Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସରିଲା ବିଜେଡିର ନିର୍ବାଚନ ପ୍ରସ୍ତୁତି ବୈଠକ, ନବୀନ ପଟ୍ଟନାୟକ ପୁରୀରୁ ଛିଡା ହେବା ପାଇଁ ଆସିଲା ପ୍ରସ୍ତାବ
ଜାତୀୟ ଖବର

ସରିଲା ବିଜେଡିର ନିର୍ବାଚନ ପ୍ରସ୍ତୁତି ବୈଠକ, ନବୀନ ପଟ୍ଟନାୟକ ପୁରୀରୁ ଛିଡା ହେବା ପାଇଁ ଆସିଲା ପ୍ରସ୍ତାବ

March 18, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
Puri
ସରିଲା ବିଜେଡିର ନିର୍ବାଚନ ପ୍ରସ୍ତୁତି ବୈଠକ, ନବୀନ ପଟ୍ଟନାୟକ ପୁରୀରୁ ଛିଡା ହେବା ପାଇଁ ପ୍ରସ୍ତାବ

ଭୁବନେଶ୍ବର: ଶେଷ ହୋଇଛି ବିଜେଡିର ନିର୍ବାଚନ ପ୍ରସ୍ତୁତି ବୈଠକ। ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ତଥା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା। ଏଥିରେ ଆଜି ନବୀନ ପୁରୀ ଲୋକସଭା କ୍ଷେତ୍ରରୁ ତାଙ୍କର ନିର୍ବାଚନ ରଣନୀତି ଆରମ୍ଭ କରିଛନ୍ତି। ଏହି ବୈଠକରେ ପୁରୀ ଲୋକସଭା ଅଧିନସ୍ଥ ବିଧାୟକ ଓ ନେତାମାନେ ଯୋଗ ଦେଇଥିଲେ।

ତେବେ ଏହି ବୈଠକରେ ଏକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆସିଥିବାର ଜଣାପଡିଛି। ତାହା ହେଲା ଯେ, ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପୁରୀ ବିଧାନସଭା କ୍ଷେତ୍ରରୁ ଏଥର ଛିଡା ହୁଅନ୍ତୁ ବୋଲି ବୈଠକରେ ବହୁ ନେତା ପ୍ରସ୍ତାବ ଦେଇଥିଲେ। ତେବେ ଏ ନେଇ ନବୀନ କାହାକୁ କିଛି କହି ନ ଥିଲେ ମଧ୍ୟ ଏହା ଉପରେ ପରେ ବିଚାର କରିବେ ବୋଲି ଜଣାପଡିଛି।

ତେବେ ଆଜିର ବୈଠକରେ ପୁରୀ ସଂସଦୀୟ କ୍ଷେତ୍ର ଉପରେ ଆଲୋଚନା ହୋଇଥିଲେ ମଧ୍ୟ ପୁରୀ ସାଂସଦ ପିନାକୀ ମିଶ୍ର ଏଥିରେ ଯୋଗ ଦେଇ ନ ଥିଲେ। ତେବେ ସେ ଏଥର ନିର୍ବାଚନରେ ଛିଡା ହେବେ ନାହିଁ ବୋଲି ପୂର୍ବରୁ ସ୍ପଷ୍ଟ ହୋଇଥିବାରୁ ଏହି ବୈଠକରୁ ସେ ଦୂରେଇ ରହିଥିବାର ଜଣାପଡିଛି।

ତେବେ ବିଶେଷ ସୁତ୍ର ଅନୁସାରେ ତାଙ୍କ ପରିବର୍ତ୍ତେ ଦଳ ପୁରୀରୁ ଏଥର ଅରୂପ ପଟ୍ଟନାୟକଙ୍କୁ ପ୍ରାର୍ଥୀ କରିବ ବୋଲି ସ୍ପଷ୍ଟ ହୋଇଛି। ସେଥିପାଇଁ ଏହି ବୈଠକରେ ଅରୂପଙ୍କ ପ୍ରାର୍ଥୀତ୍ବକୁ ନେଇ ଆଲୋଚନା ହୋଇଥିବାର ଜଣାପଡିଛି।

ଅନ୍ୟପକ୍ଷରେ ସତ୍ୟବାଦୀକୁ ନେଇ ଉମାକାନ୍ତ ସାମନ୍ତରାୟ ଏବଂ ସଂଜୟ ଦାସବର୍ମା ମଧ୍ୟରେ ଚାଲିଥିବା ଶୀତଳ ଯୁଦ୍ଧ ସଂପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା। ଉଭୟଙ୍କ ମଧ୍ୟରେ ଏକ ଆପୋଶ ବୁଝାମଣା ହୋଇଥିବାର ଜଣାପଡିଛି। ଉଭୟ ଆସନ ଅଦଳବଦଳ କରିବେ ବୋଲି ରାଜି ହୋଇଛନ୍ତି।

ତେବେ ଆଜିର ବୈଠକରେ ମେଣ୍ଟ ନେଇ କୌଣସି ଆଲୋଚନା ହୋଇ ନ ଥିବା ଜଣାପଡିଛି। ହେଲେ ପୁରୀ ଲୋକସଭା ଆସନରେ ବିଜେଡି ପ୍ରାର୍ଥୀ ଦେବ ବୋଲି ଏହି ବୈଠକରୁ ସ୍ପଷ୍ଟ ହୋଇଛି।

ଏହି ବୈଠକରେ ନୟାଗଡ଼ ବିଧାୟକ ଅରୁଣ ସାହୁ, ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟ, ପିପିଲି ବିଧାୟକ ରୁଦ୍ର ପ୍ରସାଦ ମହାରଥୀ ଉପସ୍ଥିତ ଥିଲେ। ସେହିପରି ପୂର୍ବତନ ବିଧାୟକ ସଂଜୟ ଦାସବର୍ମା ଓ  ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିିଆ ବୈଠକରେ ଯୋଗଦେଇଥିଲେ। ଏହି ବୈଠକକୁ ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ପରିଚାଳନା କରିଥିଲେ।

odishaelection2024 ଓଡିଶା ନିର୍ବାଚନ2024 ପୁରୀ ଲୋକସଭା ପୁରୀ ଲୋକସଭା ପ୍ରାର୍ଥୀ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026
Latest News

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.