Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡିଶା ପ୍ରଚାରରେ ଆସୁଛନ୍ତି ଜେ ପି ନଡ୍ଡା, ଯୋଗୀ ଅଦିତ୍ୟନାଥ, ଅରୁଣ ଗୋଭିଲ ସହ ବହୁ ବିଜେପି ନେତା
ଜାତୀୟ ଖବର

ଓଡିଶା ପ୍ରଚାରରେ ଆସୁଛନ୍ତି ଜେ ପି ନଡ୍ଡା, ଯୋଗୀ ଅଦିତ୍ୟନାଥ, ଅରୁଣ ଗୋଭିଲ ସହ ବହୁ ବିଜେପି ନେତା

May 21, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡିଶା ପ୍ରଚାରରେ ଆସୁଛନ୍ତି ଜେ ପି ନଡ୍ଡା, ଯୋଗୀ ଅଦିତ୍ୟନାଥ, ଅରୁଣ ଗୋଭିଲ ସହ ବହୁ ବିଜେପି ନେତା

ଭୁବନେଶ୍ୱର: ପ୍ରଚାର କରିବା ପାଇଁ ଓଡିଶା ଆସୁଛନ୍ତି ବିଜେପିର ବହୁ କେନ୍ଦ୍ରୀୟ ନେତା। ସେହି ପରିପ୍ରେକ୍ଷୀରେ ଆସନ୍ତା କାଲି ୨୨ତାରିଖ ଦିନ ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା। ସେ ସକାଳ ୮.୩୦ରେ ସମ୍ବଲପୁର ଗସ୍ତ କରିବେ। ସେଠାରେ ସେ ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରି ଆର୍ଶୀବାଦ ଗ୍ରହଣ କରିବେ। ଏହାପରେ ସକାଳ ୦୯.୧୫ରେ ସମ୍ବଲପୁରଠାରେ ଥିବା ସ୍ୱର୍ଗତଃ ବିଜୁ ବରୁଆଙ୍କ ଜନ୍ମ ସ୍ଥାନକୁ ଯାଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବେ।

ଶ୍ରୀ ବିଶ୍ୱଶର୍ମା ଦେବଗଡଠାରେ ପୂର୍ବାହ୍ନ ୧୦.୩୦ରେ ‘ରୋଡ୍ ଶୋ’ରେ ଯୋଗ ଦେବେ । ଶ୍ରୀ ବିଶ୍ୱଶର୍ମା ମଧ୍ୟାହ୍ନ ୧.୩୦ରେ ଚଂପୁଆ ନିର୍ବାଚନମଣ୍ଡଳୀର ବଡବିଲ, ଅପରାହ୍ଣ ୩ ଟାରେ ଚୌଦ୍ୱାର ଏବଂ ଅପରାହ୍ଣ ୪ଟାରେ ବଡମ୍ବାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି।

ସେହିପରି ଲୋକପ୍ରିୟ ରାମାୟଣ ଧାରାବାହିକରେ ପ୍ରଭୁ ଶ୍ରୀରାମ ଚରିତ୍ରରେ ଭୂମିକା ନିର୍ବାହ କରିଥିବା ସୁପ୍ରସିଦ୍ଧ ସିନେ ତାରକା ଶ୍ରୀ ଅରୁଣ ଗୋଭିଲ ଆସନ୍ତା କାଲି ୨୨ ତାରିଖ ପୂର୍ବାହ୍ନ୧୦.୪୫ରେ କେନ୍ଦୁଝରର ଚମ୍ପୁଆ, ମଧ୍ୟାହ୍ନ ୧୨.୧୫ରେ ତେଲକୋଇଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ। ଶ୍ରୀ ଗୋଭିଲ ଅପରାହ୍ନ ୧.୩୦ରେ ଢେଙ୍କାନାଳଠାରେ ଅନୁଷ୍ଠିତ ରୋଡ ସୋ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହା ପରେ ଶ୍ରୀ ଗୋଭିଲ ଅପରାହ୍ନ ୩ଟାରେ ଜୟଦେବ ନିର୍ବାଚନମଣ୍ଡଳୀର ଗୋରୁହାଟ ପଡିଆଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧିତ କରିବେ।

ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ ପ୍ରକାଶ ନଡ୍ଡା ଆସନ୍ତା ୨୩ ତାରିଖ ପୂର୍ବାହ୍ନ ୧୧ଟାରେ କରଞ୍ଜିଆ, ମଧ୍ୟାହ୍ନ ୧୨.୩୦ରେ ଧାମନଗର ନିର୍ବାଚନମଣ୍ଡଳୀର ଅସୁରାଳିଠାରେ, ଅପରାହ୍ନ ୧.୩୦ରେ ବଡଚଣା ଏବଂ ଅପରାହ୍ଣ ୩.୩୦ରେ ବାଲିକୁଦା ନିର୍ବାଚନମଣ୍ଡଳୀର ଏରସମାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ।

ସେହିପରି ଆସନ୍ତା ୨୩ ତାରିଖ ଦିନ ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ନିର୍ବାଚନୀ ପ୍ରଚାର ପାଇଁ ଓଡିଶା ଆସୁଛନ୍ତି। ଯୋଗୀ ଆଦିତ୍ୟନାଥ ୨୩ ତାରିଖ ପୂର୍ବାହ୍ନ ୧୦.୧୫ରେ ଚିଲିକା ନିର୍ବାଚନମଣ୍ଡଳୀର ବାଣପୁରଠାରେ ଏବଂ ପୂର୍ବାହ୍ନ ୧୧.୩୦ରେ ମାହାଙ୍ଗା ନିର୍ବାଚନମଣ୍ଡଲୀର କୁଳିଆ ମାର୍କେଟ ପଡିଆରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ ବୋଲି ରାଜ୍ୟ ଉପସଭାପତି ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

LOK SABHA ELECTION 2024 odishaelection2024 ଓଡିଶା ନିର୍ବାଚନ 2024 ଓଡିଶା ପ୍ରଚାର ଜେପି ନଡ୍ଡା ପ୍ରଚାରରେ ଜେପି ନଡ୍ଡା ବିଜେପି ପ୍ରଚାର
Share. Facebook Twitter LinkedIn Email WhatsApp Copy Link

Related Posts

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Latest News

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.