Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିଶାଳ ଜନସମୁଦ୍ର ମଧ୍ୟରେ କୋରାପୁଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଆରା ପ୍ରଚାର
ଜାତୀୟ ଖବର

ବିଶାଳ ଜନସମୁଦ୍ର ମଧ୍ୟରେ କୋରାପୁଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଆରା ପ୍ରଚାର

May 4, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଶାଳ ଜନସମୁଦ୍ର ମଧ୍ୟରେ କୋରାପୁଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଆରା ପ୍ରଚାର

ଭୁବନେଶ୍ବର: ରାଜନୀତିରେ ନିଜର ସ୍ବଚ୍ଛ ଓ ସରଳ ଚିନ୍ତାଧାରା ପାଇଁ ସାରା ଦେଶରେ ପ୍ରଶଂସିତ ନବୀନ ପଟ୍ଟନାୟକ ଆଜି ନିଆରା ଶୈଳୀରେ କୋରାପୁଟର ଓଏମ୍‌ପି ପଡିଆରେ ନିର୍ବାଚନ ପ୍ରଚାର କରିଛନ୍ତି।

ପ୍ରଚାରରେ ଲମ୍ବା ଲମ୍ବା ଭାଷଣ ନ ଥିଲା, କି କାହାକୁ କଟୁ ସମାଲୋଚନା ନ ଥିଲା । ବ୍ୟକ୍ତିଗତ ଆରୋପ ଓ ଆକ୍ଷେପର ପ୍ରଶ୍ନ ଉଠୁ ନ ଥିଲା । ଏହା ହେଉଛି ନବୀନଙ୍କ USP. କଥା କମ୍‌, କାମ ବେଶି ହେଉଛି ତାଙ୍କର ନିଜସ୍ବ ଷ୍ଟାଇଲ। ଆଜି ସେହି ଷ୍ଟାଇଲରେ ମୁଖ୍ୟମନ୍ତ୍ରୀ ମାତ୍ର ଗୋଟିଏ ମିନିଟ୍‌ରେ ତାଙ୍କର ପ୍ରଚାର ଶେଷ କରିଥିଲେ। ଲୋକଙ୍କୁ କାମର ହିସାବ ଦେଲେ ଓ ମତାମତ ଲୋଡିଲେ।

ଉପସ୍ଥିତ ବିଶାଳ ଜନସମୁଦ୍ରର ହର୍ଷ ଉଲ୍ଲାସ ଓ କରତାଳି ମଧ୍ୟରେ ମୁଖ୍ୟମନ୍ତ୍ରୀ ପଚାରିଥିଲେ ୭ଟି ପ୍ରଶ୍ନ। ଆମର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଭଲ ଚାଲିଛି ? ମମତା ଯୋଜନା ଭଲ ଚାଲିଛି ? ମିଶନ ଶକ୍ତି, ନୂଆ-ଓ ସ୍କଲାରସିପ୍‌, କାଳିଆ ଯୋଜନା, ପୁରୀ ପରିକ୍ରମା ପ୍ରକଳ୍ପ ଆଦି ସବୁ କାମ ଭଲ ଚାଲିଛି ବୋଲି ପଚାରିଥିଲେ ମୁଖ୍ୟମନ୍ତ୍ରୀ। ପ୍ରତି ପ୍ରଶ୍ନରେ ଜନତାଙ୍କ ଉତ୍ତର ହଁ ବହୁତ ଭଲ ଚାଲିଛିରେ ସଭାସ୍ଥଳୀ ପ୍ରତିଧ୍ବନିତ ହୋଇଥିଲା । ସମସ୍ତେ ବହୁତ ଖୁସି ଓ ଉତ୍ସାହିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ଦେଖି ସେମାନଙ୍କର ଆନନ୍ଦ ସ୍ପଷ୍ଟ ପରିଲକ୍ଷିତ ହେଉଥିଲା । ଏ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ବିରୋଧୀଙ୍କୁ ମୃଦୁ ସମାଲୋଚନା କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିରୋଧୀ ଦଳ ମାନେ ମିଛ କଥା କହୁଛନ୍ତି, ଅପପ୍ରଚାର କରୁଛନ୍ତି। ଆପଣମାନଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ଆପଣମାନେ ମୋତେ ଆଶୀର୍ବାଦ କରନ୍ତୁ, ଶଙ୍ଖ ଚିହ୍ନରେ ଦୁଇ ଥର ଭୋଟ ଦେଇ ଲୋକସଭା ଓ ବିଧାନସଭା ପ୍ରାର୍ଥୀ ମାନଙ୍କୁ ଜିତାନ୍ତୁ ।

ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଲୋକଙ୍କୁ ପଚାରିଥିଲେ କୋରାପୁଟ ମେଡିକାଲ କଲେଜ କିଏ କରିଛି । ଗୁପ୍ତେଶ୍ବର ମନ୍ଦିର ରୂପାନ୍ତର କିଏ କରିଛି। କୋରାପୁଟ ଜଗନ୍ନାଥ ମନ୍ଦିରର ରୂପାନ୍ତର କିଏ କରିଛି । କୋରାପୁଟରେ ଚର୍ଚ୍ଚର ରୂପାନ୍ତର କିଏ କରିଛି । ବଡ ବଡ ସେତୁ, ନୂଆ-ଓ ସ୍କଲାରସିପ, ମିଶନ ଶକ୍ତି, କାଳିଆ, ମମତା ଆଦି ଯୋଜନା କିଏ କରିଛି। ସବୁର ଉତ୍ତର ଆସିଥିଲା ନବୀନ ପଟ୍ଟନାୟକ। ଏହାପରେ ଶ୍ରୀ ପାଣ୍ଡିଆନ କହିଥିଲେ ନବୀନ ପଟ୍ଟନାୟକ ଆପଣଙ୍କ ପାଇଁ ଦିନରାତି ୨୪ ଘଣ୍ଟା କାମ କରୁଛନ୍ତି, ଆପଣମାନେ ତାଙ୍କୁ ଆଶୀର୍ବାଦ କରନ୍ତୁ, ଯୋଡି ଶଙ୍ଖରେ ଭୋଟ ଦିଅନ୍ତୁ ।

ଲୋକସଭା ପ୍ରାର୍ଥୀ କୌଶଲ୍ୟା ହିକକା କହିଥିଲେ ଯେ ବିଜୁ ବାବୁ ମା’ମାନଙ୍କ ପାଇଁ ଯେଉଁ ସ୍ବପ୍ନ ଦେଖିଥିଲେ, ତାକୁ ଆମର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂରଣ କରିଛନ୍ତି। ବିଜୁ ଜନତା ଦଳ ଆଜି ଏକ ସାମାଜିକ ଆନ୍ଦୋଳନ ହୋଇ ସବୁ ବର୍ଗର ସଶକ୍ତି କରଣ କରୁଛି ବୋଲି ସେ କହିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ଲକ୍ଷ୍ମୀପୁର ବିଧାନସଭା ପ୍ରାର୍ଥୀ ପ୍ରଭୁ ଜାନି, ପଟାଙ୍ଗୀ ବିଧାନସଭା ପ୍ରାର୍ଥୀ ପ୍ରଫୁଲ୍ଲ ପାଙ୍ଗୀ, ଜୟପୁର ବିଧାନସଭା ପ୍ରାର୍ଥୀ ଇନ୍ଦିରା ନନ୍ଦ ଓ କୋରାପୁଟ ବିଧାନସଭା ପ୍ରାର୍ଥୀ ରଘୁରାମ ପଡ଼ାଲ ପ୍ରମୁଖ ନିର୍ବାଚନ ପ୍ରଚାର କରି ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ନିବେଦନ କରିଥିଲେ ।

odishaelection2024 ଓଡିଶାନିର୍ବାଚନ2024 କୋରାପୁଟ ଲୋକସଭା ନବୀନଙ୍କ ପ୍ରଚାର ନିର୍ବାଚନ ପ୍ରଚାର
Share. Facebook Twitter LinkedIn Email WhatsApp Copy Link

Related Posts

ପିସ୍ତଲ୍ ସହ ଦୁଇ ସନ୍ଦିଗ୍ଧ ଯୁବକ ଗିରଫ

September 10, 2025

ଏଫ.ଏମ. କଲେଜ ଛାତ୍ରୀଙ୍କ ମୃତ୍ୟୁ ମାମଲା: ପ୍ରାରମ୍ଭିକ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

September 10, 2025

ହିମାଚଳ ପ୍ରଦେଶର ବନ୍ୟାପୀଡ଼ିତ ଅଞ୍ଚଳର ଆକାଶମାର୍ଗରୁ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

September 10, 2025

ଓଡ଼ିଶାରେ ରେଳ କ୍ଷେତ୍ରର ବିକାଶ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କ ମଧ୍ୟରେ ବୈଠକ

September 10, 2025
Latest News

ପିସ୍ତଲ୍ ସହ ଦୁଇ ସନ୍ଦିଗ୍ଧ ଯୁବକ ଗିରଫ

September 10, 2025

ଏଫ.ଏମ. କଲେଜ ଛାତ୍ରୀଙ୍କ ମୃତ୍ୟୁ ମାମଲା: ପ୍ରାରମ୍ଭିକ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

September 10, 2025

ହିମାଚଳ ପ୍ରଦେଶର ବନ୍ୟାପୀଡ଼ିତ ଅଞ୍ଚଳର ଆକାଶମାର୍ଗରୁ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

September 10, 2025

ଓଡ଼ିଶାରେ ରେଳ କ୍ଷେତ୍ରର ବିକାଶ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କ ମଧ୍ୟରେ ବୈଠକ

September 10, 2025

ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ ଉଦ୍‍ଯାପିତ, ଓଡ଼ିଶୀ ନୃତ୍ୟ ‘ଦୁର୍ଯ୍ୟୋଧନ’ ପରିବେଷଣ

September 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.