Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମୁଖ୍ୟମନ୍ତ୍ରୀ ଘୋଷଣା କଲେ ଶ୍ରୀମନ୍ଦିର ସେବାୟତଙ୍କ ପାଇଁ ବିଭିନ୍ନ କଲ୍ୟାଣ ଯୋଜନା, ଜାଣନ୍ତୁ କଣ
ଜାତୀୟ ଖବର

ମୁଖ୍ୟମନ୍ତ୍ରୀ ଘୋଷଣା କଲେ ଶ୍ରୀମନ୍ଦିର ସେବାୟତଙ୍କ ପାଇଁ ବିଭିନ୍ନ କଲ୍ୟାଣ ଯୋଜନା, ଜାଣନ୍ତୁ କଣ

March 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀ ଘୋଷଣା କଲେ ଶ୍ରୀମନ୍ଦିର ସେବାୟତଙ୍କ ପାଇଁ ବିଭିନ୍ନ କଲ୍ୟାଣ ଯୋଜନା, ଜାଣନ୍ତୁ କଣ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି। ଏଥିରେ ବିଭିନ୍ନ ଭତ୍ତା ପରିମାଣ ଓ ସ୍ୱାସ୍ଥ୍ୟ ବୀମାରେ ବୃଦ୍ଧି କରାଯାଇଥିବା ବେଳେ ପରିବାରର ଛାତ୍ରଛାତ୍ରୀଙ୍କ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହି ସବୁ କଲ୍ୟାଣ ଯୋଜନା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କାର୍ଯ୍ୟକାରୀ କରାଯାଉଛି।

ସୂଚନାଯୋଗ୍ୟ ଯେ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ଓ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ପାଇଁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଅନେକ ଥର ପୁରୀ ଗସ୍ତ କରିଛନ୍ତି । ଏହି ଅବସରରେ ସେବାୟତମାନେ ସେମାନଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ତାଙ୍କୁ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ଏ ବିଷୟରେ ଅବଗତ ହେବା ପରେ ସେବାୟତମାନଙ୍କ କଲ୍ୟାଣ ପାଇଁ ଏହି ନିଷ୍ପତ୍ତି ନେଇଛନ୍ତି।

ଘୋଷଣା ଅନୁଯାୟୀ ଶ୍ରୀ ଜଗନ୍ନାଥଙ୍କ ସେବାୟତ ଓ ତାଙ୍କ ପରିବାର ପାଇଁ ଉଦ୍ଦିଷ୍ଟ ସ୍ୱାସ୍ଥ୍ୟ ବୀମା ଯୋଜନାରେ ପୂର୍ବରୁ ଦିଆଯାଉଥିବା ବୀମା ରାଶି ପରିମାଣକୁ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଗୁରୁତର ରୋଗର ଚିକିତ୍ସା ପାଇଁ ଅତିରକ୍ତ ୫ ଲକ୍ଷ ଟଙ୍କା ସହାୟତା ଦିଆଯିବ।

ସେହିଭଳି ସେବାୟତ ପରିବାରର ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ପ୍ରବେଶିକା ପରୀକ୍ଷା ଯଥା NEET, JEE ଓ Civil Service Coaching ପାଇଁ ବ୍ୟବସ୍ଥା ବାବଦରେ ବର୍ଷକୁ ୫୦ ହଜାର ଟଙ୍କା ହିସାବରେ ସର୍ବାଧିକ ୩ ଥର ସହାୟତା ଯୋଗାଇ ଦିଆଯିବ।

ସେବାୟତମାନଙ୍କୁ ଦିଆଯାଉଥିବା ବିଭିନ୍ନ ବର୍ଦ୍ଧିତ ଭତ୍ତା, ସ୍ୱାସ୍ଥ୍ୟ ବୀମା ରାଶି, କୋଚିଂ ସହାୟତା ଓ ଅନ୍ୟାନ୍ୟ ସହାୟତା ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ରାଜ୍ୟ ସରକାର ୧୦.୮୫ କୋଟି ଯୋଗାଇ ଦେଇଛନ୍ତି।

ଶ୍ରୀମନ୍ଦିର ସେବାୟତ ସେବାୟତ କଲ୍ୟାଣ
Share. Facebook Twitter LinkedIn Email WhatsApp Copy Link

Related Posts

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025
Latest News

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.