Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ପ୍ରାୟ ୪୧,୦୦୦ କୋଟିର ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ଆଜି ପ୍ରାୟ ୪୧,୦୦୦ କୋଟିର ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 26, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ନ ସାଢେ ୧୨ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ୪୧,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରାୟ ୨୦୦୦ ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ।

ରେଳ ଷ୍ଟେସନରେ ବିଶ୍ୱସ୍ତରୀୟ ସୁବିଧା ଉପଲବ୍ଧ କରାଇବା ଉପରେ ପ୍ରଧାନମନ୍ତ୍ରୀ ବାରମ୍ବାର ଗୁରୁତ୍ୱାରୋପ କରିଛନ୍ତି। ଏହି ପ୍ରୟାସର ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ୫୫୩ ଟି ରେଳ ଷ୍ଟେସନର ପୁନଃବିକାଶ ପାଇଁ ଶିଳାନ୍ୟାସ କରିବେ। ୨୭ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ଏହି ଷ୍ଟେସନଗୁଡ଼ିକୁ ୧୯,୦୦୦ କୋଟି ଟଙ୍କାରୁ ଅଧିକ ବ୍ୟୟରେ ପୁନଃବିକଶିତ କରାଯିବ। ଏହି ଷ୍ଟେସନଗୁଡ଼ିକ ସହରର ଉଭୟ ପାର୍ଶ୍ୱକୁ ମିଶାଇ ‘ସିଟି ସେଣ୍ଟର’ ଭାବେ କାର୍ଯ୍ୟ କରିବ। ଏଥିରେ ରୁଫ୍ ପ୍ଲାଜା, ସୁନ୍ଦର ଲ୍ୟାଣ୍ଡସ୍କେପିଂ, ଇଣ୍ଟର ମୋଡାଲ କନେକ୍ଟିଭିଟି, ଉନ୍ନତ ଆଧୁନିକ ପ୍ଲାଟଫର୍ମ, କିଡ୍ସ ପ୍ଲେ ଏରିଆ, କିଓସ୍କ, ଫୁଡ୍ କୋର୍ଟ ଆଦି ଅତ୍ୟାଧୁନିକ ଯାତ୍ରୀ ସୁବିଧା ଉପଲବ୍ଧ ହେବ। ଏହାକୁ ପରିବେଶ ଅନୁକୂଳ ଏବଂ ଦିବ୍ୟାଙ୍ଗ ଅନୁକୂଳ ଭାବେ ପୁନଃବିକଶିତ କରାଯିବ। ସ୍ଥାନୀୟ ସଂସ୍କୃତି, ଐତିହ୍ୟ ଓ ସ୍ଥାପତ୍ୟ ରୁ ପ୍ରେରିତ ହୋଇ ଏହି ଷ୍ଟେସନ ଗୁଡ଼ିକର ଡିଜାଇନ୍ ପ୍ରସ୍ତୁତ କରାଯିବ।

ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶର ଗୋମତୀ ନଗର ଷ୍ଟେସନକୁ ଉଦଘାଟନ କରିବେ ଯାହାକୁ ପ୍ରାୟ ୩୮୫ କୋଟି ଟଙ୍କା ବ୍ୟୟରେ ପୁନଃବିକଶିତ କରାଯାଇଛି। ଭବିଷ୍ୟତରେ ବଢ଼ୁଥିବା ଯାତ୍ରୀ ସଂଖ୍ୟାକୁ ଦୃଷ୍ଟିରେ ରଖି ଏହି ଷ୍ଟେସନରେ ଆଗମନ ଓ ପ୍ରସ୍ଥାନ ସୁବିଧାକୁ ଅଲଗା କରାଯାଇଛି। ଏହା ସହରର ଉଭୟ ପାର୍ଶ୍ୱକୁ ଏକାଠି କରିଥାଏ। ଏହି ସେଣ୍ଟ୍ରାଲ ଏୟାର କଣ୍ଡିସନ ଷ୍ଟେସନରେ ଏୟାର କନକୋର୍ସ, ଭିଡ଼ ମୁକ୍ତ ପରିବହନ, ଫୁଡ୍ କୋର୍ଟ ଏବଂ ଉପର ଓ ତଳ ବେସମେଣ୍ଟରେ ପର୍ଯ୍ୟାପ୍ତ ପାର୍କିଂ ସ୍ଥାନ ଭଳି ଅତ୍ୟାଧୁନିକ ଯାତ୍ରୀ ସୁବିଧା ରହିଛି।

ପ୍ରଧାନମନ୍ତ୍ରୀ ୧୫୦୦ ରୋଡ୍ ଓଭର ବ୍ରିଜ୍ ଏବଂ ଅଣ୍ଡରପାସ୍ ର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । ୨୪ ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ବ୍ୟାପିଥିବା ଏହି ସଡ଼କ ଓଭର ବ୍ରିଜ୍ ଏବଂ ଅଣ୍ଡରପାସ୍ ପ୍ରକଳ୍ପଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ୨୧,୫୨୦ କୋଟି ଟଙ୍କା। ଏହି ପ୍ରକଳ୍ପଗୁଡ଼ିକ ଭିଡ଼ ହ୍ରାସ କରିବ, ନିରାପତ୍ତା ଏବଂ ଯୋଗାଯୋଗ ବୃଦ୍ଧି କରିବ, ରେଳ ଯାତ୍ରାର କ୍ଷମତା ଏବଂ ଦକ୍ଷତାରେ ମଧ୍ୟ ଉନ୍ନତି ଆଣିବ।

narendra modi Rail Project
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.