୟ ଯେ ଭାରତ ବାୟୋଟେକ୍‌ ପାର୍କର ଡ. କ୍ରୀଷ୍ଣା ଏଲାଙ୍କ ତତ୍ତ୍ୱାବଧାନରେ ଏହି ପ୍ଲାଣ୍ଟ ୧୫୦୦ କୋଟି ଟଙ୍କା ପୁଂଜିନିବେଶରେ ସ୍ଥାପନ କରାଯାଉଛି।

ଏହି ଅତ୍ୟାଧୁନିକ ପ୍ଲାଣ୍ଟ ଜରିଆରେ ପ୍ରାୟ ୧୫୦୦ ପ୍ରତ୍ୟକ୍ଷ ନିଯୁକ୍ତି ସୃଷ୍ଟି ହେବ ଏବଂ ଏଥିରେ ଓଡ଼ିଶା ଲୋକଙ୍କୁ ସର୍ବାଧିକ ନିଯୁକ୍ତି ମିଳିବ। ଏହି ପ୍ଲାଣ୍ଟ କଲେରା, ମାଲେରିଆ ପରି ରୋଗ ପାଇଁ ୧୫ରୁ ଅଧିକ ପ୍ରକାର ଟିକା ପ୍ରସ୍ତୁତ କରିବା ପାଇଁ ଲକ୍ଷ୍ୟ ରଖିଛି।

ଭୁବନେଶ୍ୱରରୁ ପ୍ରସ୍ତୁତ ଏହି ଟିକାଗୁଡ଼ିକ ବିଶ୍ୱର ବିଭିନ୍ନ ସ୍ଥାନକୁ ରପ୍ତାନି କରାଯିବ ଏବଂ ଏହା ଦ୍ୱାରା ବାୟୋଟେକ୍‌ନୋଲୋଜି କ୍ଷେତ୍ରରେ ଓଡ଼ିଶାର ସୁନାମ ବୃଦ୍ଧି ହେବ। ଏହି ପ୍ରକଳ୍ପଟି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ ପ୍ରତି ଜୀବନ ମୂଲ୍ୟବାନ ନୀତି ଆଧାରରେ ସ୍ଥାପନ ହେଉଛି। ଏଠାରୁ ପ୍ରସ୍ତୁତ ଟିକା ସମଗ୍ର ବିଶ୍ୱରେ ଲକ୍ଷ ଲକ୍ଷ ଲୋକଙ୍କ ଜୀବନକୁ ସୁରକ୍ଷା ଯୋଗାଇଦେବ।

ଶ୍ରୀ ପାଣ୍ଡିଆନ୍‌ ସରକାରୀ ସ୍ତରରେ ସମସ୍ତ ସହଯୋଗ ଯୋଗାଇଦେବାର ପ୍ରତିଶୃତି ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିକଟରେ ବାୟୋଟେକ୍‌ନୋଲୋଜି ନୀତି କ୍ୟାବିନେଟ୍‌ରେ ଅନୁମୋଦନ କରିଛନ୍ତି ବୋଲି ସୂଚନା ଦେଇଥିଲେ।

ଏଭଳି ଏକ ବୃହତ୍‌ ଟିକା ପ୍ରସ୍ତୁତକାରୀ ପ୍ଲାଣ୍ଟ ସ୍ଥାପନ ହେବା ଦ୍ୱାରା ଅନ୍ୟାନ୍ୟ ବାୟୋଟେକ୍‌ନୋଲୋଜି ସଂପର୍କିତ ଉତ୍ପାଦ ପ୍ରସ୍ତୁତକାରୀ କମ୍ପାନି ଓଡ଼ିଶାର ବାୟୋଟେକ୍‌ ପାର୍କ ପ୍ରତି ଆକୃଷ୍ଟ ହେବେ ଏବଂ ଏହା ଦ୍ୱାରା ଓଡ଼ିଶାରେ ପୁଂଜିନିବେଶର ସମ୍ଭାବନା ବୃଦ୍ଧି ସହ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ଶ୍ରୀ ପାଣ୍ଡିଆନ୍‌ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

5T ଅଧ୍ୟକ୍ଷଙ୍କ ଏହି ଗସ୍ତ ସମୟରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ET&IT ବିଭାଗର ପ୍ରମୁଖ ସଚିବ ଶ୍ରୀ ମନୋଜ ମିଶ୍ର, IDCO ର MD ଶ୍ରୀ ଭୂପିନ୍ଦର ସିଂ ପୁନିଆ ପ୍ରମୂଖ ଉପସ୍ଥିତ ଥିଲେ।

Corona Vaccine କରୋନା ଟିକା କୋଭିଡ ଭ୍ୟାକ୍ସିନେଟ ବାୟୋଟେକ୍ ପାର୍କ
Share. Facebook Twitter LinkedIn Email WhatsApp Copy Link

Related Posts

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026

ଭାରତ ପାଇଁ ଆଶ୍ବସ୍ତିକର ଖବର: ହର୍ମୁଜ୍ ପାର ହୋଇ ଭାରତରେ ପହଞ୍ଚିଲା ଆଉ ଏକ ଏଲପିଜି ଟ୍ୟାଙ୍କର

May 17, 2026
Latest News

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026

ଭାରତ ପାଇଁ ଆଶ୍ବସ୍ତିକର ଖବର: ହର୍ମୁଜ୍ ପାର ହୋଇ ଭାରତରେ ପହଞ୍ଚିଲା ଆଉ ଏକ ଏଲପିଜି ଟ୍ୟାଙ୍କର

May 17, 2026

POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.