Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡିଶା ବିଧାନସଭା ନିର୍ବାଚନରେ ହାରିଲେ ଓଡିଶାର ତିନି ଦଳର ତିନି ସେନାପତି
ଜାତୀୟ ଖବର

ଓଡିଶା ବିଧାନସଭା ନିର୍ବାଚନରେ ହାରିଲେ ଓଡିଶାର ତିନି ଦଳର ତିନି ସେନାପତି

June 5, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଧାନସଭା ନିର୍ବାଚନ ହାରିଲେ ଓଡିଶାର ତିନି ଦଳର ତିନି ସେନାପତି

ଭୁବନେଶ୍ବର: ବିଧାନସଭା ନିର୍ବାଚନରେ ଏଥର ତିନି ଦଳର ସେନାପତି ବା ସଭାପତି ପରାଜୟର ସମ୍ମୁଖୀନ ହୋଇଛନ୍ତି। ସେମାନେ ତାଙ୍କ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଚେଷ୍ଠା କରିଥିବା ବେଳେ ନିଜେ ନିର୍ବାଚନ ବୈଇତରଣୀ ପାର ହୋଇପାରି ନାହାଁନ୍ତି। ସେମାନେ ହେଲେ ବିଜେପି ସଭାପତି ମନମୋହନ ସାମଲ, ବିଜେଡି ସଭାପତି ନବୀନ ପଟ୍ଟନାୟକ ଏବଂ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ।

ବିଜେଡି ସଭାପତି ନବୀନ ପଟ୍ଟନାୟକ ଦୁଇଟି ଆସନରେ ଛିଡା ହୋଇ ଗୋଟିଏରେ ଜିତିଥିବା ବେଳେ ଅନ୍ୟ ଗୋଟେ ଆସନରେ ପରାଜୟ ବରଣ କରିଛନ୍ତି। ସେ ତାଙ୍କର ଚିରାଚରିତ ଆସନ ହିଞ୍ଜିଳିରୁ ନିର୍ବାଚନ ଜିତିଛନ୍ତି। ହେଲେ ସେଠାରେ ସେ ମାତ୍ର 4 ହଜାର ଭୋଟ ବ୍ୟବଧାନରେ ବିଜୟ ଲାଭ କରିଛନ୍ତି। ଅନ୍ୟପକ୍ଷରେ କଣ୍ଟାବାଞ୍ଜିରେ ନବୀନ 16 ହଜାର ଭୋଟରେ ହାରିଯାଇଛନ୍ତି।

ସେହିପରି ବିଜେପି ସଭାପତି ମନମୋହନ ସାମଲ ଭଦ୍ରକର ଚାନ୍ଦବାଲି ଆସନରୁ ହାରିଯାଇଛନ୍ତି। ବିଜେଡି ପ୍ରାର୍ଥୀ ବ୍ୟୋମକେଶ ରାୟଙ୍କଠାରୁ ସେ ମାତ୍ର 1916 ଖଣ୍ଡ ଭୋଟରେ ହାରିଯାଇଛନ୍ତି। ଯାହା ତାଙ୍କ ପାଇଁ ଏକ ବଡ ଧକ୍କା ହୋଇଛି। ବିଜେଡି ପ୍ରାର୍ଥୀ ବ୍ୟୋମକେଶ ରାୟ 83063 ଖଣ୍ଡ ଭୋଟ ହାସଲ କରିଛନ୍ତି। ତେବେ ମନମୋହନ ଏହି ଆସନରେ ବିଜୟ ଲାଭ କରିବେ ବୋଲି ଆଶା କରାଯାଉଥିଲା।

ଅନ୍ୟପକ୍ଷରେ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ମଧ୍ୟ ନିର୍ବାଚନ ହାରି ଯାଇଛନ୍ତି। କେବଳ ହାରି ନାହାଁନ୍ତି ସେ ଚତୁର୍ଥ ସ୍ଥାନରେ ରହିଛନ୍ତି। ସେଠାରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ନିର୍ବାଚନ ଜିତିଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଘାସିରାମ ମାଝିଙ୍କୁ 10881 ଖଣ୍ଡ ଭୋଟରେ ହରାଇଛନ୍ତି।

ଏହାପରେ ନୂଆପଡାରେ ତୃତୀୟ ସ୍ଥାନରେ ଅଛନ୍ତି ବିଜେପି ପ୍ରାର୍ଥୀ ଅଭିନନ୍ଦନ ପଣ୍ଡା। ସେ ହାସଲ କରିଛନ୍ତି 44 ହଜାର 814 ଖଣ୍ଡ ଭୋଟ। ସେହିପରି ଶରତ ପଟ୍ଟନାୟକ ସେଠାରେ ଚତୁର୍ଥ ସ୍ଥାନରେ ଅଛନ୍ତି। ସେ ପାଇଛନ୍ତି 15 ହଜାର 501 ଖଣ୍ଡ ଭୋଟ। ସେ 46 ହଜାର 322 ଖଣ୍ଡ ଭୋଟରେ ପରାସ୍ତ ହୋଇ ଚତୁର୍ଥ ସ୍ଥାନରେ ଅଛନ୍ତି।

odishaelection2024 ଓଡିଶା ନିର୍ବାଚନ 2024 କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.