Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଚଣ୍ଡିଖୋଲରେ ୧୯,୬୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ଚଣ୍ଡିଖୋଲରେ ୧୯,୬୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

March 5, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଚଣ୍ଡିଖୋଲରେ ୧୯,୬୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନିକିଆ ଓଡିଶା ଗସ୍ତରେ ଆସି ୧୯,୬୦୦ କୋଟିରୁ ଅଧିକ ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରକଳ୍ପଗୁଡିକ ଓଡିଶାର ଯାଜପୁର ଜିଲ୍ଲା ଚଣ୍ଡିଖୋଲଠାରେରେ ପାଇଁ ଦେଶବାସୀଙ୍କୁ ଉତ୍ସର୍ଗ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ରହିଛି ତୈଳ ଏବଂ ଗ୍ୟାସ, ରେଳପଥ, ସଡକ, ପରିବହନ, ରାଜପଥ ଏବଂ ପରମାଣୁ ଶକ୍ତି ପ୍ରଭୃତି।

ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଭଗବାନ ଜଗନ୍ନାଥ ଏବଂ ମା ବିରଜାଙ୍କ ଆଶୀର୍ବାଦରେ ଆଜି ଯାଜପୁର ଜିଲ୍ଲାର ଓଡିଶା ବିକାଶର ଏକ ନୂତନ ସ୍ରୋତ ପ୍ରବାହିତ ହେବାକୁ ଲାଗିଲା। ସ୍ବର୍ଗତ ବିଜୁ ପଟ୍ଟନାୟକର ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଦେଶ ବିଦେଶ ତଥା ଓଡିଶାରେ ତାଙ୍କର ଅଦଭୁତ ଅବଦାନକୁ ମନେ ପକାଇଥିଲେ।

ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ, ପରମାଣୁ ଶକ୍ତି, ସଡ଼କପଥ, ରେଳପଥ ଏବଂ ସଂଯୋଗ କ୍ଷେତ୍ରରେ ପ୍ରାୟ ୧୯,୬୦୦ କୋଟି ଟଙ୍କା ମୂଲ୍ୟର ମେଗା ବିକାଶ ପ୍ରକଳ୍ପର ଉଦ୍ଘାଟନ ତଥା ଭିତ୍ତିପ୍ରସ୍ତର ସ୍ଥାପନ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହା ଏହି ଅଞ୍ଚଳରେ ଶିଳ୍ପ କାର୍ଯ୍ୟକଳାପକୁ ବୃଦ୍ଧି କରିବ ଏବଂ ରୋଜଗାର ସୃଷ୍ଟି କରିବ। ଆଜିର ବିକାଶମୂଳକ ପ୍ରକଳ୍ପ ପାଇଁ ସେ ଓଡିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ବିକାଶ ଭାରତ ପାଇଁ ବର୍ତ୍ତମାନର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆମ ସରକାରଙ୍କ ପ୍ରମୁଖ ଆଭିମୁଖ୍ୟ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଶକ୍ତି କ୍ଷେତ୍ରରେ ପୂର୍ବ ରାଜ୍ୟଗୁଡିକର ଦକ୍ଷତା ବୃଦ୍ଧି ପାଇଁ ପ୍ରୟାସ ବିଷୟରେ ସେ ଉଲ୍ଲେଖ କରିଛନ୍ତି। ଉତ୍ତରପ୍ରଦେଶ, ବିହାର, ଝାଡଖଣ୍ଡ, ପଶ୍ଚିମବଙ୍ଗ ଏବଂ ଓଡିଶା ପରି ପାଞ୍ଚଟି ବଡ଼ ରାଜ୍ୟରେ ଉର୍ଜା ଯୋଜନା ଅଧୀନରେ ପ୍ରାକୃତିକ ଗ୍ୟାସ ଯୋଗାଣ ପାଇଁ ପ୍ରମୁଖ ପ୍ରକଳ୍ପ ଚାଲିଛି।

ପ୍ରଧାନମନ୍ତ୍ରୀ ମୋଦୀ ଓଡ଼ିଶାର ପାରାଦୀପରୁ ପଶ୍ଚିମବଙ୍ଗର ହାଲଦିଆ ପର୍ଯ୍ୟନ୍ତ ୩୪୪ କିଲୋମିଟର ଲମ୍ବା ପାଇପଲାଇନ ଉଦ୍ଘାଟନ କରିଛନ୍ତି। ସେ ପାରାଦ୍ବୀପ ରିଫାଇନାରୀରେ ଇଣ୍ଡିଆନ୍ ଅଏଲ୍ କର୍ପୋରେସନ୍ ଲିମିଟେଡ୍ ମୋନୋ ଏଥାଇଲନ୍ ଗ୍ଲାଇକଲ୍ ପ୍ରକଳ୍ପ ଏବଂ ପାରାଦୀପରେ ୦.୬ MMTPA LPG ଆମଦାନୀ ସୁବିଧା ମଧ୍ୟ ଉଦ୍ଘାଟନ କରିଛନ୍ତି। ଯାହା ପୂର୍ବ ଭାରତର ପଲିଷ୍ଟର ଶିଳ୍ପରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ। ଏହା ମଧ୍ୟ ଭଦ୍ରକ ଏବଂ ପାରାଦୀପରେ ଥିବା ଟେକ୍ସଟାଇଲ୍ ପାର୍କକୁ କଞ୍ଚାମାଲ ଯୋଗାଇବ।

ଆଜିର ଏହି ଉତ୍ସବ ଦେଶରେ ପରିବର୍ତ୍ତିତ କାର୍ଯ୍ୟ ସଂସ୍କୃତିର ପ୍ରତୀକ ବୋଲି ଦର୍ଶାଇ ପ୍ରଧାନମନ୍ତ୍ରୀ ପୂର୍ବ ସରକାରଙ୍କ ତୁଳନାତ୍ମକ ଚିତ୍ର ଆଙ୍କିଥିଲେ। ସେ କହିଥିଲେ ଯେ, ପୂର୍ବ ସରକାର ପାରାଦ୍ବୀପ ରିଫାଇନାରୀର ଭତ୍ତି ପ୍ରସ୍ତର ସ୍ଥାପନ କରିଥିଲେ ମଧ୍ୟ ତାହାକୁ କାର୍ଯ୍ୟକାରୀ କରିପାରି ନ ଥିଲେ। ହେଲେ ଏବର ସରକାର ସେ ସବୁ କମ ଦିନ ମଧ୍ୟରେ ସଂପୂର୍ଣ୍ଣ କରି ଦେଖାଇଦେଇଛି।

ସେ ପାରାଦୀପ – ହାଇଦ୍ରାବାଦର ଉଦଘାଟନ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି। ଗତକାଲି ତେଲେଙ୍ଗାନାର ସାଙ୍ଗାରେଡିରେ ପାଇପଲାଇନ ଏବଂ ତିନି ଦିନ ପୂର୍ବେ ପଶ୍ଚିମବଙ୍ଗର ଅରାମବାଗରେ ହାଲଡିଆରୁ ବାରୁନି ପର୍ଯ୍ୟନ୍ତ ୫୦୦ କିଲୋମିଟର ଲମ୍ବା ଅଶୋଧିତ ତୈଳ ପାଇପଲାଇନ ଉଦଘାଟିତ ହୋଇଛି।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ କେନ୍ଦ୍ର ସରକାର ଓଡିଶାରେ ଆଧୁନିକ ସଂଯୋଗ ଉପରେ ଧ୍ୟାନ ଦେଉଛନ୍ତି ଯାହା ଦ୍ବାରା ସ୍ଥାନୀୟ ସମ୍ବଳ ରାଜ୍ୟର ଅର୍ଥନୀତିକୁ ବୃଦ୍ଧି କରିବ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଗତ ୧୦ ବର୍ଷ ମଧ୍ୟରେ ୩୦୦୦ କିଲୋମିଟର ଜାତୀୟ ରାଜପଥ ଏବଂ ରେଳ ବଜେଟକୁ ୧୨ ଗୁଣ ବୃଦ୍ଧି କରାଯାଇଛି।

ସେ ପ୍ରକାଶ କରିଛନ୍ତି ଯେ ରେଳ-ରାଜପଥ-ବନ୍ଦର ସଂଯୋଗରେ ଉନ୍ନତି ଆଣିବା ପାଇଁ ଯାଜପୁର, ଭଦ୍ରକ, ଜଗତସିଂହପୁର, ମୟୂରଭଞ୍ଜ, ଖୋର୍ଦ୍ଧା, ଗଞ୍ଜାମ, ପୁରୀ ଏବଂ କେନ୍ଦୁଝରରେ ଜାତୀୟ ରାଜପଥ ବିସ୍ତାର କରାଯାଉଛି। ସେ କହିଛନ୍ତି ଯେ ନୂଆ ଅନୁଗୁଳ ସୁକିଣ୍ଡା ରେଳ ଲାଇନ କଳିଙ୍ଗ ନଗର ଶିଳ୍ପାଞ୍ଚଳର ବିକାଶକୁ ସହାୟକ ହେବ।

ପ୍ରଧାନମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଆଜିର ବିକାଶମୂଳକ ପ୍ରକଳ୍ପ ପାଇଁ ନାଗରିକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି ଉତ୍ସବରେ ଓଡିଶାର ରାଜ୍ୟପାଳ ଶ୍ରୀ ରଘୁବର ଦାସ, ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଶେଶ୍ବର ଟୁଡୁ ଉପସ୍ଥିତ ଥିଲେ।

Election2024 ଚଣ୍ଡିଖୋଲ ନରେନ୍ଦ୍ରମୋଦି ନିର୍ବାଚନ2024
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.