Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ମଇଦାନରେ ରାହୁଳ ଓ ନଡ୍ଡା ମୁହାଁମୁହିଁ, ନବୀନଙ୍କୁ କେତେ ମାତ୍ରାରେ କରିବେ ସମାଲୋଚନା ??
ଜାତୀୟ ଖବର

ଆଜି ମଇଦାନରେ ରାହୁଳ ଓ ନଡ୍ଡା ମୁହାଁମୁହିଁ, ନବୀନଙ୍କୁ କେତେ ମାତ୍ରାରେ କରିବେ ସମାଲୋଚନା ??

April 28, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଜି ମଇଦାନରେ ରାହୁଳ ଓ ନଡ୍ଡା ମୁହାଁମୁହିଁ, ନବୀନଙ୍କୁ କେତେ ମାତ୍ରାରେ କରିବେ ସମାଲୋଚନା ??

ଭୁବନେଶ୍ବର: ଆଜି ଓଡିଶା ନିର୍ବାଚନ ମଇଦାନ କମ୍ପମାନ ହେବ। କାରଣ ଆଜି ଅପରାହ୍ନରେ କଂଗ୍ରେସ ନେତା ରାହୁଳ ଗାନ୍ଧୀ ଏବଂ ବିଜେପି ସଭାପତି ଜେ ପି ନଡ୍ଡା ପ୍ରଚାର କରିବା। ଉଭୟ ଗୋଟିଏ ଦିନରେ ଆସୁଥିବାରୁ ବର୍ତ୍ତମାନ ଓଡିଶା ରାଜନୈତିକ ମହଲରେ ବେଶ ଚର୍ଚ୍ଚା ଚାଲିଛି। ରାଜ୍ୟରେ ତାପମାତ୍ରା ବୃଦ୍ଧି ସାଙ୍ଗକୁ ବଢିବାରେ ଲାଗିଛି ରାଜନୈତିକ ପାଣିପାଗ।

ପ୍ରଦେଶ କଂଗ୍ରେସ ସୂଚନା ଅନୁସାରେ ରାହୁଳ ଗାନ୍ଧୀ ଏକ ସ୍ବତନ୍ତ୍ର ବିମାନରେ ଆଜି ଆସି ଦିନ ୧୧ଟା ୩୦ରେ ଭୁବନେଶ୍ବରରେ ପହଞ୍ଚିବେ। ସେଠାରୁ ହେଲିକପ୍ଟର ଯୋଗେ ଯାଇ ଦିନ ୧୨ଟାରେ କଟକ ସତ୍ୟଭାମାପୁରରେ ପହଂଚିବେ । ସେଠାରେ ଉତ୍କଳ ଗୌରବ ମଧୁସୂଦନ ଦାଶଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରି ୧୨ ଟା ୪୫ରେ ସାଲେପୁରଠାରେ ସାଧାରଣ ସଭାକୁ ସମ୍ବୋଧନ କରିବେ । ୨ଟା ୧୫ରେ ସାଲେପୁରରୁ ଭୁବନେଶ୍ୱର ଫେରିଆସିବେ।

ସାଲେପୁରରେ ରାହୁଲ ଗାନ୍ଧୀ ଉପକୂଳ ଜିଲ୍ଲା ୪ଟି ଲୋକସଭା, କଟକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର ଏବଂ ଏହା ଅଧିନରେ ଥିବା ୨୮ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରଚାର କରିବେ। ସେଠାରେ ଏହିସବୁ ନିର୍ବାଚନ ମଣ୍ଡଳୀର ଲୋକସଭା ଓ ବିଧାନସଭା ପ୍ରାର୍ଥୀ ହାଜର ହେବା ପାଇଁ କୁହାଯାଇଛି। ଭୁବନେଶ୍ବର କାର୍ଯ୍ୟକ୍ରମ ସାରି ଆଜି ୨ଟା ୨୫ରେ ରାହୁଳ ଭୁବନେଶ୍ୱର ବିମାନ ବନ୍ଦରରୁ ଦାମନଡିୟୁ ଯିବାର କାର୍ଯ୍ୟକ୍ରମ ରହିଛି।

ସେହିପରି ବିଜେପି ରାଷ୍ଟ୍ରୀୟ ସଭାପତି ମଧ୍ୟ ଆଜି ଓଡିଶା ଆସୁଛନ୍ତି। ସେ ଆଜି ଅପରାହ୍ନରେ ଭୁବନେଶ୍ୱର ପହଂଚିବା ପରେ ସିଧାସଳଖ ବ୍ରହ୍ମପୁର ଗସ୍ତ କରି ଆମ୍ବପୁଆଠାରେ ଅନୁଷ୍ଠିତ ହେବାକୁ ଥିବା ଜନସଭାକୁ ସମ୍ଭୋଧନ କରିବେ। ଏହା ପରେ ଶ୍ରୀ ନଡ୍ଡା ଦଳୀୟ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତାଙ୍କୁ ଭେଟିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଶ୍ରୀ ନଡ୍ଡା ଗୋପାଳପୁରଠାରେ ରାତ୍ରଯାପନ କରିବେ । ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନଡ୍ଡା ୨୯ ତାରିଖ ସକାଳେ ଭୁବନେଶ୍ୱର ଫେରି ଆସି ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାପଡିଛି।

ଉଭୟ ଦଳର ଶୀର୍ଷ ନେତା ଓଡିଶା ଆସୁଥିବାରୁ କଂଗ୍ରେସ ଓ ବିଜେପି ଶିବିରରେ ବେଶ ଉତ୍ସାହ ଭରିଯାଇଛି। ଉଭୟ ଦଳ ସେମାନଙ୍କ ନେତାଙ୍କ ଗସ୍ତକୁ ସଫଳ କରିବା ପାଇଁ ଲାଗିପଡିଛନ୍ତି। ଉଭୟ ଓଡିଶାରେ ଶାସନ କରିବେ ବୋଲି ଆଶା ରଖିଛନ୍ତି। ତେବେ ଜାତୀୟ ସ୍ତରର ଏହି ଦୁଇ ନେତା ନବୀନ ସରକାରଙ୍କୁ କିପରି ସମାଲୋଚନା କରୁଛନ୍ତି ତାହାକୁ ସମସ୍ତେ ଅନେଇ ରହିଛନ୍ତି।

J P Nadda rahul gandhi ଓଡିଶାରେ ନଡ୍ଡା ଓଡିଶାରେ ରାହୁଳ ଗାନ୍ଧୀ ପ୍ରଚାରରେ ଜେପି ନଡ୍ଡା
Share. Facebook Twitter LinkedIn Email WhatsApp Copy Link

Related Posts

ଭଦ୍ରକରେ ବନ୍ୟା ସ୍ଥିତି ଗମ୍ଭୀର, ୧.୦୭ ଲକ୍ଷ ଲୋକ ସ୍ଥାନାନ୍ତର

August 17, 2026

ଲୁଟ୍‌ ମାମଲାରେ ଅଭିଯୁକ୍ତ ଥାନାରୁ ଫେରାର, ASI ଓ କନେଷ୍ଟବଳ ନିଲମ୍ବିତ

August 17, 2026

ପ୍ରଶ୍ନପତ୍ର ତ୍ରୁଟି ପରେ NTAର ବଡ଼ ନିଷ୍ପତ୍ତି, ହେବ ପୁନଃ ପରୀକ୍ଷା

August 16, 2026

Odisha Flood Alert: ୪ ଜିଲ୍ଲାରେ ସ୍କୁଲ ବନ୍ଦ, ଉତ୍କଳ ବିଶ୍ବବିଦ୍ୟାଳୟ ପରୀକ୍ଷା ବାତିଲ

August 16, 2026
Latest News

ଭଦ୍ରକରେ ବନ୍ୟା ସ୍ଥିତି ଗମ୍ଭୀର, ୧.୦୭ ଲକ୍ଷ ଲୋକ ସ୍ଥାନାନ୍ତର

August 17, 2026

ଲୁଟ୍‌ ମାମଲାରେ ଅଭିଯୁକ୍ତ ଥାନାରୁ ଫେରାର, ASI ଓ କନେଷ୍ଟବଳ ନିଲମ୍ବିତ

August 17, 2026

ପ୍ରଶ୍ନପତ୍ର ତ୍ରୁଟି ପରେ NTAର ବଡ଼ ନିଷ୍ପତ୍ତି, ହେବ ପୁନଃ ପରୀକ୍ଷା

August 16, 2026

Odisha Flood Alert: ୪ ଜିଲ୍ଲାରେ ସ୍କୁଲ ବନ୍ଦ, ଉତ୍କଳ ବିଶ୍ବବିଦ୍ୟାଳୟ ପରୀକ୍ଷା ବାତିଲ

August 16, 2026

୧୫ ଲକ୍ଷ ଲାଞ୍ଚ ନେଉଥିବା ବେଳେ ନିର୍ଦ୍ଦେଶକଙ୍କ ପୁଅଙ୍କ ସମେତ ରେଳ ଇଞ୍ଜିନିୟର ଗିରଫ

August 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.