Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବରମୁଣ୍ଡା ନୂଆ ବସ ଷ୍ଟାଣ୍ଡକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ମିଳିବ ଆଶ୍ଚର୍ଯ୍ୟଜନକ ସୁବିଧା
ଜାତୀୟ ଖବର

ବରମୁଣ୍ଡା ନୂଆ ବସ ଷ୍ଟାଣ୍ଡକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ମିଳିବ ଆଶ୍ଚର୍ଯ୍ୟଜନକ ସୁବିଧା

March 2, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନୂଆ ବରମୁଣ୍ଡା ବସ ଷ୍ଟାଣ୍ଡକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ସୁବିଧା ବିଷୟରେ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ବରମୁଣ୍ଡାଠାରେ 5-T ଉପକ୍ରମରେ ନବନିର୍ମିତ ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲର ଶୁଭ ଉଦ୍‌ଘାଟନ କରିଛନ୍ତି।

ବରମୁଣ୍ଡା ବସ୍‌ ଷ୍ଟାଣ୍ଡ ଭାବେ ପୂର୍ବରୁ ପରିଚିତ ଥିବା ଏହି ବସ୍‌ ଷ୍ଟାଣ୍ଡ ଓଡିଶାର ଏକ ବ୍ୟସ୍ତବହୁଳ ବସ୍‌ ଷ୍ଟାଣ୍ଡ। ଦୈନିକ ଶହ ଶହ ବସ୍‌ ଓ ହଜାର ହଜାର ଯାତ୍ରୀଙ୍କର ଏଠାରୁ ରାଜ୍ୟର ବିଭିନ୍ନ ସ୍ଥାନକୁ ଓ ରାଜ୍ୟ ବାହାରକୁ ଯାତାୟତ ହୋଇଥାଏ। ଯାତ୍ରୀମାନଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ବରମୁଣ୍ଡା ବସ୍‌ଷ୍ଟାଣ୍ଡର ରୂପାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

5-T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହା ଅତ୍ୟାଧୁନିକ ବସ୍‌ ଟର୍ମିନାଲର ବିକାଶ କରାଯାଇଛି। ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଶ୍ରୀ ପାଣ୍ଡିଆନ ଅନେକ ଥର ନିର୍ମାଣ ସ୍ଥଳକୁ ଯାଇ କାର୍ଯ୍ୟର ଆଗ୍ରଗତି ସଂପର୍କରେ ସମୀକ୍ଷା କରୁଥିଲେ।

ଉଦ୍‌ଘାଟନୀ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ବସ୍‌ ଟର୍ମିନାଲ ଯାତ୍ରୀମାନଙ୍କୁ ଉତ୍ତମ ସେବା ଯୋଗାଇଦେବାରେ ସଫଳ ହେବ ଏବଂ ଭୁବନେଶ୍ୱର ଏକ ଗୁରୁତ୍ୱପୂର୍ଣ୍ଣ ଲ୍ୟାଣ୍ଡମାର୍କ ହୋଇ ରହିବା ସହିତ ସାରା ଓଡିଶାରେ ଏକ ନୂଆ ପରିଚୟ ହେବ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଆମ ସମ୍ବିଧାନ ପ୍ରସ୍ତୁତ କରିବାରେ ବାବା ସାହେବ ଭୀମ୍‌ରାଓ ଆମ୍ବେଦକରଙ୍କ ମୁଖ୍ୟ ଭୂମିକା ରହିଥିଲା। ଭାରତୀୟ ସମ୍ବିଧାନର ପ୍ରଣେତା ଭାବେ ସେ ଜଣାଶୁଣା। ଦେଶ ପାଇଁ ତାଙ୍କ ଅବଦାନକୁ ସମ୍ମାନ ଜଣାଇ ତାଙ୍କ ନାମରେ ଏହି ବସ୍‌ ଟର୍ମିନାଲ ଓଡିଶା ସରକାର ନାମିତ କରିଛନ୍ତି।

ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ବାବା ସାହେବଙ୍କ ପ୍ରତି ଓଡିଶାବାସୀଙ୍କ ଏହା ହେଉଛି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି। ବାବା ସାହେବଙ୍କ ଅବଦାନ ସମ୍ପର୍କରେ ସମସ୍ତଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବସ୍ ଟର୍ମିନାଲ ଭିତରେ ବାବା ସାହେବଙ୍କ ଜୀବନ ଓ ଆଦର୍ଶ ଉପରେ ଆଧାରିତ ଏକ ଗ୍ୟାଲେରୀ ମଧ୍ୟ କରାଯାଇଛି।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ 5-T ଉପକ୍ରମରେ ହୋଇଥିବା ଏହି ବସ୍‌ ଟର୍ମିନାଲ ବସ୍‌ ମାଲିକ, ବ୍ୟବସାୟୀ, ଯାତ୍ରୀ ତଥା ସମସ୍ତ ଜନସାଧାରଣଙ୍କ ସହଯୋଗରେ ନିର୍ମିତ ହୋଇଛି। ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ସେଥିପାଇଁ ଧନ୍ୟବାଦ ଜଣାଇ କହିଥିଲେ ଯେ ଏହି ବସ୍‌ ଟର୍ମିନାଲ୍ ରେ ଯାତ୍ରୀମାନଙ୍କୁ ଉତ୍ତମ ସେବା ଯୋଗାଇଦେବା ପାଇଁ ସବୁ ପ୍ରକାର ସୁବିଧା କରାଯାଇଛି।

ଏଠାରେ ଜରୁରୀ କାଳୀନ ଚିକିତ୍ସାଠାରୁ ଆରମ୍ଭ କରି ବ୍ୟବସାୟିକ କମ୍ପ୍ଲେକ୍ସ, ଏସ୍କାଲେଟର, ଲିଫ୍ଟ, ପ୍ରତିକ୍ଷାଳୟ, ପୋଲିସ୍‌ ଫାଣ୍ଡି, ଡ୍ରାଇଭରମାନଙ୍କ ବିଶ୍ରାମ କକ୍ଷ, ଆହାର କେନ୍ଦ୍ର, ଫୁଡ୍ କୋର୍ଟ ଆଦି ସମସ୍ତ ସୁବିଧା ରହିଛି। ଏୟାରପୋର୍ଟ ଭଳି ଯାତ୍ରୀମାନେ ଏଠାରେ ସବୁ ସୁବିଧା ପାଇ ପାରିବେ ବୋଲି ସେ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଏହି ବସ୍‌ ଟର୍ମିନାଲର ଉପଯୁକ୍ତ ରକ୍ଷଣାବେକ୍ଷଣରେ ସହଯୋଗ କରିବା ପାଇଁ ଅନୁରୋଧ କରିଥିଲେ।

କାର୍ଯ୍ୟକ୍ରମରେ ପତାକା ଦେଖାଇ ବସ୍‌ ଚଳାଚଳର ଶୁଭାରମ୍ଭ କରିବା ସହିତ ଆହାର କେନ୍ଦ୍ରରେ ଯାତ୍ରୀ ମାନଙ୍କୁ ଖାଦ୍ୟ ପରସିଥିଲେ ମୁଖ୍ୟମନ୍ତ୍ରୀ। କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ, ବିଜ୍ଞାନ ଓ ବୈଷୟିକ ତଥା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଥିଲେ ଯେ ଭୁବନେଶ୍ବରର ବିକାଶରେ ଆଜି ଆଉ ଏକ ନୂଆ ଫର୍ଦ୍ଦ ଯୋଡି ହେଲା। ପରିବହନ କ୍ଷେତ୍ରରେ ଯାହା ଆମ ପାଇଁ ସ୍ବପ୍ନ ଥିଲା, ତାହା ଆଜି ପୂରଣ ହେଲା।

5-T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କ ସହିତ ଉପସ୍ଥିତ ଥିଲେ।

ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ଭୁବନେଶ୍ୱର ମେୟର ସୁଲୋଚନା ଦାସ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଜି ମାଥି ଭାଥନନ୍ ସ୍ୱାଗତ ଭାଷଣ ଦେଇଥିଲେ ଓ ବି.ଡି.ଏ ଭି.ସି ଧନ୍ୟବାଦ ଅର୍ପଣ କରିଥିଲେ।

ନବୀନ ପଟ୍ଟନାୟକ ବରମୁଣ୍ଡା ବସଷ୍ଟାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ବାଇକ୍‌ରେ ପତ୍ନୀଙ୍କ ମୃତଦେହ ବୋହିଲେ ସ୍ୱାମୀ; ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ

July 5, 2026

ଲଘୁଚାପ ପ୍ରଭାବ: ସାରା ରାଜ୍ୟରେ ଲଗାଣ ବର୍ଷା, ୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

July 5, 2026

ମାଛ ଚାଷରେ ୮୦% ପର୍ଯ୍ୟନ୍ତ ସବସିଡି ଦେଉଛନ୍ତି ସରକାର; ଜାଣନ୍ତୁ କିଏ ପାଇବେ ଲାଭ ଓ କିପରି କରିବେ ଆବେଦନ

July 5, 2026

ଅଣସର ନୀତି : ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେଲା ଫୁଲୁରୀ ତେଲ

July 5, 2026
Latest News

ବାଇକ୍‌ରେ ପତ୍ନୀଙ୍କ ମୃତଦେହ ବୋହିଲେ ସ୍ୱାମୀ; ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ

July 5, 2026

ଲଘୁଚାପ ପ୍ରଭାବ: ସାରା ରାଜ୍ୟରେ ଲଗାଣ ବର୍ଷା, ୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

July 5, 2026

ଉଦ୍‌ଘାଟନ ପୂର୍ବରୁ ଧସିଲା ୭ କୋଟିର ସେତୁ ଆପ୍ରୋଚ୍ ରାସ୍ତା : ବିପଦରେ ପୁରୀ – ଡେଲାଙ୍ଗ ଡାକପଡା ଲୁଣା ନଦୀ ବ୍ରିଜ

July 5, 2026

ପଦ୍ମ ବିଭୂଷଣ ତୀଜନ ବାଇଙ୍କ ପରଲୋକ

July 5, 2026

ମାଛ ଚାଷରେ ୮୦% ପର୍ଯ୍ୟନ୍ତ ସବସିଡି ଦେଉଛନ୍ତି ସରକାର; ଜାଣନ୍ତୁ କିଏ ପାଇବେ ଲାଭ ଓ କିପରି କରିବେ ଆବେଦନ

July 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.