Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ଓଡିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ଜାଣନ୍ତୁ କେତେ ଅଛନ୍ତି ଭୋଟର, କେତୋଟି ଭୋଟ କେନ୍ଦ୍ର, କେତେ ପ୍ରାର୍ଥୀ
ଜାତୀୟ ଖବର

ଆଜି ଓଡିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ଜାଣନ୍ତୁ କେତେ ଅଛନ୍ତି ଭୋଟର, କେତୋଟି ଭୋଟ କେନ୍ଦ୍ର, କେତେ ପ୍ରାର୍ଥୀ

May 20, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଜି ଓଡିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ଜାଣନ୍ତୁ କେତେ ଅଛନ୍ତି ଭୋଟର, କେତୋଟି ଭୋଟ କେନ୍ଦ୍ର, କେତେ ପ୍ରାର୍ଥୀ

ଭୁବନେଶ୍ବର: ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ପଞ୍ଚମ ପର୍ଯ୍ୟାୟ ତଥା  ଓଡ଼ିଶାର ଡ୍ବିତୀୟ ପର୍ଯ୍ୟାୟର ୫ ଗୋଟି ସଂସଦୀୟ କ୍ଷେତ୍ର ବରଗଡ଼,ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଏବଂ ଏସବୁ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୩୫ଟି ବିଧାନସଭା କ୍ଷେତ୍ର ପାଇଁ ଆଜି ମତଦାନ ହେବ। ଏହି ପର୍ଯ୍ୟାୟରେ ପାଞ୍ଚୋଟି ସଂସଦୀୟ କ୍ଷେତ୍ର ଅଧିନରେ ମୋଟ ୭୯,୬୯,୮୮୭ ଜଣ ମତଦାତା ନିଜର ମତାଧିକାର ସାବ୍ୟସ୍ତ କରିବେ ।

ଏମାନଙ୍କ ମଧ୍ୟରେ ୪୦,୩୩,୯୯୨ ପୁରୁଷ, ୩୯,୩୫,୦୪୪ ମହିଳା ଓ ୮୫୧ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି ଏବଂ ମତଦାତା ଲିଙ୍ଗ ଅନୁପାତ ୯୭୫ ରହିଛି । ଏମାନଙ୍କ ମଧ୍ୟରେ ୨,୧୩,୧୨୯ ଜଣ ୧୮-୧୯ ବର୍ଷ ବୟସର ପ୍ରଥମ ଥର ମତଦାତା, ୨୦-୨୯ ବର୍ଷ ବୟସର ୧୬,୯୮,୫୧୬ ଜଣ ଯୁବ ମତଦାତା ରହିଛନ୍ତି ।

ମତଦାନ କେନ୍ଦ୍ର

ଏହି ପର୍ଯ୍ୟାୟରେ ମୋଟ ୯୧୪୮ଟି ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର ରହିଛି । ଏହି ପଞ୍ଚମ ପର୍ଯ୍ୟାୟରେ ସାମଗ୍ରିକ ଭାବରେ ୫୫,୮୮୨ ଜଣ ୮୫ ବର୍ଷରୁ ଊଦ୍ଧ୍ୱର୍ ମତଦାତା, ୧୮୧୨ ଜଣ ୧୦୦ ବର୍ଷ ବୟସରୁ ଊଦ୍ଧ୍ୱର୍ ମତଦାତା, ୧,୦୭,୮୨୩ ଜଣ ଭିନ୍ନକ୍ଷମ ମତଦାତା, ୪୬ ଜଣ ପ୍ରବାସୀ ମତଦାତା ଓ ୧୦, ୬୩୦ ଜଣ ସର୍ଭିସ୍‌ ଭୋଟର ରହିଛନ୍ତି ।

ଏହି ପର୍ଯ୍ୟାୟରେ ମୋଟ ୯୧୪୮ ମତଦାନ କେନ୍ଦ୍ର ମଧ୍ୟରୁ ୧୦୯୦ଟି ସହରାଞ୍ଚଳ ଓ ୮୦୫୮ଟି ଗ୍ରାମାଞ୍ଚଳରେ ରହିଛି। ଏହା ମଧ୍ୟରେ ୧୦୪୧ଟି ‘ସଂପୂର୍ଣ୍ଣ ରୂପେ ମହିଳା କର୍ମଚାରୀ ପରିଚାଳିତ ମତଦାନ କେନ୍ଦ୍ର’, ୨୫ଟି ‘ସଂପୂର୍ଣ୍ଣ ରୂପେ ଭିନ୍ନକ୍ଷମ କର୍ମଚାରୀ ପରିଚାଳିତ ମତଦାନ କେନ୍ଦ୍ର’ ରହିଛି। ଏହି ପର୍ଯ୍ୟାୟରେ ମୋଟ ୧୫୪୧ଟି ଆଦର୍ଶ ମତଦାନ କେନ୍ଦ୍ର (ମଡ଼େଲ୍‌ ବୁଥ୍‌) ରହିଛି। ଏହି ପର୍ଯ୍ୟାୟରେ ପ୍ରାୟ ୬୦ ହଜାରରୁ ଅଧିକ ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି। ସମସ୍ତ ପୋଲିଂ ଷ୍ଟେସନ୍‌ ଲୋକେସନ୍‌ରେ ଜଣେ ଲେଖାଏଁ ସେ୍ୱଚ୍ଛାସେବୀ ଓ ଜଣେ ଲେଖାଏଁ ଆଶାକର୍ମୀ ନିୟୋଜିତ ହୋଇଛନ୍ତି।

ମୋଟ ପ୍ରାର୍ଥୀ ସଂଖ୍ୟା

ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଅସ୍କା ସଂସଦୀୟ କ୍ଷେତ୍ର ପାଇଁ ମୋଟ ୪୦ ଜଣ ପ୍ରାର୍ଥୀ (ପୁରୁଷ-୩୪, ମହିଳା-୬) ରହିଛନ୍ତି । ଏହି ସଂସଦୀୟ କ୍ଷେତ୍ରଗୁଡ଼ିକ ଅନ୍ତର୍ଗତ ୩୫ଟି ବିଧାନସଭା କ୍ଷେତ୍ର ପାଇଁ ମୋଟ ୨୬୫ ଜଣ (ପୁରୁଷ-୨୨୪, ମହିଳା-୪୧) ପ୍ରାର୍ଥୀ ରହିଛନ୍ତି ।

ଇଭିଏମ୍‌ ଓ ଭିଭିପାଟ୍‌

ପଞ୍ଚମ ପର୍ଯ୍ୟାୟ ନିର୍ବାଚନରେ ସଂସଦୀୟ କ୍ଷେତ୍ର ପାଇଁ ମୋଟ ୧୧,୬୧୧ଟି ବାଲାଟ୍‌ ୟୁନିଟ୍‌, ୧୧,୬୧୧ଟି କଣ୍ଟ୍ରୋଲ ୟୁନିଟ୍‌ ଓ ୧୨,୭୬୨ଟି ଭିଭିପାଟ Commission ହୋଇଛି । ବିଧାନସଭା କ୍ଷେତ୍ର ମତଦାନ ପାଇଁ ୧୧,୬୩୨ଟି ବାଲାଟ ୟୁନିଟ୍‌, ୧୧,୬୩୨ଟି କଣ୍ଟ୍ରୋଲ ୟୁନିଟ୍‌ ଓ ୧୨୭୬୮ଟି ଭିଭିପାଟ୍‌ Commission ହୋଇଛି ।

ମତଦାନ ପାଇଁ ବ୍ୟବସ୍ଥା

1- ବରିଷ୍ଠ ଭୋଟର ଓ ଭିନ୍ନକ୍ଷମ ଭୋଟରଙ୍କ ସହାୟତା ପାଇଁ ସେ୍ୱଚ୍ଛାସେବୀମାନେ ରହିବେ।ସେମାନଙ୍କ ପାଇଁ ବସିବା ବ୍ୟବସ୍ଥା କରାଯାଇଛି ।
2-ଭୋଟରମାନଙ୍କ ପାଇଁ ପୋଲିଂ ବୁଥ୍‌ରେ ପାନୀୟ ଜଳ, ଶୌଚାଳୟ ଓ ଛାଇଆଦି ସର୍ବନିମ୍ନ ସୁବିଧା ସୁନିଶ୍ଚିତ କରାଯାଇଛି ।
3-ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମଙ୍କ ପାଇଁ ଘରୁ ବୁଥ୍‌କୁ ଓ ବୁଥ୍‌ରୁ ଆଣି ଘରେ ଛାଡ଼ିବା ପାଇଁ ନିଃଶୁଲ୍କ ଯାନର ବ୍ୟବସ୍ଥା କରାଯାଇଛି ।
4-ମତଦାନ ହେବାକୁ ଥିବା ସଂସଦୀୟ କ୍ଷେତ୍ରର ବିଭିନ୍ନ ସ୍ଥାନରେ ଜଳଛତ୍ରର ବ୍ୟବସ୍ଥା କରାଯାଇଛି ।
5-ସମସ୍ତ ସଖୀ ବୁଥ୍‌ରେ ମହିଳା ସୁରକ୍ଷାକର୍ମୀ ମୁତୟନ ରହିବେ ।

ଓଡିଶା ଭୋଟ ମତଦାନ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026
Latest News

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.