Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»Breaking News: ରାଜ୍ୟରେ ଗଠନ ହେଲା ୩୪ଟି ନୂଆ ଏନଏସି,ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ଜାତୀୟ ଖବର

Breaking News: ରାଜ୍ୟରେ ଗଠନ ହେଲା ୩୪ଟି ନୂଆ ଏନଏସି,ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

February 24, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
Breaking News: ରାଜ୍ୟରେ ଗଠନ ହେଲା ୩୪ଟି ନୂଆ ଏନଏସି,ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚଟି ଏନଏସି କୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ ମୟୁରଭଞ୍ଜ ର କରଞ୍ଜିଆ ବଲାଙ୍ଗିର ର କଣ୍ଟାବାଞ୍ଝି ଓ ଗଞ୍ଜାମ ଜିଲ୍ଲାର ଛତ୍ରପୁର ଓ ଆସ୍କା ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯାଇଛି .

5T ଅଧ୍ୟକ୍ଷଙ୍କ ଶ୍ରୀ କାର୍ତ୍ତିକ ପାଣ୍ଡିଆନ୍ ଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣ ଙ୍କ ପ୍ରସ୍ତାବ ଏବଂ ବିକାଶ ର ଆବଶ୍ୟକତା କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି.

ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକ ହେଲା – ଅନୁଗୋଳ ଜିଲ୍ଲାର ପାଲଲହଡା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ ଜିଲ୍ଲାର ପାଇକମାଳ ଓ ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡା, ବଲାଙ୍ଗିର ଜିଲ୍ଲାର ବେଲପଡା ଓ ସଂଇତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା।

ସେହିପରି କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡା ଜିଲ୍ଲାର ସିନାପାଲି, ରାୟଗଡ ଜିଲ୍ଲାର ଚାନ୍ଦିଲି, ମୁନିଗୁଡା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ ଓ କୁକୁଡାଖଣ୍ଡି, ନୟାଗଡ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡମ୍ବା, ନରସିଂହପୁର ଓ ନିଆଳି, ମୟୁରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ।

ସୂଚନାଯୋଗ୍ୟ ଯେ ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

New NAC ନବୀନଙ୍କ ଘୋଷଣା ନୂଆ ଏନଏସି
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026
Latest News

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.