Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମେଣ୍ଟକୁ ନେଇ ବାଉଳା ହେଲେଣି ମନମୋହନ ସାମଲ, ପୁଣି ଦିଲ୍ଲୀ ଡକରା, କଥା ବଦଳାଇଲେ
ଜାତୀୟ ଖବର

ମେଣ୍ଟକୁ ନେଇ ବାଉଳା ହେଲେଣି ମନମୋହନ ସାମଲ, ପୁଣି ଦିଲ୍ଲୀ ଡକରା, କଥା ବଦଳାଇଲେ

March 14, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମେଣ୍ଟକୁ ନେଇ ବାଉଳା ହେଲେଣି ମନମୋହନ ସାମଲ, ପୁଣି ଦିଲ୍ଲୀ ଡକରା, କଥା ବଦଳାଇଲେ

ଭୁବନେଶ୍ବର: ବର୍ତ୍ତମାନ ମେଣ୍ଟକୁ ନେଇ ବିଜେପି ସଭାପତି ମନମୋହନ ସାମଲ ପ୍ରବଳ ଚାପରେ ରହିଛନ୍ତି। ସେ ଏହି ମେଣ୍ଟ ସଂପର୍କରେ କଣ କେତେବେଳେ କହୁଛନ୍ତି ତାହା ଜାଣିପାରୁ ନାହାଁନ୍ତି। ଆଜି ସକାଳେ ମନମୋହନ ଦିଲ୍ଲୀରୁ ଭୁବନେଶ୍ବରରେ ପହଞ୍ଚିଥିଲେ। କିଛି ଘଣ୍ଟା ପରେ ପୁଣି ତାଙ୍କୁ ଦିଲ୍ଲୀ ଡକରା ଆସିଲାଣି। ଫଳରେ ଏହି ମେଣ୍ଟ ଚର୍ଚ୍ଚା ପୁଣି ଥରେ ଜୋର ଧରିଛି।

ସକାଳେ ମନମୋହନ ସାମଲ କହିଲେ ଯେ, ଓଡିଶାରେ ବିଜେପି ଏକକାକୀ ସରକାର ଗଠନ କରିବ। କାହା ସହିତ ମେଣ୍ଟ କରିବ ନାହିଁ। ବାରମ୍ବାର ମେଣ୍ଟ ସଂପର୍କରେ ପଚରାଯିବା ପରେ ସେ ଏହାର ଉତ୍ତର ଦେବାକୁ ଏଡାଇ ଯାଇଥିଲେ। ସେ ଗୋଟିଏ ଉତ୍ତର ଦେଇଥିଲେ ଯେ, ଓଡିଶାରେ ବିଜେପି ସରକାର କରିବ। ତାହାର ପକ୍ରିୟା ଚାଲିଛି।

ଏତିକି କହି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ସେ ତାଙ୍କ ଟୁଇଟରରେ ଓଡିଶାର ବିଜେପି ସରକାର ଗଠନ କରିବ ବୋଲି ଉଲ୍ଲେଖ କରିଥିଲେ। ଏହାର କିଛି ସମୟ ପରେ ସେ ସେହି ଟୁଇଟକୁ ହଟାଇ ଦେଲେ। ଯାହାକୁ ନେଇ ରାଜ୍ୟ ରାଜନୀତିରେ ବେଶ ଚର୍ଚ୍ଚାର ବିଷୟ ପାଲଟିଛି। ସେ କଣ ଦିଲ୍ଲୀ ନେତୃତ୍ୟଙ୍କ ଚାପରେ ଟୁଇଟର ନିଜ ଲେଖା ହଟାଇ ଦେଲେ କି ବୋଲି ପ୍ରଶ୍ନ ସୃଷ୍ଟି ହୋଇଛି।

ଏବେ ପୁଣି ତାଙ୍କୁ ଦିଲ୍ଲୀ ଡକରା ଆସିଛି ବୋଲି କୁହାଯାଇଛି। ତା ପୂର୍ବରୁ ସେ ତାଙ୍କର ବୟାନରେ ପରିବର୍ତ୍ତନ କରିଛନ୍ତି। ସେ କହିଛନ୍ତି ଯେ, ମେଣ୍ଟ କଥା ଶୀର୍ଷ ନେତୃତ୍ବ ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ନେବେ। ଆମେ ସେ ସଂପର୍କରେ କିଛି କହିପାରିବୁ ନାହିଁ ବୋଲି ସେ ମନ୍ତବ୍ୟ ଦେଇଛନ୍ତି। ଫଳରେ ମନମୋହନ ସାମଲ ଏହାକୁ ନେଇ ପୁରା ବାଉଳା ହୋଇଗଲେଣି କହିଲେ ଅତ୍ୟୁକ୍ତି ହେବ ନାହିଁ। କାରଣ ସକାଳେ ଗୋଟେ କଥା କହୁଥିବା ବେଳେ ମଧ୍ୟାହ୍ନରେ ଆଉ ଏକ କଥା କହୁଛନ୍ତି।

ମନମୋହନଙ୍କ ଗତିବିଧିରୁ ସ୍ପଷ୍ଟ ଜଣାପଡିଛି ଯେ, ବିଜେପିର ଶୀର୍ଷ ନେତୃତ୍ବ ମେଣ୍ଟ କରିବାକୁ ଚାହୁଁଛନ୍ତି ହେଲେ ମନମୋହନ କୁଆଡେ ରାଜି ହେଉ ନାହାଁନ୍ତି। ତେଣୁ ହୁଏତ ଏପରି ପରିସ୍ଥିତିରେ ମନମୋହନଙ୍କ ଉପରେ ଦଳ କିଛି ବଡ ପଦକ୍ଷେପ ନେଇଯାଇପାରେ ବୋଲି ଚର୍ଚ୍ଚା ଚାଲିଛି।

ବିଜେଡି ବିଜେପି ମେଣ୍ଟ ମନମୋହନ ସାମଲ ମେଣ୍ଟ ମେଣ୍ଟ ରାଜନୀତି
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026

ବୋମା ବିସ୍ଫୋରଣରେ ଦୁଇ ନାବାଳକ ଗୁରୁତର

April 6, 2026
Latest News

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.