Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଶେଷ ପର୍ଯ୍ୟାୟ ନିର୍ବାଚନ: ବିଜେଡି ସର୍ବାଧିକ ଆସନ ଜିତି ଥିବା ବେଳେ କଂଗ୍ରେସ ଖାତା ଖାଲି ଥିଲା
ଜାତୀୟ ଖବର

ଶେଷ ପର୍ଯ୍ୟାୟ ନିର୍ବାଚନ: ବିଜେଡି ସର୍ବାଧିକ ଆସନ ଜିତି ଥିବା ବେଳେ କଂଗ୍ରେସ ଖାତା ଖାଲି ଥିଲା

May 27, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଶେଷ ପର୍ଯ୍ୟାୟ ନିର୍ବାଚନ: ବିଜେଡି ସର୍ବାଧିକ ଆସନ ଜିତି ଥିବା ବେଳେ କଂଗ୍ରେସ ଖାତା ଖାଲି ଥିଲା

ଭୁବନେଶ୍ବର: ଓଡିଶାର ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ସବୁ ରାଜନୈତିକ ଦଳ ଶେଷ ଉଦ୍ୟମ ଜାରୀ ରଖିଛନ୍ତି। ଆସନ୍ତା ଜୁନ ଏକ ତାରିଖରେ ଓଡିଶାର ଛଅଟି ଲୋକସଭା ଆସନ ଏବଂ ଏହାର ବିଧାନସଭା ଆସନରେ ନିର୍ବାଚନ ହେବ। ସେଗୁଡିକ ହେଲା ବାଲେଶ୍ବର, କେନ୍ଦ୍ରାପଡା, ଭଦ୍ରକ, ମୟୁରଭଂଜ, ଜଗତସିଂହପୁର, ଯାଜପୁର। ଏଥିସହିତ ଏହି ଛଅଟି ଆସନର 42ଟି ବିଧାନସଭାରେ ମଧ୍ୟ ନିର୍ବାଚନ ହେବ।

ତେବେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥନ ପ୍ରଚାର ଆରମ୍ଭ କରିଦେଇଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି 29 ତାରିଖରେ ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି। ସେହିପରି କଂଗ୍ରେସରୁ ରାହୁଳ ଗାନ୍ଧୀ ଏବଂ ମଲ୍ଲିକାର୍ଜୁନ ଖଡଗେ ମଧ୍ୟ ପ୍ରଚାରରେ ଆସିବେ ବୋଲି ଜଣାପଡିଛି। ସେହିପରି ଅମିତ ଶାହ ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ମଧ୍ୟ ପ୍ରଚାରରେ ଆସିବେ ବୋଲି ଜଣାପଡିଛି।

ତେବେ ଏହି ଶେଷ ପର୍ଯ୍ୟାୟରେ ହେଉଥିବା ନିର୍ବାଚନରେ ଛଅଟି ଲୋକସଭା ଆସନରୁ ବିଜେଡି 4ଟି ରେ ଜିତିଥିବା ବେଳେ ବିଜେପି ଦୁଇଟି ଆସନରେ ବିଜୟ ଲାଭ କରିଛି। ବିଜେପି ବାଲେଶ୍ବର ଏବଂ ମୟୁରଭଂଜ ଆସନରେ ଜିତିଥିବା ବେଳେ, ବିଜେଡି କେନ୍ଦ୍ରାପଡା, ଭଦ୍ରକ, ଜଗତସିଂହପୁର ଏବଂ ଯାଜପୁର ବିଜୟ ଲାଭ କରିଛି। ସେହିପରି 42ଟି  ବିଧାନସଭା ଆସନରେ ବିଜେଡି 33ଟି ଜିତି ଥିବା ବେଳେ ବିଜେପି 9ଟି ଆସନରେ ଜିତିଛି। ହେଲେ କଂଗ୍ରେସ ଗୋଟିଏ ବି ଆସନରେ ବିଜୟ ଲାଭ କରିପାରି ନାହିଁ।

ବିଜେଡି ଚଳିତ ନିର୍ବାଚନରେ ବାଲେଶ୍ବର ଏବଂ ମୟୁରଭଂଜ ଲୋକସଭା ଆସନକୁ ଫେରାଇ ଆଣିବା ପାଇଁ ବଡ ଗୋଟି ଚାଳନା କରିଛି। ସେହିପରି ବିଧାନସଭାରେ ମଧ୍ୟ ବିଜେଡି 42ଟି ଆସନରୁ 40ଟି ଆସନ ଅକ୍ତିୟାର କରିବା ମୁଡରେ ରହିଛି। ସେହି ଅନୁସାରେ ତାହାର ରଣନୀତି ପ୍ରସ୍ତୁତ କରିବାରେ ଲାଗିଛି। ଅନ୍ୟପକ୍ଷରେ ବିଜେପି ଲୋକସଭା ଆସନରେ ନିଜର ସ୍ଥିତିକୁ ଜାହିର କରିବା ପାଇଁ ଆପ୍ରାଣ ଉଦ୍ୟମ ଜାରି ରଖିଛି। ସେହିପରି କଂଗ୍ରେସ ମଧ୍ୟ ବହୁତ ବଡ ଆଶା କରି ରହିଛି।

odishaelection2024 ଓଡିଶା ନିର୍ବାଚନ 2024 କଂଗ୍ରେସ ବିଜେଡି ବିଜେପି ଶେଷ ପର୍ଯ୍ୟାୟ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

୨୮ରୁ ରାଜ୍ୟରେ କିଶୋରୀ କନ୍ୟାଙ୍କ ପାଇଁ ଆରମ୍ଭ ହେବ ଜରାୟୁ କର୍କଟ ଟିକାକରଣ କାର୍ଯ୍ୟକ୍ରମ

February 26, 2026

ପାଞ୍ଚଦିନିଆ “ଗବେଷଣା ପଦ୍ଧତି କର୍ମଶାଳା” ସଫଳତାର ସହ ଆୟୋଜିତ

February 26, 2026

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026
Latest News

୨୮ରୁ ରାଜ୍ୟରେ କିଶୋରୀ କନ୍ୟାଙ୍କ ପାଇଁ ଆରମ୍ଭ ହେବ ଜରାୟୁ କର୍କଟ ଟିକାକରଣ କାର୍ଯ୍ୟକ୍ରମ

February 26, 2026

ପାଞ୍ଚଦିନିଆ “ଗବେଷଣା ପଦ୍ଧତି କର୍ମଶାଳା” ସଫଳତାର ସହ ଆୟୋଜିତ

February 26, 2026

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026

ଯୌତୁକ ପାଇଁ ନବବିବାହିତାଙ୍କୁ ହତ୍ୟା ଅଭିଯୋଗ: ସ୍ୱାମୀ ଓ ଶ୍ୱଶୁର ଘର ଲୋକଙ୍କ ବିରୋଧରେ ମାମଲା ରୁଜୁ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.