Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିଶ୍ଵ ସ୍ତରୀୟ ହେବ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର, ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

ବିଶ୍ଵ ସ୍ତରୀୟ ହେବ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର, ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

February 20, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଶ୍ଵ ସ୍ତରୀୟ ହେବ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର, ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରସ୍ଥିତ ଡକ୍ଟର ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରକୁ ବିଶ୍ବସ୍ତରୀୟ ଲାଇବ୍ରେରୀରେ ପରିଣତ କରିବାକୁ ଆଜି ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡିଶା ଖଣି ନିଗମ (ଓଏମସି)ର ମିଳିତ ଆନୁକୁଲ୍ୟରେ ଗ୍ରନ୍ଥାଳୟକୁ ରୂପାନ୍ତରିକରଣ କରିବା ପାଇଁ ଓଡ଼ିଶା ସରକାର ଏହି ପ୍ରୟାସ ଆରମ୍ଭ କରିଛନ୍ତି । ଏଥିସହ ଭୁବନେଶ୍ବରର ବାପୁଜୀନଗର ଠାରେ ଅବସ୍ଥିତ ଇଣ୍ଟିଗ୍ରେଟେଡ୍ ପବ୍ଲିକ୍ ସର୍ଭିସ ସେଣ୍ଟର (ଆଇପିଏସସି)ରେ ସନ୍ଥକବି ଭୀମଭୋଇଙ୍କ ନାମରେ ଏକ ପାଠାଗାରକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଉଦଘାଟନ କରିବା ସହ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ସହିତ ରାଜ୍ୟରେ ଗ୍ରନ୍ଥାଗାର ଅଭିଯାନ ଆରମ୍ଭ ହେଲା। ରାଜ୍ୟର ସବୁ ସ୍ଥାନରେ, ଭୁବନେଶ୍ଵର ର ପ୍ରତ୍ୟେକ ଜୋନରେ ଗ୍ରନ୍ଥାଗାର ପ୍ରତିଷ୍ଠା କରାଯିବ। ସୂଚନା ଯୋଗ୍ୟ ଯେ ରାଜ୍ୟର ପ୍ରତ୍ୟେକ ସ୍ଥାନରେ ଗ୍ରନ୍ଥାଗାର ପ୍ରତିଷ୍ଠା କରିବା ପାଇଁ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମଳନୀରେ ପ୍ରସ୍ତାବ ଦିଆ ଯାଇଥିଲା।

ସାରସ୍ୱତ ସମୃଦ୍ଧି ପାଇଁ ଓଡିଶାର ପ୍ରତିବଦ୍ଧତାର ପ୍ରତୀକ ଭାବରେ ପରିଚିତ ଡକ୍ଟର ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଳୟ ୧୯୫୯ ମସିହାରେ ଭାରତ ସରକାରଙ୍କ ଦ୍ୱାରା ପ୍ରଥମ ପଞ୍ଚବାର୍ଷିକ ଯୋଜନା ସମୟରେ କର୍ଯ୍ୟକ୍ଷମ ହୋଇଥିଲା।

ବର୍ଷ ବର୍ଷ ଧରି ଏହା ଛାତ୍ରଛାତ୍ରୀ, ସର୍ବସାଧାରଣ ଏବଂ ସମାଜର ପ୍ରତ୍ୟେକ ବର୍ଗଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଜ୍ଞାନକେନ୍ଦ୍ର ଭାବେ ଏହା ବ୍ୟବହୃତ ହୋଇଆସୁଛି।

ଓଡ଼ିଶାର ସାହିତ୍ୟିକ ଏବଂ ସାଂସ୍କୃତିକ ଐତିହ୍ୟ ପାଇଁ ଜଣାଶୁଣା ଏହି ଗ୍ରନ୍ଥାଗାରର ଉପଲବ୍ଧତା ଏବଂ ଯୁବଗୋଷ୍ଠୀକୁ ପୁସ୍ତକ ପଠନ ପାଇଁ ଅଧିକ ପ୍ରେରଣା ଦେବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ସହଯୋଗରେ ଏହି ବ୍ୟାପକ ନବୀକରଣ ପ୍ରକଳ୍ପକୁ ହାତକୁ ନେଇଛନ୍ତି ।

ଅତ୍ୟାଧୁନିକ ଭିତ୍ତିଭୂମି ଜରିଆରେ ଏହି ଗ୍ରନ୍ଥାଳୟର ବିକାଶ କରି ଏହାକୁ ଆନ୍ତର୍ଜାତୀୟ ମାନଦଣ୍ଡରେ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି। ଏଠାରେ ଏକ ଆହାର କେନ୍ଦ୍ର ଏବଂ ମିଶନ ଶକ୍ତି କାଫେର ମଧ୍ୟ ଖୋଲିବ। ଏପରିକି ଭିନ୍ନକ୍ଷମ ମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ରହିଛି।

ନୂତନ ଭାବରେ ପରିକଳ୍ପନା କରାଯାଇଥିବା ଏହି ଲାଇବ୍ରେରୀରେ ଥିବା ସମସ୍ତ ପୁସ୍ତକଗୁଡ଼ିକର ଡିଜିଟାଇଜେସନ୍ ପାଇଁ ମଧ୍ୟ ଯୋଜନା ରହିଛି ଯାହାଦ୍ଵାରା ଜଣେ ଯେକୌଣସି ସମୟରେ ନିଜ ମୋବାଇଲ ମାଧ୍ୟମରେ ଏଠାରେ ଥିବା ବହି ଗୁଡିକୁ ପଢିପାରିବ। ଏଥି ସହିତ ପ୍ରାୟ ୫୦୦ ଛାତ୍ରଛାତ୍ରୀ ଦୈନିକ ଉପସ୍ଥିତ ରହି ପୁସ୍ତକ ଅଧ୍ୟୟନ କରିବାର ଅତ୍ୟାଧୁନିକ ବ୍ୟବସ୍ଥା କରାଯାଇଛି।

ଏଥିସହ ଲାଇବ୍ରେରୀ ସେବାଗୁଡିକର ଉପଲବ୍ଧତା ଅଧିକରୁ ଅଧିକ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଓଡ଼ିଶା ଖଣି ନିଗମ ଦ୍ଵାରା ରାଜଧାନୀର ବାପୁଜୀନଗରରେ ଥିବା ସନ୍ଥକବି ଭୀମଭୋଇ ପାଠାଗାର ପ୍ରତିଷ୍ଠା କରାଯାଇଛି। ଏହାକୁ ଆଜି ମୁଖ୍ୟମନ୍ତ୍ରୀ ଉଦଘାଟନ କରିବା ସହ ସର୍ବସାଧାରଣ ମାନଙ୍କ ନିମନ୍ତେ ଉତ୍ସଗ କରିଛନ୍ତି। ପରିଦର୍ଶକଙ୍କ ବିଭିନ୍ନ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅତ୍ୟାଧୁନିକ ସୁବିଧା ସହିତ ଏକ ଆହାର କେନ୍ଦ୍ର ନିର୍ମାଣ କରାଯାଇଛି।

ବର୍ତ୍ତମାନ ଏହି ପାଠାଗାରରେ ଦୈନିକ ପ୍ରାୟ ୨୦୦ ଟି ଆସନର ବ୍ୟବସ୍ଥା ରହିଛି, ଯେଉଁଠି ଜନସାଧାରଣ ସୁବିଧାରେ ବସି ଅଧ୍ୟୟନ କରିପାରିବେ। ସେହିଭଳି ଭୁବନେଶ୍ବର ମହାନଗର ନିଗମର ୬ଟି ଜୋନରେ ଅତ୍ୟାଧୁନିକ ପାଠାଗାର ଓ ପଠନ ଗୃହ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ଏହାଦ୍ବାରା ପାଠାଗାରକୁ ନେଇ ଜନ ଆନ୍ଦୋଳନ ସୃଷ୍ଟି କରିବା ନିମନ୍ତେ ସରକାରଙ୍କ ଲକ୍ଷ୍ୟ ହାସଲ ହୋଇପାରିବ। ଅଧିକ ସଂଖ୍ୟାରେ ଜନସାଧାରଣ ବିଶେଷ କରି ଯୁବବର୍ଗ ଏବଂ ଛୋଟ ପିଲା ମାନଙ୍କୁ ଆକୃଷ୍ଟ କରିବା ପାଇଁ ଏଠାରେ ସମସ୍ତ ବ୍ୟବସ୍ଥା କରାଯିବ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ଓ ଶ୍ରୀ ସୁଶାନ୍ତ ରାଉତ ବିଭାଗୀୟ ଶାସନ ସଚିବ ସୁଜାତା କାର୍ତ୍ତିକେୟ ଓ ନିର୍ଦେଶକ ଶ୍ରୀ ଦିଲୀପ ରାଉତରାୟ ପ୍ରମୂଖ ଉପସ୍ଥିତ ଥିଲେ

State Library ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଶ୍ରୁତି ନାଟକ ଉତ୍ସବ ଆୟୋଜିତ

June 23, 2026

କବିସୂର୍ଯ୍ୟନଗର ଥାନା ପୋଲିସର ବଡ଼ ସଫଳତା: ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ, ୭ ଗିରଫ

June 23, 2026

ଷଷ୍ଠ ସାଂସଦ ଚିକିତ୍ସା ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ସାଂସଦ ଅପରାଜିତା ଷଡଙ୍ଗୀ

June 23, 2026

SHVR ୨୦୨୫-୨୬ ରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ମାନ୍ୟତା

June 23, 2026
Latest News

ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଶ୍ରୁତି ନାଟକ ଉତ୍ସବ ଆୟୋଜିତ

June 23, 2026

କବିସୂର୍ଯ୍ୟନଗର ଥାନା ପୋଲିସର ବଡ଼ ସଫଳତା: ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ, ୭ ଗିରଫ

June 23, 2026

ଷଷ୍ଠ ସାଂସଦ ଚିକିତ୍ସା ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ସାଂସଦ ଅପରାଜିତା ଷଡଙ୍ଗୀ

June 23, 2026

SHVR ୨୦୨୫-୨୬ ରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ମାନ୍ୟତା

June 23, 2026

ଭୁବନେଶ୍ୱରରେ ଦୁଇ ଦିନିଆ ‘ସଷ୍ଟେନେବଲ ମାଇନିଂ ସମିଟ୍-୨୦୨୬’ ଆରମ୍ଭ

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.