Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିଜେପିର ପ୍ରାର୍ଥୀ ଖୋଜିବାକୁ ପ୍ରତି ନିର୍ବାଚନ ମଣ୍ଡଳିକୁ ଯିବେ ୨ ଜଣ ଲେଖାଏଁ ପର୍ଯ୍ୟବେକ୍ଷକ
ଜାତୀୟ ଖବର

ବିଜେପିର ପ୍ରାର୍ଥୀ ଖୋଜିବାକୁ ପ୍ରତି ନିର୍ବାଚନ ମଣ୍ଡଳିକୁ ଯିବେ ୨ ଜଣ ଲେଖାଏଁ ପର୍ଯ୍ୟବେକ୍ଷକ

February 28, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟରେ ଏକକାଳୀନ ଅନୁଷ୍ଠିତ ହେବାକୁ ଥିବା ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ସଂପୂର୍ଣ୍ଣ ପ୍ରସ୍ତୁତ। ଏହି ପରିପ୍ରେକ୍ଷୀରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏବଂ ରାଜ୍ୟ ନିର୍ବାଚନ ପ୍ରଭାରୀ ଶ୍ରୀ ବିଜୟପାଲ ସିଂ ତୋମାରଙ୍କ ଉପସ୍ଥିତିରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏହି ବୈଠକରେ ୨୦୨୪ ନିର୍ବାଚନର ନିର୍ବାଚନ ପରିଚାଳନା ଓ ନିଶ୍ଚିତ ବିଜୟ ପାଇଁ କାର୍ଯ୍ୟ ଖସଡା ସଂପର୍କରେ ଆଲୋଚନା କରାଯାଇଛି। ରାଜ୍ୟର ସମସ୍ତ ୨୧ଟି ସଂସଦୀୟ କ୍ଷେତ୍ର ଏବଂ ୧୪୭ ବିଧାନସଭା କ୍ଷେତ୍ରକୁ ୨ ଜଣ ଲେଖାଏଁ ପର୍ଯ୍ୟବେକ୍ଷକ ପଠାଯିବ। ଆସନ୍ତା ୧ ତାରିଖ ପୂର୍ବରୁ ପ୍ରତି ସଂସଦୀୟ କ୍ଷେତ୍ର ପାଇଁ ସମ୍ଭାବ୍ୟ ପ୍ରାର୍ଥୀଙ୍କ ନାଁ ପ୍ରସ୍ତାବିତ କରାଯିବ।

ଆସନ୍ତା ୨ତାରିଖ ଦିନ ୨୧ଟି ଲୋକସଭା ଏବଂ ୧୪୭ ବିଧାନସଭା କ୍ଷେତ୍ରର କୋର କମିଟି ଓ ନିର୍ବାଚନ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହେବ। ଆସନ୍ତା ୩ ତାରିଖ ଦିନ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଉପସ୍ଥାପିତ ରିପୋର୍ଟ ପ୍ରସଙ୍ଗରେ ଆଲୋଚନା କରାଯିବ।

ସେହିପରି ରାଜ୍ୟ ସରକାରଙ୍କ ବିରୋଧରେ ଅଭିଯୋଗ ପତ୍ର ଓ ନିର୍ବାଚନୀ ଇସ୍ତାହାର କମିଟି ମଧ୍ୟ ଗଠନ ହେବା ସହ ଆସନ୍ତା ୨୯ତାରିଖ ଦିନ ଭୁବନେଶ୍ୱରରେ ନିର୍ବାଚନୀ ଇସ୍ତାହାର କମିଟିର କାର୍ଯ୍ୟ ଶୁଭାରମ୍ଭ ହେବ। ଅଭିଯୋଗ ପତ୍ରରେ ରାଜ୍ୟ ସରକାରଙ୍କ ଦୁର୍ନୀତି, ଭ୍ରଷ୍ଟାଚାର ଓ ବ୍ୟଭିଚାର ପ୍ରସଙ୍ଗରେ ଆଲୋଚନା କରାଯିବା ସହ ଅଭିଯୋଗ ପତ୍ର ସଂକଳନ କରାଯିବ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ସୂଚନା ଦେଇଛନ୍ତି।

ନିର୍ବାଚନୀ ଇସ୍ତାହାର କମିଟି ମାଧ୍ୟମରେ ସାଧାରଣ ଜନତାଙ୍କ ମତାମତ ଆହ୍ୱାନ କରାଯିବ ଏବଂ ଉକ୍ତ ମତକୁ ଇସ୍ତାହାର ପ୍ରସ୍ତୁତିରେ ଗୁରୁତ୍ୱ ଦିଆଯିବ। ଦଳର ନିର୍ବାଚନ ଇସ୍ତାହାର ତିଆରିରେ ସାଧାରଣ ଜନତାଙ୍କ ଭାଗିଦାରି ରହିବ। ଯଶସ୍ୱୀ ପ୍ରଧାନମନ୍ତ୍ରୀ ମାନନୀୟ ନରେନ୍ଦ୍ର ମୋଦିଜୀଙ୍କ ଆହ୍ୱାନ କ୍ରମେ ସାଧାରଣ ଜନତାଙ୍କ ନିକଟରୁ ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତ ପାଇଁ ଦଳ ମତାମତ ସଂଗ୍ରହ କରିବ। ଏଥିସହ ମାର୍ଚ୍ଚ ପ୍ରଥମ ସପ୍ତାହରେ ପ୍ରଧାନମନ୍ତ୍ରୀ ମୋଦିଜୀ ଓଡ଼ିଶା ଗସ୍ତ କରିବା ସମ୍ଭାବନା ରହିଛି ବୋଲି ଶ୍ରୀ ସାମଲ କହିଛନ୍ତି।

ଫେବୃୟାରୀ ୭ତାରିଖ ଦିନ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ୨୧ ଲୋକସଭାର ପ୍ରଭାରୀ ଓ ସଂଯୋଜକଙ୍କ ନାମ ତାଲିକା ଏବଂ ଆଜି ୨୭ ଫେବୃୟାରୀରେ ୧୪୬ ବିଧାନସଭାର ପ୍ରଭାରୀ ଓ ସଂଯୋଜକଙ୍କ ନାମ ତାଲିକା ଘୋଷଣା କରାଯାଇଛି।

ଏହି ବୈଠକରେ ରାଜ୍ୟ ସାଧାରଣ ସମ୍ପାଦକ(ସଂଗଠନ) ଶ୍ରୀ ମାନସ ମହାନ୍ତି, ରାଜ୍ୟ ସାଧାରଣ ସମ୍ପାଦକ ଶାରଦା ଶତପଥୀ, ଡ. ଯତୀନ ମହାନ୍ତି, ସୀମାଚଂଳ ଖଟେଇ, ପୂର୍ଣ୍ଣିମା କେରକେଟା ପ୍ରମୁଖ ଉପସ୍ଥିତ ଥିଲେ।

ନିର୍ବାଚନ2024 ବିଜେପି ମନମୋହନ ସାମଲ
Share. Facebook Twitter LinkedIn Email WhatsApp Copy Link

Related Posts

ମିଆଁପୁରର ନାମ ବଦଳାଇଲେ ମୁଖ୍ୟମନ୍ତ୍ରୀ ଯୋଗୀ: ଏବେ ରବିନ୍ଦ୍ର ନଗର ଟାଗୋରଙ୍କ ନାମରେ ହେବ ପରିଚିତ

April 11, 2026

ୟୁପିରେ SIR ଦ୍ଵାରା କଟିଲା ୨.୮୯ କୋଟି ନାମ: ପୂର୍ବରୁ ଥିଲେ କେତେ ଭୋଟର?

April 11, 2026

ପଶ୍ଚିମବଙ୍ଗରେ ବିଜେପି ର କିଏ ହେବେ ମୁଖ୍ୟମନ୍ତ୍ରୀ?: ଅମିତ ଶାହଙ୍କ ବଡ଼ ଘୋଷଣା

April 11, 2026

ନୂତନ EV ନୀତିର ଡ୍ରାଫ୍ଟ ପ୍ରକାଶ କଲେ ଦିଲ୍ଲୀ ସରକାର: 100% ସଡ଼କ ଟିକସ ଏବଂ ପଞ୍ଜୀକରଣ ଫି ରିହାତି

April 11, 2026
Latest News

ମିଆଁପୁରର ନାମ ବଦଳାଇଲେ ମୁଖ୍ୟମନ୍ତ୍ରୀ ଯୋଗୀ: ଏବେ ରବିନ୍ଦ୍ର ନଗର ଟାଗୋରଙ୍କ ନାମରେ ହେବ ପରିଚିତ

April 11, 2026

ୟୁପିରେ SIR ଦ୍ଵାରା କଟିଲା ୨.୮୯ କୋଟି ନାମ: ପୂର୍ବରୁ ଥିଲେ କେତେ ଭୋଟର?

April 11, 2026

ପଶ୍ଚିମବଙ୍ଗରେ ବିଜେପି ର କିଏ ହେବେ ମୁଖ୍ୟମନ୍ତ୍ରୀ?: ଅମିତ ଶାହଙ୍କ ବଡ଼ ଘୋଷଣା

April 11, 2026

ନୂତନ EV ନୀତିର ଡ୍ରାଫ୍ଟ ପ୍ରକାଶ କଲେ ଦିଲ୍ଲୀ ସରକାର: 100% ସଡ଼କ ଟିକସ ଏବଂ ପଞ୍ଜୀକରଣ ଫି ରିହାତି

April 11, 2026

ବରିଷ୍ଠ ସାମ୍ବାଦିକ ନୃସିଂହ ମିଶ୍ରଙ୍କ ଦେହାନ୍ତ: ଗଭୀର ଶୋକ ପ୍ରକାଶ କଲେ ଆଇନ ମନ୍ତ୍ରୀ

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.